-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ରାଜ୍ୟ

ଜଗା ଦର୍ଶନ ପାଇଁ କଟକଣା ହେଲା କୋହଳ ଦରକାର ପଡ଼ିବନି କୋଭିଡ ନେଗେଟିଭ୍‌ ରିପୋର୍ଟ

17-Jan-2021



ପୁରୀ (ପ୍ରେରଣା ଖବର): ଆଗାମୀ ୨୧ତାରିଖରେ କୋଭିଡ ରିପୋର୍ଟ ବିହୀନ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ନେଇ ଜିଲ୍ଲାପାଳଙ୍କ ଅଧକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ନିଷ୍ପତ୍ତି ଅନୁସାରେ SOPକୁ କୋହଳ କରାଯାଇ ଦର୍ଶନ ବ୍ୟବସ୍ଥା ନେଇ କରାଯାଇଥିବା ବ୍ୟବସ୍ଥା ମୁତାବକ ସକାଳ ୭ଟାରୁ ସର୍ବସାଧାରଣ ଦର୍ଶନ ଜାରି ରହିବ। ତେବେ ସକାଳ ୬ରୁ ୭ଟା ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଥିବା ବେଳେ ପୁରୀବାସୀ ନିଜ ନିଜର ପରିଚୟ ପତ୍ର ଦେଖାଇ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଏଥିସହ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ୱତନ୍ତ୍ର ଧାଡିରେ ଦର୍ଶନର ବ୍ୟବସ୍ଥା କରାଯିବାକୁ ଥିବାବେଳେ ୨୧ତାରିଖ ଠାରୁ ନେଗେଟିଭ ରିପୋର୍ଟ ଦର୍ଶନ ପାଇଁ ବାଧ୍ୟତା ମୂଳକ ନୁହେଁ। ସେହିପରି ପ୍ରତି ରବିବାର ସାଧାରଣ ଦର୍ଶନ ବନ୍ଦ ରଖାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ସେହିଦିନ ଶ୍ରୀମନ୍ଦିର ସାନିଟାଇଜ କରାଯିବ। ଆଜିର ଆଲୋଚନାରେ ପୁରୀ ଓ ଶ୍ରୀମନ୍ଦିର ପ୍ରଶାସନ ଏବଂ ମେଡିକାଲ ଟିମ୍‌ଙ୍କ ମଦ୍ୟରେ ଆଲୋଚନା ହୋଇଥିଲା। ଆସନ୍ତା ୨୧ ତାରିଖରୁ ବିନା କୋଭିଡ୍ ରିପୋର୍ଟରେ ଜଗନ୍ନାଥ ଦର୍ଶନ କରିପାରିବେ। ଦୈନିକ ୩୦ ହଜାର ଲୋକଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବାର ଯୋଜନା କରାଯାଇଛି। ଯଦି ଅଧିକ ହୁଅନ୍ତି, ତେବେ ସେଥିପାଇଁ ଆମେ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବୁ। ବ୍ୟବସ୍ଥା ମୁତାବକ ସକାଳ ୭ଟାରୁ ସର୍ବସାଧାରଣ ଦର୍ଶନ ଜାରି ରହିବ। ତେବେ ସକାଳ ୬ରୁ ୭ଟା ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଥିବା ବେଳେ ପୁରୀବାସୀ ନିଜ ନିଜର ପରିଚୟ ପତ୍ର ଦେଖାଇ ସିଂହଦ୍ୱାର ଦେଇ ପ୍ରବେଶ କରିବେ। 
-ସମର୍ଥ ବର୍ମା, ପୁରୀ ଜିଲ୍ଲାପାଳ
ଗତ ୨୬ ତାରିଖରୁ ଆଜି ପର୍ଯ୍ୟନ୍ତ ୧ଲକ୍ଷ ୨୫ହଜାର ୪୧୧ଜଣ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିଥିବାବେଳେ ଆଗାମୀ ଦିନରେ ୨୧ତାରିଖ ରୁ ପ୍ରତିଦିନ ପାଖାପାଖି ୩୦ ହଜାର ଭକ୍ତ ଦର୍ଶନ କରିବା ନେଇ ପ୍ରଶାସନ ପକ୍ଷରୁ ବର୍ତ୍ତମାନ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ଆବଶ୍ୟକ ପଡିଲେ ଅଧିକ ଭକ୍ତ ଆସିଲେ ସ୍ୱତନ୍ତ୍ର ବ୍ୟାପକ ବନ୍ଦୋବସ୍ତ ଗ୍ରହଣ କରାଯିବ ବୋଲି ପୁରୀ ଜିଲ୍ଲାପାଳ ବୈଠକ ପରେ ସୂଚନା ଦେଇଛନ୍ତି।
କରୋନା ସଂକ୍ରମଣ ଯୋଗୁଁ ଦୀର୍ଘ ୯ ମାସ ଧରି ସାଧରଣ ଲୋକ ଜଗନ୍ନାଥ ଦର୍ଶନରୁ ବଞ୍ଚିତ ହୋଇଥିଲେ। ଗତ ଡିସେମ୍ବର ୨୩ରେ ଶ୍ରୀମନ୍ଦିର ଖୋଲିଥିଲା। ପ୍ରଥମେ ସେବାୟତ ପରିବାର ଓ ପରେ ପୁରୀ ସହର ବାସିନ୍ଦାଙ୍କୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପୁରୀ ସହରବାସୀଙ୍କ ଦର୍ଶନ ପାଇଁ ଟୋକନ୍ ବ୍ୟବସ୍ଥା ସହ ପ୍ରତି ଓ୍ୱାର୍ଡ ବୁଲି ପୌରପାଳିକା ପକ୍ଷରୁ ପରିବାର ମୁଖ୍ୟଙ୍କ ନାଁରେ ଟୋକନ୍ ବଣ୍ଟାଯାଇଥିଲା। କେଉଁ ଦିନ କେଉଁ ଓ୍ୱାର୍ଡବାସୀ କେତେବେଳେ ଦର୍ଶନ ସୁଯୋଗ ପାଇବେ ସେ ସମୟ ମଧ୍ୟ ଜିଲ୍ଲା ପ୍ରଶାସନ ଦ୍ୱାରା ସ୍ଥିର କରାଯାଇଥିଲା। ଜାନୁଆରୀ ୩ରୁ ପୁରୀ ବାହାରର ଭକ୍ତଙ୍କ ଲାଗି ବାଧ୍ୟତାମୂଳକ କରାଯାଇଥିଲା କୋଭିଡ୍ ନେଗେଟିଭ୍ ରିପୋର୍ଟ। ୬୫ବର୍ଷରୁ ଅଧିକ ଓ ୧୦ବର୍ଷରୁ କମ୍ ପିଲାଙ୍କୁ କରୋନା ସଂକ୍ରମଣ ଦୃଷ୍ଟିରୁ ସେଇ ସମୟରେ ଦର୍ଶନ ପାଇଁ ବାରଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like