-+91-9937148622 |
prerana_bgr@rediffmail.com |
Monday 4th May 2026 |
R.N.I. Regd No. ODIODI/2010/46693
Breaking News
05-Apr-2025
ବଲାଙ୍ଗିର: ସମୃଦ୍ଧ ଶିଳ୍ପ-ସ୍ଥାପତ୍ୟ, କଳା-ଭାସ୍କର୍ଯ୍ୟ, ସାଂସ୍କୃତିକ ବିଭବ ଏବଂ ଐତିହ୍ୟ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଆମ ରାଜ୍ୟ ଓଡ଼ିଶା। ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶାରେ ରହିଥିବା ଐତିହ୍ୟ ସ୍ଥଳୀଗୁଡ଼ିକର ବହୁଳ ପ୍ରଚାର ଓ ପ୍ରସାର କରିବା ଏବଂ ଯୁବପିଢ଼ିଙ୍କୁ ଏହାର ଗୌରବମୟ ଇତିହାସ ସମ୍ବନ୍ଧରେ ଅବଗତ କରାଇବା ନିମନ୍ତେ ରାଜ୍ୟବ୍ୟାପୀ ଆୟୋଜିତ ହେଇଛି ଐତିହ୍ୟ ଗଣଦୌଡ । ଓଡ଼ିଶା
ସରକାରଙ୍କ ଦ୍ୱାରା ପ୍ରଥମଥର କରି ପାଳନ କରାଯାଉଥିବା ଓଡ଼ିଆ ପକ୍ଷର ପଞ୍ଚମ ଦିବସରେ ଆଜି ବଲାଙ୍ଗିରଠାରେ କୋଶଲ କଳା ମଣ୍ଡଳ ପଡିଆରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା । ଏଥିରେ ବହୁଳ ସଂଖ୍ୟାରେ ବଲାଙ୍ଗିରର ଜନସାଧାରଣ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଏବଂ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।
ଆଜିର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ , ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ପ୍ରମୁଖ ସାମିଲ ହୋଇଥିଲେ।