-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ୩୪୧୦ ଘର ପାଇଁ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ଦିଆଗଲା: ବିଭିନ୍ନ ଯୋଜନାରେ ମିଳିବ ଶୌଚାଳୟ, ରନ୍ଧନ ଗ୍ୟାସ, ସ୍ୱଚ୍ଛ ପାନୀୟ ଜଳ ଓ ବିଦ୍ୟୁତ ସଂଯୋଗ

30-Mar-2025



ବଲାଙ୍ଗିର: ଆଜି କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।
    ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ଭୀମଭୋଇ ମେଡ଼ିକାଲ କଲେଜ ପେକ୍ଷାଳୟ ରେ ଜିଲ୍ଲାସ୍ତରୀୟ ଅଭାଷୀ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମାନ୍ୟବର ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି , ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ , ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର , ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ , ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ସମ୍ମାନିତ ଅତିଥିରୂପେ ଯୋଗ ଦେଇଥିଲେ । 
    ମୁଖ୍ୟ ଅତିଥି ଏହାକୁ ଏକ ଯୁଗାନ୍ତକାରି ପଦକ୍ଷେପ ବୋଲି କହିଥିଲେ । ଏହି ସରକାର ଲୋକଙ୍କ ସରକାର । ସମସ୍ତ ଯୋଜନା ଲୋକଙ୍କ କଲ୍ୟାଣ ପାଇଁ ଉଦ୍ଧିଷ୍ଟ । ୩୧୦୦ ଟଙ୍କାର କୁଇଣ୍ଟାଲ ପିଛା ସବସିଡ଼ି, ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ବର୍ଷକୁ ଦଶ ହଜାର ଟଙ୍କା , ଆଦି ଅନେକ ଯୋଜନା ସ୍ଵବଲମ୍ବୀ କରିବ । ଆଗାମୀ ପାଞ୍ଚ ବର୍ଷରେ ସମସ୍ତଙ୍କ ମୁଣ୍ଡ ଉପରେ ଛାତ ପାଇଁ ସରକାର ବଦ୍ଧପରିକର । ସମାଜ ର ଅନ୍ତିମ ସୋପାନ ରେ ଥିବା ଲୋକ ଏହି ଲାଭରେ ଲାଭବାନ ହେବେ । ପୂର୍ବରୁ ସୁପାରିଶ ବଦଳରେ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉଥିବା ବେଳେ ଏବେ ଗ୍ରାମସଭା ନିଷ୍ପତି ଅନୁସାରେ ଜଣେ ଯୋଜନାର

ଲାଭବାନ ହେବ । ନିଜ ଅଭିଭାଷଣରେ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ ବୋଲି କହିଥିଲେ ।
   ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ୱୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ । ସ୍ୱଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ, ଜଳ ଜୀବନ ମିଶନରୁ ସ୍ୱଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ । ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ । 
   ଆଗଲପୁର ର ୨୩୬ ଜଣ, ବଲାଙ୍ଗିର ୩୦୩, ବଙ୍ଗୋମୁଣ୍ଡା ୧୬୩, ବେଲପଡା ୩୦୩, ଦେଓଗାଁ ୩୪୧, ଗୁଡଭେଳା ୧୩୩ , ଖପ୍ରାଖୋଲ ୩୧୧ , ଲୋଇଶିଙ୍ଘା ୧୯୭, ମୁରିବାହଳ ୨୨୬ , ପାଟଣାଗଡ଼ ୩୧୯, ପୁଇଁତଳା ୩୧୫, ସଇଁତଳା ୧୭୨ , ଟିଟିଲାଗଡ ୧୯୭, ତୁରେକେଲା ୧୯୪ ଜଣ ଙ୍କୁ  ସମୁଦାୟ ୩୪୧୦ ଜଣଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ଦିଆଗଲା । 

ଅଧିକ ଲୋକଙ୍କୁ ଘର ଦେବା ପାଇଁ ଏହି ଯୋଜନାରେ ‘ପରିବାର’ ଓ ‘ପକ୍କା ଘର’ର ସଂଜ୍ଞାକୁ ମଧ୍ୟ ସରଳ କରାଯାଇଛି । ଆଜବେସଟସ୍, ଟିଣ ଓ ଟାଇଲ ଛାତଘରକୁ କଚ୍ଚାଘର ରୂପେ ବିବେଚନା କରାଯାଇଛି । କେବଳ ସିମେଣ୍ଟ ଯୋଡେଇ କାନ୍ଥ ସହିତ ଆର.ସି.ସି. ଛାତକୁ ପକ୍କାଘରର ମାନ୍ୟତା ପ୍ରଦାନ କରାଯାଉଛି । ପ୍ରାରମ୍ଭରେ ମାନନୀୟ ପ୍ରଧାନମନ୍ତ୍ରୀଙ୍କ  ମନ କି ବାତ କାର୍ଯ୍ୟକ୍ରମକୁ ମଧ୍ୟ ଉପସ୍ଥିତ ଜନସାଧାରଣ ଶୁଣିଥିଲେ । ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର ସ୍ବାଗତ ଅଭିଭାଷଣ ରଖିଥିଲେ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like