-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଏକତ୍ରିଂଶତମ ବାର୍ଷିକ ଉତ୍ସବ

02-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ସହର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ। ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର , ସୋନପୁର ଠାରେ ଏହାର ଏକତ୍ରିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ, ସୋନପୁର ଯୋଗଦାନ କରି ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଶିଶୁ ମଧ୍ୟରେ ଉତ୍ତମ ଶିକ୍ଷା ସହ ଉତ୍ତମ ସଂସ୍କାରର ପ୍ରତ୍ୟାରୋପଣ କରିବା ଶିଶୁ ମନ୍ଦିରର ପ୍ରାଥମିକ କାର୍ଯ୍ୟବୋଲି ତାଙ୍କ ଅଭିଭାଷଣରେ ପ୍ରକାଶ କରିଥିଲେ ଶେଷରେ  କନ୍ୟା ମାନଙ୍କ ପାଇଁ ସରକାର ସୁକନ୍ୟା ଯୋଜନା ଅଛି ସମସ୍ତ କନ୍ୟା ମାନଙ୍କ ପାଇଁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ। ଅନୁଷ୍ଠାନର ଉପ-ସଭାପତି ଡଃ ଗୀତାଞ୍ଜଳି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଲୋକସଭା ସାଂସଦ ପ୍ରତିନିଧି ଶ୍ରୀ ଶରତଚନ୍ଦ୍ର ଶତପଥୀ ଓ ଶିକ୍ଷା ବିକାଶ ସମିତି, ଓଡ଼ିଶାର  ସୋନପୁର ଜିଲ୍ଲା ପ୍ରମୁଖ ଶ୍ରୀ ବିଭୁତି ଭୂଷଣ ଓତା ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ ।
ଶିକ୍ଷା ବିକାଶ ସମିତି,ଦକ୍ଷିଣ-ପଶ୍ଚିମ ସମ୍ଭାଗର ସଂପାଦକ ଶ୍ରୀ ରୁଦ୍ରମାଧବ ବାରିକ ମୁଖ୍ୟବକ୍ତା ଭାବେ ଚୂନ ଯୋଗଦାନ କରି ତାଙ୍କ ଅଭିଭାଷଣରେ ମହାନ ଭାରତୀୟ ସଂସ୍କୃତି ଉପରେ ଆଲୋକପାତ କରିବା ସହ ଶିକ୍ଷାର୍ଥୀ, ପରିବାର ଓ ସମାଜର ରାଷ୍ଟ୍ର ପ୍ରତି କିଭଳି ଆନୁଗତ୍ୟ ରହିବାକଥା ତା’ ଉପରେ ଗୁରୁତ୍ୱାରୋପ କରିଥିଲେ ।  ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁବାସ ଚନ୍ଦ୍ର ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସଂପାଦକ ଡଃ କୈଳାସ ଚାନ୍ଦ ଅତିଥିଗଣଙ୍କ ପରିଚୟ ପ୍ରଦାନ, ସ୍ୱାଗତ ଓ ସମ୍ବର୍ଦ୍ଧନା କରିଥିଲେ ।  ଶେଷ ପର୍ଯ୍ୟାୟରେ ଅନୁଷ୍ଠାନର କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସରକାରୀ ବୃତ୍ତି ପରୀକ୍ଷାରେ ସୋନପୁର ଶିକ୍ଷା ମଣ୍ଡଳରେ ପ୍ରଥମ ଚାରୋଟି ସ୍ଥାନ ଅଧିକାର କରିଥିବା ଶିଶୁ ତୃତୀୟ ଶ୍ରେଣୀରୁ ସ୍ୱସ୍ତିକ ପ୍ରଧାନ, ଅଂଶୁମାନ ସାହୁ, ପ୍ରିୟା ମେହେର ଓ ଶୁଭ୍ରା ସ୍ୱରୂପା ମିଶ୍ର ଏବଂ ପଞ୍ଚମ ଶ୍ରେଣୀରୁ ସାଚ୍ଚିମୟୀ ପାତ୍ର, ଶୁଭେଚ୍ଛା ଶତାଦ୍ଦି ଦ୍ୱାରୀ, ବି.ପର୍ଣ୍ଣାକ୍ଷି ଦେବୀ ଓ ପ୍ରଜ୍ଞା ପ୍ରିୟଦର୍ଶନୀ ନାୟକ ପୁରସ୍କୃତ ହୋଇଥିଲେ । ପଠାଣି ସାମନ୍ତ ଗଣିତ ପ୍ରତିଭା ପରୀକ୍ଷାରେ ଷଷ୍ଠ ଶ୍ରେଣୀରୁ ଓମ ପ୍ରକାଶ ଦାଶ,ତୋଫାନ ସାହୁ, ଶକ୍ତିରାଜ ସାହୁ , ଅତନୁ ସବ୍ୟସାଚୀ ହରିଚନ୍ଦନ, ରୁଦ୍ର ନାରାୟଣ ମେହେର ଓ ପ୍ରାରମ୍ଭିକା ପଣ୍ଡା ତଥା ଏନ.ଆର.ଟି.ଏସ୍ ପରୀକ୍ଷାରେ ଲିପି ଚୌହାନ କୃତିତ୍ଵ ଅର୍ଜନ କରି ପୁରସ୍କୃତ ହୋଇଥିଲେ । କାଶ୍ମିର ଠାରେ ଅନୁଷ୍ଠିତ ହୋଇଥିବା ଜାତୀୟ ଅସି ଚାଳନା ପ୍ରତିଯୋଗିତାରେ ଓଡ଼ିଶା ତରଫରୁ ଆମ ବିଦ୍ୟାଳୟର ୧୦ମ ଶ୍ରେଣୀର ଛାତ୍ର ଅବିନାଶ ସ୍ୱାଇଁ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାରୁ ତାଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ଚଳିତ ବର୍ଷ ଅଖିଳ ଭାରତୀୟ ସଂସ୍କୃତିଜ୍ଞାନ ପରୀକ୍ଷାରେ ଅବତିର୍ଣ୍ଣ ହୋଇଥିବା ୫୯ ଜଣ ଅଭିଭାବକ ଅଭିଭାବିକାଙ୍କୁ ପ୍ରମାଣପତ୍ର ଦେଇ ସମ୍ମାନୀତ କରାଯାଇଥିଲା । ଉପସ୍ଥିତ ସମସ୍ତ ଅତିଥି ଅଧିକାରୀଙ୍କ ସହ ବିଦ୍ୟାଳୟର ଯୁଗ୍ମ ସଂପାଦକ ଶ୍ରୀ ଘନଶ୍ୟାମ ମିଶ୍ର ଓ କୋଷାଧ୍ୟକ୍ଷ ଶ୍ରୀ ବନମାଳୀ ପଣ୍ଡା ପୁରସ୍କାର ବିତରଣରେ ସହଯୋଗ କରିଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ସମସ୍ତ ଶ୍ରେଣୀର ଶିଶୁଙ୍କ ଦ୍ୱାରା ଭିନ୍ନ ଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସମସ୍ତ ଗୁରୁଜୀ,ଗୁରୁମା, ସେବକ ଓ ସେବିକା, ମାତୃଭାରତୀଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପ୍ରାୟ ଅଢ଼େଇ ହଜାରରୁ ଉର୍ଦ୍ଦ୍ବ ଦର୍ଶକ ଉପଭୋଗ କରିଥିଲେ । କୋଷାଧ୍ୟକ୍ଷଙ୍କ ଦ୍ୱାରା ଧନ୍ୟବାଦ ଅର୍ପଣ କରାଯାଇଥିଲା । କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷଙ୍କ ପାଇଁ ମାତୃଭାରତୀ ତରଫରୁ ଦହି ସରବତ ବଣ୍ଟନ କରାଯାଇଥିଲା ଏବଂ ବିଦ୍ୟାଳୟ ତରଫରୁ ରାତ୍ର ଭୋଜନର ବ୍ୟବସ୍ଥା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like