-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
29-Mar-2025
ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ଆଜି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ବଗଳାବନ୍ଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ସମିତି ସଭ୍ୟା ଶ୍ରୀମତୀ ଭୂମିସୂତା ଧରୁଆ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ସଭାପତି କରୁଣାକର ଧରୁଆ ଯୋଗଦେଇ ମଞ୍ଚାସୀନ ଥିଲେ। ସମସ୍ତ ଅତିଥି ଙ୍କୁ ବିଦ୍ୟାଳୟର ଶିକ୍ଷକ ସଞ୍ଜିବ ଭୋଇ ପୁଷ୍ପ ଗୁଚ୍ଛ ଓ ଉପଢ଼ୌକନ ଦେଇ ସ୍ବାଗତ କରିଥିଲେ।ମୁଖ୍ୟ ଅତିଥି ଙ୍କ ଦ୍ଵାରା ଦୀପ ପ୍ରଜ୍ବଳନ କରି କାର୍ଯ୍ୟ ର ଶୁଭାରମ୍ଭ କରାଯାଇଥିଲା। ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶଶୀରେଖା ପାଢ଼ୀ ବାର୍ଷିକ ବୀବରଣୀ ପଠନ କରିଥିଲେ।ସମସ୍ତ ଅତିଥି ମାନେ ନିଜ ନିଜ ର ବକ୍ତବ୍ୟ ପ୍ରଦାନ କରି ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ ଏବଂ ଛାତ୍ରଛାତ୍ରୀ ମାନେ କିପରି ଭାବେ ଅଗ୍ରଗତି ହେବେ ସେ ବିଷୟରେ ପରାମର୍ଶ ଦେଇଛନ୍ତି। ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗୀତା ରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ସେଥିରେ ପ୍ରଥମ ଦ୍ବିତୀୟ ତୃତୀୟ ଚତୁର୍ଥ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀମାନେ ମୁଖ୍ୟ ଅତିଥି ଙ୍କ ଦ୍ଵାରା ସମ୍ମାନିତ ହୋଇଥିଲେ। ସମସ୍ତ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ବିଦ୍ୟାଳୟ ର ଶିକ୍ଷକ ଦିଲିପ ସା, ପୂର୍ବତନ ସଭାପତି ସୁବାସ ଧରୁଆ ସହଯୋଗ କରିଥିଲେ।ପରିଶେଷରେ ବିଦ୍ୟାଳୟ ର ଶିକ୍ଷକ ସଞ୍ଜିବ ଭୋଇ ଧନ୍ୟବାଦ୍ ଅର୍ପଣ କରି କାର୍ଯ୍ୟ ଶେଷ କରିଥିଲେ।