-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ମାଈ ବାଛୁରୀ ପାଳନର ଶୁଭାରମ୍ଭ କଲେ ନୂଆଁପଡ଼ା ଜିଲ୍ଲାପାଳ

27-Mar-2025



ନୂଆଁପଡ଼ା(ପରମେଶ୍ୱର ମେହେର): ନୂଆପଡା ଜିଲ୍ଲାରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ମାଈ ବାଛୁରୀ ପାଳନର ଶୁଭାରମ୍ଭ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଦ୍ବାରା ତରବୋଡ ପ୍ରାଣୀ ଚିକିତ୍ସାଳୟ ପ୍ରାଙ୍ଗଣରେ ଆୟୋଜିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଏକ ପ୍ରଦର୍ଶନୀକୁ ଜିଲ୍ଲାପାଳ ଉଦ୍ଘାଟନ କରି 21 ଗୋଟି ମାଈ ବାଛୁରୀଙ୍କୁ ଦାନା ଖୁଆଇଥିଲେ । ଗୋପାଳକ ମାନଙ୍କ ଏହି ସଚେତନତା ସଭାରେ ବଲାଙ୍ଗିର କଳାହାଣ୍ଡି ନୂଆପଡା ଦୁଗ୍ଧ ଉତ୍ପାଦକ ସମବାୟ ସଂଘର ସାଧାରଣ ପରିଚାଳକ ଡଃ ରଜନୀକାନ୍ତ ପଣ୍ଡା ସ୍ବାଗତ ସମ୍ଭାଷଣ ପ୍ରଦାନ ପୂର୍ବକ ସରକାରଙ୍କ ଏହି ବହୁ ଆଦୃତ ଯୋଜନାର ଆଭିମୁଖ୍ୟ ଓ ରୂପରେଖ ସମ୍ଵନ୍ଧରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ । ସଭାର ସଭାପତି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡଃ ଆଲୋକ କୁମାର ନାୟକ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ସେ ସ୍ଵଳ୍ପ ଖର୍ଚ୍ଚରେ ଉତ୍ତମ ସୁସ୍ୱାଦ ଗୋଖାଦ୍ୟ ପ୍ରଦାନ , ନିରନ୍ତର ସ୍ବାସ୍ଥ୍ୟ ପରୀକ୍ଷା ଓ ସମୟୋଚିତ ଟିକା ପ୍ରଦାନ ଦ୍ବାରା ମାଈ ବାଛୁରୀ କିପରି ଭବିଷ୍ୟତରେ ଉତ୍ତମ ଗାଈରେ ପରିଣତ ହେବ ସେଇ ବିଷୟରେ ସୂଚନା ଦେଇଥିଲେ। ମୁଖ୍ୟ ଅତିଥି ଜିଲ୍ଲାପାଳ କୃଷକ ମାନଙ୍କୁ ସମ୍ବୋଧନ କରି ଜିଲ୍ଲାରେ ଗୋପାଳନର ପର୍ଯ୍ୟାପ୍ତ ସୁଯୋଗ ଥିବା ଦର୍ଶାଇଥିଲେ। ଏହାଦ୍ବାରା ପାରିବାରିକ ତଥା ଗ୍ରାମୀଣ ଅର୍ଥନୀତି ସୁଦୃଢ଼ ହେବ । ଲୋକେ ସୁବିଧାରେ ତଟକା ଦୁଧ ପାଇବା ଦ୍ବାରା ପ୍ରାଣୀଜ ପୃଷ୍ଟି ପାଇ ପାରିବେ । ଏହା ସହିତ ଉଦ୍ୟାନ କୃଷି, ପନିପରିବା ଚାଷ , ଅର୍ଥକାରି ଅଣଧାନ ଚାଷ, ମତ୍ସ୍ୟ ପାଳନ ମାଧ୍ଯମରେ ରୋଜଗାର ବୃଦ୍ଧି କରିବା ପାଇଁ ପ୍ରୋତ୍ସାହିତ କରିଥିଲେ। କୃଷକ ଶ୍ରମିକ ମାନଙ୍କୁ ଏବେ ସୁବିଧାରେ ବ୍ୟାଙ୍କ୍ ମାନେ ଋଣ ଯୋଗାଇ ଦେଉଥିବାରୁ

ସମସ୍ତେ ଏହାର ଲାଭ ଉଠାନ୍ତୁ । ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନଯାଇ ଘର ପାଖରେ ମନରେଗା ଯୋଜନାରେ କାମ କରିବା ସହିତ ଏହି ସବୁ ସମନ୍ୱିତ ଚାଷ କରି ସମସ୍ତେ ଲକ୍ଷପତି ହୁଅନ୍ତୁ। ଜିଲ୍ଲା କୁ ସମସ୍ତେ ମିଶି ପ୍ରବାସୀ ଶ୍ରମିକ ମୁକ୍ତ ଜିଲ୍ଲା କରି ପାରିବା ବୋଲି କହିଥିଲେ। ଅନ୍ୟତମ ସମ୍ମାନୀତ ଅତିଥି ଭାବରେ କୋମନା ବିଡ଼ିଓ ବିନୟ କୁମାର୍ ଭୋଇ, ତରବୋଡ ସରପଞ୍ଚ ଶ୍ୟାମ ସୁନ୍ଦର ପୃଷ୍ଟି ଉପସ୍ଥିତ ଶତାଧିକ ଚାଷି ମାନଙ୍କୁ ଗୋପାଳନର ଉପଯୋଗୀତା ସମ୍ଵନ୍ଧରେ ବୁଝାଇଥିଲେ । ଅତିରିକ୍ତ ଜିଲ୍ଲା ପ୍ରାଣୀ ଚିକିତ୍ସାଧିକାରୀ ଡଃ ଶାରଦା ପ୍ରସାଦ ସିଂ ବରିହା ଧନ୍ୟବାଦ ଅର୍ପଣ କରିଥିଲେ। ବିଭାଗୀୟ ଅଧିକାରୀ ଡଃ ଲୀଳାମୟ ସାହୁ, ଡଃ ବିକାଶ ଭୋଇ  ଓ ଦୁଗ୍ଧ ଉତ୍ପାଦକ ସଂଘର ଦେବବ୍ରତ ମିଶ୍ର,ସରୋଜ କୁମାର ବେହେରା, ଟିକେଲାଲ ରାଉତ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like