-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ମିଳୁ ନିଯୁକ୍ତି:ସାଂସଦ ପ୍ରଦୀପ ପୁରୋହିତ

25-Mar-2025



ବରଗଡ(ପ୍ରେରଣା ଖବର): ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ପାଇଁ ଆଜି ସଂସଦରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଏହି ଦାବି  କରିଛନ୍ତି । ବରଗଡ଼ ଜିଲ୍ଲାରେ ଅନେକ ବେକାର ଯୁବକ ଯୁବତୀ ଅଛନ୍ତି । ଏହି ପ୍ରକଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ମିଳିଲେ ଅନେକ ଯୁବକ ଯୁବତୀ ଚାକିରି ପାଇବା ସହ ରୋଜଗାରକ୍ଷମ ହୋଇପାରିବେ । ଏହାସହ ଲାଞ୍ଚ ନ ନେଇ ନିଯୁକ୍ତି କରାଯାଉ ବୋଲି ସଂସଦରେ ଦାବି କରିଛନ୍ତି ବରଗଡ଼ ସାଂସଦ । ବରଗଡ଼ ଜିଲ୍ଲାରେ ୨୦୧୪ ପୂର୍ବରୁ କୌଣସି ଶିଳ୍ପାନୁଷ୍ଠାନ ନଥିଲା । ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ କ୍ରମେ ବରଗଡ଼ରେ ଇଥାନଲ ପ୍ରକଳ୍ପ ଗଢ଼ି ଉଠିଥିଲା । ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୧ ହଜାର ୫୫୭ କୋଟି ଟଙ୍କା ବ୍ୟୟ କରୁଛନ୍ତି । ରାଜ୍ୟର ପୂର୍ବ ବିଜେଡି ସରକାର ସମୟରେ ଏହି ପ୍ରକଳ୍ପରେ ବାଧା ସୃଷ୍ଟି କରୁଥିଲା ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ଏବେ ରାଜ୍ୟ ଓ କେନ୍ଦ୍ରରେ ଡବଲ ଇଞ୍ଜିନ ସରକାର ଥିବାରୁ ପ୍ରକଳ୍ପ କାର୍ଯ୍ୟ ଖୁବଶୀଘ୍ର ଶେଷ ହୋଇ କାର୍ଯ୍ୟକ୍ଷମ ହେଉ ବୋଲି ଦାବି କରିଛନ୍ତି  ବରଗଡ଼ ସାଂସଦ । ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଓଡ଼ିଶା କୃଷି ଆଧାରିତ ଶିଳ୍ପକୁ ତ୍ୱରାନୀତ କରିବ । ୭୦ ଏକର ପରିମିତ ଯାଗାରେ ଏହି ପ୍ରକଳ୍ପ କରାଯାଉଛି । ଦୈନିକ ୨୦୦ କିଲୋମିଟର ଇଥାନଲ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୧୮ ମସିହାରେ ଭଟଲି ବାଉଲିସିଂହା ଗାଁରେ ଏହାର ଶୁଭ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କ ବିପିସିଏଲ ୨-ଜି ଓ ୧-ଜି ସମନ୍ୱିତରେ ଅତ୍ୟାଧୁନିକ ଜୈବ ବିଶୋଧନାଗାର ପ୍ରତିଷ୍ଠା କରାଯାଉଛି । ନଷ୍ଟ ହୋଇଯାଉଥିବା ଧାନ ନଡ଼ା ବା କୁଟାର ବର୍ଜ୍ୟବସ୍ତୁକୁ ବ୍ୟବହାର କରାଯିବ । ଏହା ସିଧାସଳଖ ଚାଷୀଙ୍କଠାରୁ ସରକାର କିଣିବେ । ଫଳରେ ବରଗଡ଼, ନୂଆପଡ଼ା, ସମ୍ବଲପୁର, ସୋନପୁର ଓ ଛତିଶଗଡ଼ ଅଞ୍ଚଳର ଚାଷୀଙ୍କ ଆୟ ବଢ଼ିବ । ସବୁଠୁ ବଡ଼ କଥା ହେଲା ଏହି ବିଶୋଧନାଗାରରେ ୧୨୦୦ ଲୋକଙ୍କୁ ନିଯୁକ୍ତି ମଳିବ । ପ୍ରତିଦିନ ୮୫୦ ମେଟ୍ରିକ ଟନ୍ ଧାନ ନଡ଼ା ଆବଶ୍ୟକ ହେବ । ଏହାଦ୍ୱାରା ଜିଲ୍ଲାର ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like