-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରାୟଗଡା ଠାରେ ଜିଲ୍ଳାସ୍ତରୀୟ ୯୦ତମ ଓଡିଶା ଦିବସ ପାଳିତ

01-Apr-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ରାୟଗଡା ଜିଲ୍ଳା ସଦର ମହକୁମା ଠାରେ ଜିଲ୍ଳାସ୍ତରୀୟ ୯୦ତମ ଓଡିଶା ଦିବସ-୨୦୨୫ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରେ ପ୍ରଭାତ ଫେରି ଅନୁଷ୍ଠିତ ହୋଇଥିଲା। ସକାଳ  ୭ଟା ସମୟରେ ସ୍ଥାନୀୟ ଗଜପତି ଛକରେ ଅବସ୍ଥାପିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାଏକ, ଉପଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ ଚନ୍ଦ୍ର ଜେନା, ପୌର ଅଧ୍ୟକ୍ଷ ଶ୍ରୀ ପି ମହେଶ ପଟ୍ଟନାୟକ, ଉପନିର୍ଦ୍ଦେଶକ ତଥା ସୂଚନା ଓ଼ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ପୌର ନିର୍ବାହୀ ଅଧିକାରୀ ଶ୍ରୀ କୁଲଦୀପ କୁମାର, ପ୍ରେମ ପାହାଡ଼ ୱାକର୍ସ କ୍ଲବର ସଭାପତି ଓ ବରିଷ୍ଠ ନାଗରିକ କଲ୍ୟାଣ ସଂଘର ସଭାପତି ସମେତ ଅନ୍ୟ ସଦସ୍ୟ ବୃନ୍ଦ ଉପସ୍ଥିତ ରହି ସାମୁହିକ ଭାବେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ l ଏହାପରେ ସାଂସ୍କୃତିକ ଶୋଭାଯାତ୍ରା ବାହାରି ନୂତନ ବସ ଷ୍ଟାଣ୍ଡରେ ଥିବା ଡ଼ଃ ବାବା ସାହେବ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଜରିଥିଲେ l ଏହି ଶୋଭା ଯାତ୍ରାରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ବତୀ ମାଝୀ,  ଶ୍ରୀ ଗୋପୀ ଆନନ୍ଦ,ସୁନୀଲ ଚନ୍ଦ୍ର ପଣ୍ଡା, ଆଇନଜୀବୀ ବ୍ରଜସୁନ୍ଦର ନାୟକ, ପୂର୍ବତନ ଜିଲ୍ଲା ସୂଚନା ଓ ଲକସମ୍ପର୍କ ଅଧିକାରୀ ଜଳନ୍ଧର ପୁଷିକା, ସତ୍ୟବାଦୀ ପତି, ବଂ. କାନ୍ତାରାଓ ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ଅତିଥିମାନେ 
ସ୍ଥାନୀୟ ଅଦାଲତ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତି, ଗାନ୍ଧୀ ପାର୍କରେ ଅବସ୍ଥାପିତ ଉତ୍କଳ ମଣି ଗୋପବନ୍ଧୁ ଦାସ, ଜାତିର ଜନକ ମହାତ୍ମା ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀ, ବିନୋଭା ଭାବେ ଓ ଠକ୍କର ବାପl ଆଶ୍ରମରେ ଥିବା ଠକ୍କର ବାପାଙ୍କ ପ୍ରତିମୂର୍ତ୍ତି ମାନଙ୍କରେ ମାଲ୍ୟାର୍ପଣ କରିଥିଲେ l ଏହି ଶୋଭାଯାତ୍ରାରେ ସହରର ମାନ୍ୟଗଣ୍ୟ ଅତିଥିଙ୍କ ସମେତ ବିଭିନ୍ନ୍ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ,ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ସହରର ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଓ ଜନସାଧାରଣ ଅଂଶଗ୍ରହଣ କରିଥିଲେ  l ଏହାପରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅଡ଼ିଟୋରିୟମରେ ଏକ ସାଧାରଣ ସଭା ଆୟୋଜନ ହୋଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଳାପାଳ ଶ୍ରୀମତୀ ପାରୁଲ ପଟାୱରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉତ୍କଳ ପ୍ରଦେଶ ଗଠନରେ ଓଡିଆ ମହାପୁରୁଷମାନଙ୍କ ଭୂମିକା ଏବଂ ଆଜିର ପ୍ରଗତିଶୀଳ ଓଡିଶାରେ ସମସ୍ତ ବର୍ଗର ବିକାଶ ଉପରେ ନିଜ ବକ୍ତବ୍ୟରେ ଆଲୋକପାତ କରିଥିଲେ । ଜ୍ଞାନ, କ୍ରୀଡା, ବିପର୍ଯ୍ୟୟର ପ୍ରଶମନ  ଭଳି ଅନେକ କ୍ଷେତ୍ରରେ ଜାତୀୟ ତଥା ଆନ୍ତର୍ଜାତିକ କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି । ସ୍ବତନ୍ତ୍ର ରାଜ୍ଯ ଗଠନରେ ଓଡିଆ ବରପୁତ୍ରଙ୍କ ଅକ୍ଲାନ୍ତ ପରିଶ୍ରମକୁ ଆଜିର ଛାତ୍ର ଛାତ୍ରୀ ଓ ନୂତନ ପିଢି ବ୍ଯର୍ଥ ହେବାକୁ ଦେବେନାହିଁ । ରାୟଗଡ ଏହାର ଅବିଛେଦ୍ୟ ଅଙ୍ଗ,  ଏହାର ପ୍ରଗତି ନିମନ୍ତେ ରାୟଗଡ ବାସୀ ଏବଂ ପ୍ରଶାସନ ସର୍ବଦା ଚେଷ୍ଟିତ ବୋଲି ଜିଲ୍ଲାପାଳ  କହିଥିଲେ ।  ସେହିପରି ସମlନ୍ୱିତ ଅତିଥି ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ବତୀ ମାଝୀ,ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ 
ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷ୍ୟକ୍ଷ କୁମାର ଖେମୁଣ୍ଡୁ, ମୁଖ୍ୟବକ୍ତା ଡ଼ଃ ଦୁଷ୍ମନ୍ତ କୁମାର ମହାନ୍ତି ,  ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ୧୯୩୬ ମସିହାରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହୋଇଥିବା ବେଳେ ଆଜକୁ ୮୯ବର୍ଷ ବିତିଗଲାଣି ।  ଅତିଥିମାନେ ଓଡିଆ ଭାଷା ଓ ସଂସ୍କୃତିକୁ ଉଦଜୀବିତ ତଥା ସମୃଦ୍ଧ କରିବା ପାଇଁ ଆହ୍ୱନ ଦେଇଥିବା ବେଳେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଓ ଭାଷାଭିତ୍ତିକ ରାଜ୍ଯ ଗଠନରେ ମହାପୁରୁଷମାନଙ୍କ ଉଦ୍ୟମର ସ୍ମୃତି ଚାରଣ କରିଥିଲେ ।  ଓଡିଆ ଓ ଓଡ଼ିଶାର ସୁରକ୍ଷା  ନିମନ୍ତେ ସଭିଏଁ ଏକତ୍ରୀତ ହେବା  ଓଡ଼ିଆ ଭାଷା ଭାଷୀଙ୍କୁ  ପ୍ରଶଂସା କରିବା, ସାମୁହିକ ବିକାଶ ଚିନ୍ତା କରିବା ଓ ଓଡିଆଙ୍କ ସ୍ବାର୍ଥର ସୁରକ୍ଷା ପ୍ରତି ସଂକଳ୍ପରେ ରହିବା ଉଚିତ।  ରାୟଗଡ ଆମ୍ବ, ମାଣ୍ଡିଆ ଓ କପଡାଗୁନ୍ଦାର ଜାତୀୟ ମାନ୍ୟତା  ରାୟଗଡ ପାଇଁ ଗର୍ବ ଓ ଗୌରବ ଅଟେ ।
     ଏହି ଅବସରରେ ଉଚ୍ଚ ବିଦ୍ୟାଳୟସ୍ତରୀୟ ବିଭନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା କାର୍ଯ୍ୟକ୍ରମରେ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଆଦିର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ମନେ ଉପସ୍ଥିତ ଥିଲେ l ଉପସ୍ଥାପିକ ବିଦିଶା ଶତପଥୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ନୀଳାଚଳ ମିଶ୍ର ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like