-+91-9937148622 |
prerana_bgr@rediffmail.com |
Wednesday 29th April 2026 |
R.N.I. Regd No. ODIODI/2010/46693
Breaking News
03-Apr-2025
ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଏନଏସି ଅଧିନସ୍ଥ ଡ଼ଭଲା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମିଳା ପଧାନଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ ସଭାପତି ତଥା ସାମ୍ବାଦିକ ଦଧିବାମନ ନାୟକ, ସମ୍ମାନୀତ ଅତିଥି କାଉନସିଲର କଳ୍ପନା ଦିପ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରୋହିତାସ୍ଵ ଗଡ଼ୁଆ ଯୋଗଦେଇଥିଲେ । ବାର୍ଷିକ ଉତ୍ସବ ପାଳନ କରିବା ଦ୍ଵାରା ଛାତ୍ରଛାତ୍ରୀ ମାନଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆସିଥାଏ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ବ୍ୟାସଦେବ କୁଅଁର ଓ ଆଶୁତୋଷ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।