-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ହଳଧର ସାହିତ୍ୟ ଅସ୍ମିତାର ଆବାହନ ଅଟେ

31-Mar-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପଦ୍ମଶ୍ରୀ ଲୋକକବିରତ୍ନ ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦ୍ଘାଟନ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ(ଓସାକା) ହାଇଦ୍ରାବାଦ ଆୟୋଜନରେ ଏବଂ କୋଶଳ ଛାତ୍ର ସଂଗଠନ ଓ ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ  
ସହଯୋଗରେ ଅନ୍ନପୂର୍ଣ୍ଣା ହୋଟେଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ସମେତ କୋଶଲାଞ୍ଚଳ
ର ବିଭିନ୍ନ ପ୍ରାନ୍ତରୁ କବି, ସାହିତ୍ୟିକ, ଲେଖକ ମାନେ ଯୋଗଦାନ କରିଥିଲେ । ପ୍ରାରମ୍ଭରେ କବି ହଳଧର ନାଗଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଛା ଜ୍ଞାପନ କରାଯାଇଥିଲା । ଏହାପରେ କବି ନାଗଙ୍କ ଗରିମାମୟ ଉପସ୍ଥିତିରେ ଏବଂ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ପଦ୍ମନାଭ ପଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଉଦ୍ଘାଟନୀ ସମାବେଶରେ ଡ.ଦ୍ବାରିକାନାଥ ନାୟକ, ଉତ୍ପନ୍ନ ଭୋଇ, ସୁଶାନ୍ତ ମିଶ୍ର ଓ ଅଶୋକ ପୁଜାହାରୀ ଯୋଗଦାନ କରିଥିଲେ । ହଳଧର ସାହିତ୍ୟ ଆର୍ ଜୀବନୀ କୋଶଲାଞ୍ଚଲର ଭାଷା, ସାହିତ୍ୟ ସାଙ୍ଗେ ଆମର ମାଟିର ଅସ୍ମିତା ଲାଗି ଉଲଗୁଲାନ ଶୀର୍ଷକରେ ଆଲୋଚନା କରାଯାଇଥିଲା । ଦ୍ଵିତୀୟ ଅଧିବେଶନରେ ଗୋରେଖନାଥ ସାହୁ,  ଡ.ସୁବାସ ମେହେର, ଡ.ଲୋହିତକ୍ଷ ଯୋଶୀ, ଲାଲଚନ୍ଦ ବଗର୍ତ୍ତି ଓ ଶିବପ୍ରସାଦ ସା ଯୋଗଦାନ କରି ସମ୍ବଲପୁରୀ କୋଶଲି ଭାଷାରେ ପ୍ରାଥମିକ ସ୍ତରରେ ଶିକ୍ଷାଦାନ ଆବଶ୍ୟକତା ଶୀର୍ଷକରେ ଆଲୋଚନା କରିଥିଲେ । ସେହିପରି ହଳଧରଙ୍କ ସ୍ୱାଭିମାନକୁ ଅନୁକରଣ କରିବା ସହିତ ସାଂଗଠନିକ ଆବଶ୍ୟକତା ସଂକ୍ରାନ୍ତରେ ଅନୁଷ୍ଠିତ ତୃତୀୟ ଅଧିବେଶନରେ ଅଧ୍ୟାପକ ସୁଶାନ୍ତ ମିଶ୍ର,   ଅଶୋକ କୁମାର ପୁଜାହାରୀ ଓ ରାଜମଣି ସାହୁ ଯୋଗଦାନ କରିଥିଲେ । ଅଧ୍ୟାପକ ମୋହନ ସାହୁ, ଡ. ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ, ସଂଯୋଜକ ପ୍ରଶାନ୍ତ ମାଝୀ ଓ ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଆଲୋଚନା ଚକ୍ରକୁ ସଞ୍ଚାଳନ କରିଥିଲେ । ଅପରାହ୍ନ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବିପ୍ଳବୀ କବି ନୀତିଶ ଆଚାର୍ଯ୍ୟ, ଦେବେନ୍ଦ୍ର ସାହୁ, ହରିଲାଲ ସାହୁ ମଞ୍ଚାସୀନ ଥିଲେ । ବହୁ ସଂଖ୍ୟାରେ କବିମାନେ କବିତା ପାଠ କରିଥିଲେ । ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହଳଧର ସାଂସ୍କୃତିକ ସନ୍ଧ୍ୟାରେ ବିଭିନ୍ନ ଲୋକନୃତ୍ୟ, ଲୋକଗୀତ ସମେତ
ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ଵିନୀ ଷଡ଼ଙ୍ଗୀ, ପୂର୍ବତନ କୁଳସଚିବ ସାଧୁଚରଣ ପଣ୍ଡା, କେ. ତମ୍ମନା ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ପଦ୍ମନାଭ ପଧାନ, ପ୍ରଶାନ୍ତ ମାଝୀ, ସୁନିଲ ପୁରୋହିତ, ପାଣ୍ଡବ କର୍ଣ୍ଣ, ଅଜିତ ପତି, ଦୀପକ ଦାଶ, ଆକାଶ ପଣ୍ଡା, ଦୀପକ ରଥ ପ୍ରମୁଖ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like