-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବୈଶାଖ ମେଳାକୁ ମିଳୁ କେନ୍ଦ୍ରୀୟ ଅନୁଦାନ:- ସାଂସଦ ପ୍ରଦୀପ ପୁରୋହିତ

03-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀଶ୍ରୀ ନୃସିଂହନାଥ ମନ୍ଦିରରେ ହେଉଥିବା ବୈଶାଖ ମେଳା ପାଇଁ କେନ୍ଦ୍ରୀୟ ଅନୁଦାନ ଦାବି କଲେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ସାମଜିକ ଓ ପରମ୍ପରା ଦୃଷ୍ଟିରୁ ଏହି ବୈଶାଖ ମେଳା କେବଳ ଓଡ଼ିଶା ନୁହେଁ ପଡ଼ୋଶୀ ରାଜ୍ୟ ଛତିଶଗଡ଼ ପାଇଁ ମଧ୍ୟ ବହୁ ଗୁରୁତ୍ୱ ବହନ କରିଥାଏ । ପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳାରେ ଦୁଇ ରାଜ୍ୟର ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇଥାନ୍ତି । ଆୟୋଜନ କମିଟି ପକ୍ଷରୁ ପ୍ରତିବର୍ଷ ମେଳାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇଥାଏ । ତେଣୁ କେନ୍ଦ୍ର ସରକାର ଏହି ମେଳା ପାଇଁ ପ୍ରତିବର୍ଷ କିଛି ଆର୍ଥିକ ସହାୟତା ଯୋଗାଇଲେ ମେଳା ଆହୁରି ସରସ ସୁନ୍ଦର ହୋଇପାରିବ ବୋଲି କହିଛନ୍ତି ମାନ୍ୟବର ସାଂସଦ । ଏହା ସହ ମେଳା ଆୟୋଜନ କିଭଳି ଆହୁରି ସୂଚାରୁରୂପେ ହୋଇପାରିବ ସେନେଇ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ ବୋଲି ଦାବି କରିଛନ୍ତି ସାଂସଦ ଶ୍ରୀ ପୁରୋହିତ । ଚଳିତବର୍ଷ ମେ ୭ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଶ୍ରୀଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳା ମହାସମାରୋହରେ ଆୟୋଜନ କରାଯାଉଛି । ଦୀର୍ଘ ୫ ଦିନ ଧରି ମହା ଆଡ଼ମ୍ବରରେ ଏହି ମେଳା ଆଧ୍ୟାତ୍ମିକ ପରିବେଶରେ ଆୟୋଜନ କରାଯାଉଛି । ପ୍ରଭୁ ଶ୍ରୀଶ୍ରୀ ନୃସିଂହନାଥଙ୍କ ନିକଟରେ ପୂଜା କଲେ ସବୁ ମନୋସ୍କାମନା ପୂରଣ ହୁଏ ବୋଲି ବହୁ କାଳରୁ ଲୋକଙ୍କ ବିଶ୍ୱାସ ରହିଛି । ସ୍ଥାନୀୟ ଲୋକଙ୍କ ଆସ୍ଥା ଓ ଭାବାବେଗ ସହ ଜଡ଼ିତ ହୋଇ ରହି ଆସିଛି ପ୍ରଭୁଙ୍କ ବୈଶାଖ ମେଳା । ସେଥିପାଇଁ ବୈଶାଖ ମେଳାରେ ବହୁ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ହେଲେ କେନ୍ଦ୍ର ସରକାର ଏଥିପାଇଁ କୌଣସି ଅନୁଦାନ ଦିଏ ନାହିଁ । ବରଗଡ଼ ସାଂସଦ ପ୍ରଥମ ଥର ସାଂସଦ ହେବା ପରେ ଏହି ବୈଶାଖ ମେଳା ପାଇଁ କେନ୍ଦ୍ରୀୟ ଅନୁଦାନ ପାଇଁ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ନିକଟରେ ଦାବି ଉପସ୍ଥାପନା କରିଛନ୍ତି । ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ନୃସିଂହନାଥ ପୌରାଣିକ ମନ୍ଦିର ଅବସ୍ଥାପିତ । ଏହା ତ୍ରୟୋଦେଶ ଶତାବ୍ଦୀରେ ନିର୍ମିତ ବୈଷ୍ଣବ ମନ୍ଦିର । ଯେଉଁଠାରେ ଭଗବାନ ନୃସିଂହ ବିରାଡ଼ି ବା ମାର୍ଜାର ରୂପେ ପୂପେ ପାଉଛନ୍ତି । ପାଟଣାଗଡ଼ ରାଜା ବୈଜଳ ସିଂହ ଦେବ ୧୩୧୩ ରେ ଏହି ମନ୍ଦିର ନିର୍ମାଣ କରିଥିଲେ । ୪୫ ଫୁଟ ଉଚ୍ଚ ଓ ଏହାର ଦୁଇଟି ଭାଗ ରହିଛି । ପ୍ରଥମଟିରେ ଶ୍ରୀଶ୍ରୀ ନୃସିଂହନାଥ ବିଗ୍ରହ ପୂଜା ପାଉଥିବା ବେଳେ ଅନ୍ୟଟିରେ ଜଗମୋହନ ପୂଜା ପାଉଛନ୍ତି ।y


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like