-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ସତ୍ୟ ଚେତନାର ମାର୍ଗ ନିଦର୍ଶନ କରେ ଚନ୍ଦନଯୁରି ମହିମା ଆଶ୍ରମ : ନିରଞ୍ଜନ ବିଶି

08-Apr-2025



ପାଟଣାଗଡ(ପ୍ରେରଣା ଖବର): ୨୦୦୪ ମସିହାରେ ପଶ୍ଚିମ ଓଡ଼ିଶା କୌପୀନଧାରୀ ଅଲେଖ ମହିମା ସମାଜର ସଭାପତି ଚମ୍ପେଶ୍ଵର ବାବାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପାଟଣାଗଡ଼ର ଚନ୍ଦନଯୁରିଠାରେ ଗଢି ଉଠିଥିବା ମହିମା ଆଶ୍ରମ ପାଖ ଆଖ ଖଣ୍ଡ ମଣ୍ଡଳର ଲୋକମାନଙ୍କୁ ସତ୍ୟ ଚେତନାର ମାର୍ଗ ନିଦର୍ଶନ କରିବା ସହିତ ମହିମା ଧର୍ମାବଳମ୍ବୀ ଭକ୍ତମାନଙ୍କ ପାଇଁ ଏହି ଆଶ୍ମ ଅତ୍ୟନ୍ତ ମନୋରମ ଏବଂ ଶାନ୍ତିରେ ବଞ୍ଚିବାର ରାହା ଯୋଗାଉଛି ବୋଲି ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କହିଛନ୍ତି। ମାନ୍ୟବର ରାଜ୍ୟସଭା ସାଂସଦଙ୍କ ଦ୍ଵାରା ପ୍ରଦତ୍ତ ଚାରି ଲକ୍ଷ ଟଙ୍କା ବିନିମୟରେ ନିର୍ମାଣ ହୋଇଥିବା

ଧ୍ଵନି ମଣ୍ଡପ ଏବଂ ଶୁଭ ଦିଆଯାଇଥିବା ଯାତ୍ରୀ ଓ ଭକ୍ତ ବିଶ୍ରାମ ଗୃହକୁ ଚମ୍ପେଶ୍ଵର ବାବା ମାନ୍ୟବର ରାଜ୍ୟସଭା ସାଂସଦ ଏବଂ ମହିମା ଅଲେଖ ଧର୍ମର ଗବେଷକ ପଣ୍ଡିତ ଦୈତ୍ୟାରି ମହାପାତ୍ରଙ୍କୁ ବୁଲାଇ ଦେଖାଇଥିଲେ। ଏହି ଅବସରରେ ମହିମା ଧର୍ମର ଭକ୍ତ ମାନଙ୍କ ଦ୍ଵାରା ଭଜନ କୀର୍ତ୍ତନ ହେବା ସହିତ ଭାବ ଭକ୍ତି ପୂର୍ଣ୍ଣ ସମାବେଶରେ ଦିବ୍ୟ ଭୋଜନ ପୂର୍ବକ ଚନ୍ଦନ - ବକୁଳ  ଏବଂ ଏକାମ୍ର କାନନର ଘଞ୍ଚ ଅରଣ୍ୟ ମଧ୍ୟରେ ଏକ ଭାବ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଚଂପେଶ୍ୱର ବାବାଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି ବର୍ତ୍ତମାନ ସମାଜକୁ ମହିମା ଧର୍ମର ଆବଶ୍ୟକତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ ପୂର୍ବକ ଆଶ୍ରମର ନବୀକରଣ ପାଇଁ ଏମ୍ ପି ଫଣ୍ଡରୁ ଆଉ ଚାରି ଲକ୍ଷ ଟଙ୍କା ଦେବେ ବୋଲି ଘୋଷଣା କରିଥିଲେ। ସନ୍ଥକବି ଭୀମଭୋଇ ଏବଂ ମହିମା ଗୋସେଇଙ୍କ ଉପରେ ଗବେଷଣା କରି ଏକାଧିକ ପୁସ୍ତକ ରଚନା କରିଥିବା ଓଡ଼ିଆ ଭାଷା ସାହିତ୍ୟ ଗବେଷକ ପଣ୍ଡିତ ଦୈତ୍ୟାରି ମହାପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ମହିମା ଧର୍ମର ତତ୍ତ୍ଵ,

ଦର୍ଶନ, ଭକ୍ତି ଓ ସତ୍ୟ ଧର୍ମ ଉପରେ  ବକ୍ତବ୍ୟ ପ୍ରଦାନ କରିବା ସହିତ ମହିମା ଧର୍ମର ପ୍ରବର୍ତ୍ତକଙ୍କ ଜୀବନାଦର୍ଶ ଉପର ଭାବ ଗର୍ଭକ ବକ୍ତବ୍ୟ ପ୍ରଦାନ କରି ଭକ୍ତ ମାନଙ୍କୁ ମୋହିତ କରିଥିଲେ। ଗାଁ ବଞ୍ଚାଅ ଆନ୍ଦୋଳନର ରାଷ୍ଟ୍ରୀୟ ଅଧ୍ୟକ୍ଷ ତୁଳସୀରାମ ଜଗତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମହିମା ଧର୍ମର ବିଶେଷତ୍ଵ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ଉପସ୍ଥିତ ଥିବା ଭକ୍ତମାନଙ୍କ " ଅଲେଖ ମହିମା ନିରଞ୍ଜନ " ଧ୍ବନିରେ ପରିବେଶ ଭାବମୟ ହୋଇ ଉଠିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like