-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

*ଶ୍ରୀଜଗନ୍ନାଥ ମହୋତ୍ସବ ଉଦଯାପିତ* ସ୍ମରଣିକା ଦାରୁବ୍ରହ୍ମ ଉନ୍ମୋଚିତ

25-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ର ସ୍ବର୍ଣ୍ଣପ୍ରୟାଗ ରାମେଶ୍ୱରଠାରେ ସପ୍ତାହବ୍ୟାପୀ ଚାଲିଥିବା ଜଗନ୍ନାଥ ମହୋତ୍ସବ ଏକ ଭକ୍ତିମୟ ପରିବେଶରେ ଆଜି ଅପରାହ୍ନ ରେ ଉଦଯାପିତ ହୋଇଯାଇଛି । ଜଗନ୍ନାଥ ସଂସ୍କୃତି ଓ ଚେତନାର ବିସ୍ତାର ଲକ୍ଷ୍ୟରେ ଶ୍ରୀଜଗନ୍ନାଥଙ୍କ ଦୁଲ୍ଲଭ ବତିଶ ବେଶ,ପଞ୍ଚକୁଣ୍ଡିୟ ଘୃତଯଜ୍ଞ ସହ ରାମେଶ୍ୱର ନିତ୍ୟକୁଞ୍ଜରେ ଚାଲିଥିବା ଚବିଶ ପ୍ରହରୀ ନାମଯଜ୍ଞର ପୂର୍ଣ୍ଣାହୁତି ପଡିଛି । ସାତଦିନ ଧରି ଅନୁଷ୍ଠିତ ଜଗନ୍ନାଥ ମହୋତ୍ସବରେ ଲକ୍ଷାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିବାବେଳେ ଜଗନ୍ନାଥ ମଞ୍ଚର ତ୍ରିଆଳତୀ ପର୍ବ ସହ ପ୍ରବଚନ ଓ ଭଜନକୁ ଲୋକେ  ବିଳମ୍ବିତ ରାତି ଯାଏଁ ଉପଭୋଗ କରିଛନ୍ତି । ସ୍ୱତନ୍ତ୍ର ବତିଶ ବେଶ ଆଗରେ ପ୍ରତିଦିନ ୩୨ଜଣ ଦମ୍ପତ୍ତି ବିଷ୍ଣୁ ସହସ୍ର ନାମ ପଠନ କରିଥିବାବେଳେ ଦୁଲ୍ଲଭ ବେଶ ଦର୍ଶକଙ୍କ ପ୍ରମୁଖ ଆକର୍ଷଣ ଭାବେ ଉଭା ହୋଇଥିଲା । ଏଥିସହ ସନ୍ଧ୍ୟାରେ ଶ୍ରୀଜଗନ୍ନାଥ କଥାମୃତକୁ ନେଇ ଜଗନ୍ନାଥ ସଂସ୍କୃତି ପ୍ରବାଚକ ଡ଼ଃ କୃଷ୍ଣକେଶବ ଷଡ଼ଙ୍ଗୀଙ୍କ ପ୍ରବଚନକୁ ହଜାର ହଜାର ଭକ୍ତିପୂତ ଶ୍ରଦ୍ଧାଳୁ  ଉପଭୋଗ  କରିଛନ୍ତି । ଏହି ଅବସରରେ "ଦାରୁବ୍ରହ୍ମ" ସ୍ମରଣୀକା ସାଧୁସନ୍ଥଙ୍କ ହାତରେ ଲୋକାର୍ପିତ ହୋଇଛି । ପାତାଳି ଶ୍ରୀକ୍ଷେତ୍ର ଭାବେ ପରିଚିତ ସୁବର୍ଣ୍ଣପୁର ମାଟିରେ ପ୍ରଥମଥର ଭାବେ ଆୟୋଜିତ ଜଗନ୍ନାଥ ମହୋତ୍ସବ ତଥା ଦୁଲ୍ଲଭ ବତିଶ ବେଶ ଦର୍ଶନ ଶ୍ରଦ୍ଧାଳୁଙ୍କ ମନରେ ଏକ ଭିନ୍ନ ଆଧ୍ୟାତ୍ମିକତାର ଭାବ ଭକ୍ତି ଭରି ଦେଇଛି l

ଆଜି ମହୋତ୍ସବର ପୁନଃଶ୍ଚରଣ ଦିବସର ବ୍ରାହ୍ମ ମୁହୂର୍ତ୍ତରେ ରାମେଶ୍ୱର ତ୍ରିବେଣୀ ସଙ୍ଗମ ଘାଟରେ ସାଧୁସନ୍ଥଙ୍କ ସାହି ସ୍ନାନ ପରେ ଶ୍ରଦ୍ଧାଳୁମାନେ ଅମୃତ ସ୍ନାନ କରିଥିଲେ l ମହୋତ୍ସବ କମିଟି ପକ୍ଷରୁ ସାଧୁସନ୍ଥ ଓ ଯଜ୍ଞରେ ନିୟୋଜିତ ଆଚାର୍ଯ୍ୟଙ୍କ ସେବପୂଜା ସହ ବସ୍ତ୍ରଦାନ କରାଯାଇଥଲା l ପଞ୍ଚକୁଣ୍ଡିୟ ଘୃତଯଜ୍ଞ,ଚବିଶ ପ୍ରହରୀ ନାମଯଜ୍ଞ ଓ ବତିଶ ବେଶ ସହ ଶ୍ରୀଗୋପାଳ ପୂଜନର ପୂର୍ଣ୍ଣାହୁତି ପଡିଛି l ମୁଖ୍ୟ କମିଟିର ସମସ୍ତ ବିଭାଗୀୟ ମୁଖ୍ୟ,ସଦସ୍ୟ,ସଦସ୍ୟାଙ୍କ ସହ କାର୍ଯ୍ୟକର୍ତ୍ତା ଓ ଉପସ୍ଥିତ ଶ୍ରଦ୍ଧାଳୁ ଫଗୁ ଓ ଅବିର ମାଖି ସଂକୀର୍ତ୍ତନ,ହରିବୋଲ ଓ ଜୟ ଜଗନ୍ନାଥ ଧ୍ୱନୀରେ ନାଚିନାଚି ମହୋତ୍ସବ ପୂର୍ଣ୍ଣକୁମ୍ଭକୁ ସଙ୍ଗମରେ ବିସର୍ଜନ କରିଥିଲେ l ପୂର୍ଣ୍ଣାହୁତି ପରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ଆନନ୍ଦ ବଜାରରେ ଅନ୍ନ ପ୍ରସାଦ ସେବନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like