-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ବନ୍ଧପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟର ବିଂଶତମ ବାର୍ଷିକୋତ୍ସବ

26-Mar-2025



ଅତାବିରା(ଆକାଶ ମିଶ୍ର): ଅତାବିରା ବ୍ଲକ ଅନ୍ତର୍ଗତ  ଲାଦର ପାଲି  ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ , ବନ୍ଧପଡ଼ା ରେ ପ୍ରଧାନ ଶିକ୍ଷକ ଡାକ୍ତର ବିଶି ଙ୍କ ସଭାପତିତ୍ବରେ ବିଦ୍ୟାଳୟ ର ବିଂଶତମ ବାର୍ଷିକୋତ୍ସବ  ଅନୁଷ୍ଠିତ ହୋଇ ଯାଇଛି । ଏହି ବାର୍ଷିକୋତ୍ସବ ରେ  ମୁଖ୍ୟ ଅତିଥି ଭାବରେ ଆନନ୍ଦ କୁମାର ସ୍ବାଇଁ,  ଅତାବିରା ବ୍ୟାଙ୍କ୍  ଅଫ ବରୋଦା ଶାଖା ପ୍ରବନ୍ଧକ,

ମୁଖ୍ୟ ବକ୍ତା ଭାବରେ ଅନୁସୂୟା ଦେବତା ,  କବୟିତ୍ରୀ, ସମାଜସେବୀ ତଥା ବିଜ୍ଞାନ ଶିକ୍ଷୟିତ୍ରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ,ଟୋପ, ସମ୍ମାନିତ ଅତିଥି ଭାବେ   ଅତାବିରା ନୋଡାଲ ସି ଆର୍ ସି ସି ନୃପ ଭୁଏ ,   ବୁଗୁବୁଗା ସ୍କୁଲ୍ ର ଭାରପ୍ରାପ୍ତ ପ୍ରଧାନ  ଶିକ୍ଷୟିତ୍ରୀ ମଞ୍ଜୁଲତା ବେହେରା, ଅବସର ଶିକ୍ଷକ ଶଙ୍କର  ସାହୁ ପ୍ରମୁଖ ମଞ୍ଚାସିନ ଥିଲେ । ବିଦ୍ୟାଳୟ ପ୍ରବେଶ  ଦ୍ୱାରରୁ  ବିନୟl ବିଶି ଛାତ୍ର  ଛାତ୍ରୀ  ଙ୍କୁ ନେଇ ନିମନ୍ତ୍ରିତ ଅତିଥି ମାନଙ୍କ    ପାଦ  ଧୌତ କରି ,ଫୁଲ ଚନ୍ଦନ ଦେଇ  ପାଛୋଟି ନେଇଥିଲେ । ଶିକ୍ଷୟିତ୍ରୀ  ଆଶା ବାରିକ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନ ଓ ରିନିଶ୍ରି ବିଶି ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ । ମଞ୍ଚାସିନ ଅତିଥି ମାନଙ୍କ ଦ୍ଵାରା ବିଘ୍ନରାଜ ଗଣେଶ  ଙ୍କୁ ପୂଜାର୍ଚ୍ଚନା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ସି ଆର୍ ସି ସି ଶ୍ରୀ ଭୁଏ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଶ୍ରୀ ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ । ଛାତ୍ର ଛାତ୍ରୀ ଙ୍କ ଚରିତ୍ର ଗଠନ ଦିଗରେ ନୈତିକ  ମୂଲ୍ୟବୋଧ ର ଆବଶ୍ୟକତା , ପିତାମାତା ଙ୍କ ଦାୟିତ୍ଵ ବୋଧ ଓ ସାମ୍ପ୍ରତିକ ଶିକ୍ଷା ବ୍ୟବସ୍ଥାରେ  ଛାତ୍ର ଛାତ୍ରୀ  ମାନଙ୍କ ପ୍ରତିଭାର ବିକାଶ  ଉପରେ ମୁଖ୍ୟ ବକ୍ତା ଶ୍ରୀମତୀ ଦେବତା ଆଲୋକପାତ କରିଥିଲେ ।  ମଞ୍ଚାସିନ ସମସ୍ତ  ଅତିଥି ଛତ୍ର ଛାତ୍ରୀ ଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରି ତାଙ୍କର ଅନ୍ତର୍ନିହିତ ପ୍ରତିଭା ର ପ୍ରଦର୍ଶନ ପାଇଁ  ଉତ୍ସାହିତ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୬୧ ଜଣ କୃତି ଛାତ୍ର ଛାତ୍ରୀ ଙ୍କୁ ମାନପତ୍ର ସହ , ପାଠ୍ୟ ପୁସ୍ତକ, ପାଠ୍ୟ ସାମଗ୍ରୀ ଆଦି ପ୍ରଦାନ କରାଯାଇ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।  ଶ୍ରେଣୀରେ ସର୍ବାଧିକ  ନମ୍ବର ରଖିଥିବା ପ୍ରଥମ୍ ଶ୍ରେଣୀ ଛାତ୍ରୀ ପ୍ରିୟଙ୍କା ସାହୁ, ଦ୍ଵିତୀୟ ଶ୍ରେଣୀ ଛାତ୍ରୀ ବିଷ୍ଣୁପ୍ରିୟା ମହାନନ୍ଦ , ତୃତୀୟ ଶ୍ରେଣୀ ଛାତ୍ରୀ ଆରୋଷି ଭୁଏ, ଚତୁର୍ଥ ଶ୍ରେଣୀ ଛାତ୍ରୀ ସୋନାଲି ପ୍ରଧାନ ଓ ପଞ୍ଚମ ଶ୍ରେଣୀ ଛାତ୍ରୀ କାଜଲ ବାରିକ ଙ୍କୁ ଟ୍ରଫି ଓ

ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା ।  ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟ କମିଟିର ଅଧ୍ୟକ୍ଷ ପାଣ୍ଡବ ସାହୁ, ତଥା କମିଟିର ସଦସ୍ୟ ସଦସ୍ୟା ତଥା ଗ୍ରାମବାସୀ ସହଯୋଗ କରିଥିଲେ ।
ଶେଷରେ ଶିକ୍ଷୟିତ୍ରୀ ଅଳକା ଦାଶ  ଧନ୍ୟବାଦ୍ ଅର୍ପଣ କରିଥିଲେ । ମଧ୍ୟାହ୍ନ ଭୋଜନ ପରେ କୁନି କୁନି ପିଲାମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଧିରେ ଧିରେ ଲୁପ୍ତ ପାଇ ଯାଉଥିବା ପୁରୁଣା ସଙ୍ଗୀତ  ନୃତ୍ୟ ତଥା ଆଦିବାସୀ ନୃତ୍ୟ  ରେ ଦର୍ଶକ ଝୁମି ଉଠିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like