-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷ ପାଳନ ଅବସରରେ "ଓଡ଼ିଆରେ ନାମଫଳକ ଅଭିଯାନ- ସଚେତନତା ପଦଯାତ୍ରା

04-Apr-2025



 ଭବାନୀପାଟଣା(ଜଗନ୍ନାଥ ନାଏକ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ ପହିଲାରୁ ଓଡିଶା ଦିବସ ପାଳନ କରାଯାଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ପ୍ରଶାସନ, ବିଭିନ୍ନ ବିଭାଗର ମିଳିତ ଆନୁକୁଲ୍ୟରେ ଓଡିଶା ପକ୍ଷ ପାଳନ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।ଏହି ପରିପ୍ରେକ୍ଷୀରେ ଏପ୍ରିଲ ଦୁଇ ତାରିଖରେ ବିଦ୍ୟାଳୟ ଓ

ଗଣଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଦିବସ ପାଳନ କରାଯାଇଥିଲା, ଏପ୍ରିଲ ତିନି ତାରିଖରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳନ ଅବସରରେ ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀ ପାରମ୍ପରିକ ବେଶ ପୋଷାକ ପରିଧାନ କରିଥିଲେ,ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ଏକ ବୈଠକରେ ଓଡ଼ିଆ ଙ୍କ ପାରମ୍ପରିକ ବେଶ ପୋଷାକ ପରିଧାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଓଡ଼ିଆ ପକ୍ଷ ପାଳନ ନିମନ୍ତେ ସରକାରଙ୍କ ଦ୍ଵାର ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାଇ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜି କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗର ମିଳିତ ଉଦ୍ୟମରେ ଓଡିଆ ପକ୍ଷ ପାଳନ ଅବସରରେ ସମସ୍ତ ଦୋକାନ ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନ ମାନଙ୍କର ନାମଫଳକ ଓଡିଆ ଭାଷାରେ ଲେଖିବା ପାଇଁ ଏକ ସଚେତନତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶୁଭାରମ୍ଭ କରାଯାଇଅଛି। ଏଥିସହିତ ଏକ ସଚେତନତା ରଥ ପରିକ୍ରମଣ କାର୍ଯକ୍ରମକୁ  ଜିଲ୍ଲାପାଳ  ପାୱାର ସଚିନ ପ୍ରକାଶ ଏବଂ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ଏବଂ ସଚେତନତା ପଦଯାତ୍ରାରେ ସାମିଲ ହୋଇ ସହର ପରିକ୍ରମା କରିଥିଲେ। ଏଥିରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଦୟାମୟ ପାଢି, ଉପ - ଜିଲ୍ଲାପାଳ, ଭବାନୀପାଟଣା, ପ୍ରଭାତ କୁମାର ପରିଡା, ଜିଲ୍ଲା ସଂସ୍କୃତି ଅଧିକାରୀ, ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଶିକ୍ଷା ଅଧିକାରୀ, ରାଧାକାନ୍ତ ଛତ୍ରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ମୁଜିବୁନ ନିଶା, ଜିଲ୍ଲା ସ୍ତରୀୟ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଓ କର୍ମଚାରୀ ମାନଙ୍କ ସହିତ ଜିଲ୍ଲା ଶ୍ରମ ଅଧିକାରୀଙ୍କ ତତ୍ୱାବଧାନରେ ଏହି ସଚେତନତା ପଦ ଯାତ୍ରାରେ ପ୍ରାୟ ୨୦୦ ରୁ ଉର୍ଦ୍ଧ  ଛାତ୍ରଛାତ୍ରୀ, ଅଙ୍ଗନୱାଡ଼ି କର୍ମୀ, ସ୍ଵୟଂ ସହାୟକ ଗୋଷ୍ଠୀ କର୍ମୀ ଓ ବିଭିନ୍ନ ସମାଜସେବୀ ସଂଗଠନ ଏବଂ ଶ୍ରମିକସଂଘ ଭାଈମାନେ ଅଂଶ ଗ୍ରହଣ କରିଥିଲେ ।ଭବାନୀପାଟଣା ସହରର ବିଭିନ୍ନ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ମାନଙ୍କୁ ଓଡ଼ିଆ ରେ ନାମଫଳକ ଳେଖିବା ପାଇଁ ଏହି ସଚେତନ ପଦଯାତ୍ରା କରାଯାଇଥିଲା। ସେହିପରି ଏପ୍ରିଲ ୫ ତାରିଖରେ ଏୈତିହ ଗଣଦୌଡ ସକାଳ ୬.୩୦ ମି ସମୟରେ ମା ମାଣିକେଶ୍ଵରୀ ମନ୍ଦିର ରୁ ଘୋଡ଼ା ଘାଟ ଛକ,ଏପ୍ରିଲ 06 ତାରିଖରେ ଦେବାଳୟ ଓ ଏୈତିହ ସ୍ଥଳୀ ଗୁଡିକର ସ୍ଵଚ୍ଛତା ଅଭିଯାନ, ଏପ୍ରିଲ ୭ ତାରିଖରେ ବର୍ଣ୍ଣବୋଧ ବଣ୍ଟନ ବର୍ଣ୍ଣବୋଧ ଉତ୍ସବ, ଏପ୍ରିଲ ୮ ତାରିଖରେ ରକ୍ତ ଦାନ ଦିବସ, ଏପ୍ରିଲ ୯ ତାରିଖରେ ଆସ ବହିଟିଏ କିଣିବା ଦିବସ, ଏପ୍ରିଲ ୧୦ ତାରିଖରେ ଲୋକକଳା ପାଇଁ ଦିନଟିଏ, ବରିଷ୍ଠ କଳାକାରଙ୍କୁ

ସମ୍ବର୍ଦ୍ଧନା ଓ କଳା ଗ୍ରାମ ପରିଦର୍ଶନ, ଏପ୍ରିଲ ୧୧ତାରିଖରେ ଯୁବ ଲେଖକ ସମ୍ମିଳନୀ, ଏପ୍ରିଲ ୧୨ ତାରିଖରେ ଓଡିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା, ଏପ୍ରିଲ ୧୩ତାରିଖରେ ପାରମ୍ପରିକ ଖାଦ୍ୟ ଦିବସ ପାଳନ, ଏପ୍ରିଲ ୧୪ତାରିଖରେ ଓଡିଆ ନବବର୍ଷ ପାଳନ, ହୁଳହୁଳି, ଝୋଟି, ଚିତା, ମୁରୁଜ, ପିଠା ପଣା ପ୍ରତିଯୋଗିତା ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ, ସହରାଞ୍ଚଳ ଓ ନଗର ଉନ୍ନୟନ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଆୟୋଜନ କରାଯିବା ନିମନ୍ତେ ସ୍ଥିରୀକୃତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like