-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ପିଏମ୍ ଶ୍ରୀ ପୃଥ୍ବୀରାଜ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ; "ସକାରାତ୍ମକ ଭାବନା ସଫଳତା ଆଣେ"

30-Mar-2025



ବଲାଙ୍ଗୀର: ସ୍ଥାନୀୟ ପିଏମ୍ ଶ୍ରୀ ପୃଥ୍ବୀରାଜ ଉଚ୍ଚ ବିଦ୍ୟାଳୟରର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷିନୀ ସେଠୀଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ଯ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ,ମୁଖ୍ଯବକ୍ତା ଭାବେ ବ୍ଯଙ୍ଗ କବି ରସରାଜ ଅଚ୍ୟୁତ ପୁରୋହିତ,ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର,ପୁଇଁତଳା ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନା,ବିଦ୍ୟାଳୟ ପରିଚାଳନା

କମିଟୀ ସଭାପତି ବସନ୍ତ ସ୍ବାଇଁ ଯୋଗ ଦେଇଥିଲେ। ମୁଖ୍ଯଅତିଥି ଶ୍ରୀ ନାଗ ନିଜ ବକ୍ତବ୍ଯରେ ସକାରାତ୍ମକ ଭାବନା ସଫଳତା ଆଣେ ବୋଲି କହିବା ସହ ଛାତ୍ରଛାତ୍ରୀମାନଙ୍କ ମଧ୍ଯରେ ଲୁଚି ରହିଥିବା ପ୍ରତିଭା ବାର୍ଷିକୋତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହୋଇଥାଏ ବୋଲି କହିଥିଲେ। ମୁଖ୍ଯବକ୍ତା ଶ୍ରୀ ପୁରୋହିତ ନିଜ ବକ୍ତବ୍ଯରେ ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ଭାବେ ରହିଥିବା ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ଘଟି ଶୈକ୍ଷିକ ଓ ସହଶୈକ୍ଷିକ ଦିଗ ଗୁଡିକ ବିକଶିତ ହେଉଥିବା ମତବ୍ୟକ୍ତ କରିଥିଲେ।ସମ୍ମାନୀତ ଅତିଥି ଶ୍ରୀ ମେହେର ପିଏମ୍ ଶ୍ରୀ ସ୍କୁଲର ଆଭିମୁଖ୍ଯ ବିଷୟରେ ବକ୍ତବ୍ଯ ରଖିବା ସହ ଚରିତ୍ର ନିର୍ମାଣ ଦିଗରେ ଥିବା ଶିଶୁର ପ୍ରବୃତ୍ତି ଗୁଡିକ ବୁଝି ତାହାକୁ ବାସ୍ତବ ଜୀବନରେ କ୍ରିୟାଶୀଳ କରିବାକୁ ଶିକ୍ଷକ ଓ ଅଭିଭାବକ ମାନଙ୍କୁ ସଚେତନ ହେବାକୁ ପଡିବ ବୋଲି କହିଥିଲେ।

ପୁଇଁତଳା ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ସୁନା ଛାତ୍ର ଛାତ୍ରୀମାନଙ୍କ ଭବିଷ୍ୟତ ଗଠନରେ ବାପା ମାଁ ଙ୍କ ଭୂମୀକା ଗୁରୁତ୍ବପୂର୍ଣ୍ଣ ବୋଲି କହିଥିଲେ। ବିଦ୍ୟାଳୟ ପରିଚାଳନା ସଭାପତି ଶ୍ରୀ ସ୍ବାଇଁ ପୃଥ୍ବୀରାଜ ଉଚ୍ଚ ବିଦ୍ୟାଳୟର ଶୈକ୍ଷିକ ପରିବେଶ ଖୁବ ମନୋରମ ବୋଲି କହିବା ସହ ଏହି ଅନୁଷ୍ଠାନର ବିକାଶ ପାଇଁ ସମସ୍ତ ଅଭିଭାବକ ଯୋଡି ହୁଅନ୍ତୁ ବୋଲି କହିଥିଲେ । କାର୍ଯ୍ୟକ୍ରମର ସଂଯୋଜନା ଶିକ୍ଷକ ବିକାଶ ସାହୁ କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷୟିତ୍ରୀ ବର୍ଷାରାଣୀ ସାହୁ। ଏହି ଅବସରରେ ଦ୍ବିତୀୟ ସମାପ୍ତି ସୂଚକ ଆକଳନରେ ପ୍ରଥମ ହୋଇଥିବା ଛାତ୍ରଙ୍କ ସମେତ ପୂର୍ବ ରୁ ଆୟୋଜିତ ନୃତ୍ଯ,କୁଇଜ,ପ୍ରବନ୍ଧ ଓ ସଂଗୀତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ଛାତ୍ର ନୈତିକ ଦାସ ଓ ଶୁଭମ ପଣ୍ଡାଙ୍କ ଦ୍ବାରା ମଂଚ ସଂଚାଳନ ମାଧ୍ୟମରେ ଛାତ୍ରମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ,ଶିକ୍ଷା କର୍ମଚାରୀ,ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ଯଙ୍କ ପ୍ରତ୍ୟକ୍ଷ ସହଯୋଗ ଦ୍ବାରା ଏହି ବାର୍ଷିକୋତ୍ସବ ଧୂମ୍ ଧାମ ସହକାରେ ପାଳିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like