-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରାୟଗଡ ଜିଲ୍ଲାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ

11-Apr-2025



ରାୟଗଡ଼(ସୁପ୍ରୀୟା ଷଡଙ୍ଗୀ): ଆଜି ରାୟଗଡ଼ ଜିଲ୍ଲାର ମୋଟ ୩୯ ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ ହୋଇଯାଇଛି | ଆନୁଷ୍ଠାନିକ ଭାବେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା- ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ କଟକର ବାଲିଯାତ୍ରା ପଡିଆରେ ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଏବଂ ରାସାୟନିକ ସାର ମନ୍ତ୍ରୀ ଶ୍ରୀ ଜେ ପି ନଡ୍ଡା ଓ ମାନ୍ୟବର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି | ରାଜ୍ୟର ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକକାଳୀନ ଏହି ଯୋଜନା ଗୁଡିକର ଶୁଭାରମ୍ଭ କରଯାଇଥିଲା l

ଏହି କ୍ରମରେ  ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ  ପଟାୱରୀ ସ୍ଥାନୀୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରିଂରୋଡ଼ରେ ଠାରେ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ | ଶୁଭାରମ୍ଭ ସମୟରେ ସ୍ୱାସ୍ଥ୍ୟ ସଚେତନା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା ଏବଂ ଏହା ଆସନ୍ତା ଏକ ସପ୍ତାହ ପାଇଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଅଞ୍ଚଳ ପରିସରରେ ସଚେତନତା ରଥ କାର୍ଡ ସମ୍ବନ୍ଧୀୟ ସମସ୍ତ ତଥ୍ୟ ସମ୍ବଳିତ ଅଡିଓ ବାର୍ତ୍ତା ଏବଂ ପ୍ରଚାର ପତ୍ର ବଣ୍ଟନ କରିବ | ଜିଲ୍ଲାର ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ୨୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ କମ୍ବୋକିଟ୍ସ ଓ କାର୍ଡ ବଣ୍ଟନ କରାଯାଇଥିଲା | ଏଠାରେ ଉଲ୍ଲେଖ୍ୟ ଯୋଗ୍ୟ ଯେ ଓଡ଼ିଶାର ଜନସାଧାରଣ ଙ୍କ ପାଇଁ ସମନ୍ଵିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନା ସମଗ୍ର ଓଡିଶା ରେ କାର୍ଯ୍ୟକାରୀ କରାଗଲା | ଏହି ସମନ୍ଵିତ ଯୋଜନା ରେ ରାଜ୍ୟର ୧.୦୩ କୋଟି ପରିବାରର ୩.୦୬ କୋଟି ହିତାଧିକାରୀ ଉପକୃତ ହେବେ | ସେମାନଙ୍କ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ପରିବାରର ମହିଳା ସଦସ୍ୟଙ୍କ ନିମନ୍ତେ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିସା ମିଳିବ | ସମସ୍ତ ହିତାଧିକାରୀଙ୍କୁ ସେମାନଙ୍କ ର କାର୍ଡ ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ ବୋଲି ଜିଲ୍ଲାପାଳ ଶ୍ରମତୀ ପଟାୱରୀ ଘୋଷଣା କରିଥିଲେ l ନୂତନ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ସମସ୍ତ ଜି.ଯେ.ଏ.ୱାଇ ହିତାଧିକାରୀ ତାଲିକା ଭୁକ୍ତ ହସ୍ପିଟାଲ ଗୁଡିକରେ ନିଜର ଆଧାର କାର୍ଡ ଏବଂ ବର୍ତମାନ ପାଖରେ ଉପଲବ୍ଧ ଥିବା ସ୍ୱାସ୍ଥ୍ୟ କାର୍ଡ ନମ୍ବର ଦେଇ  ଚିକିସା ପାଇପାରିବେ | ସମ୍ପୃକ୍ତ ଅଂଚଳର ଆଶା କର୍ମୀ / ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ସହାୟତାରେ ଗ୍ରାମ୍ୟ ସ୍ତରରେ ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ କରିବେ | ସମସ୍ତ ଯୋଗ୍ୟ ହିତାଧିକାରୀମାନେ ସମଗ୍ର ଦେଶରେ ୨୯୦୦୦  ହଜାର ତାଲିକାଭୁକ୍ତ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ  ଚିକିସା ପାଇପାରିବେ | ଉକ୍ତ ଘରୋଇ ହସ୍ପିଟାଲ ଗୁଡିକର ନାମ www.nha.gov.in କିମ୍ବା www.gjay.gov.in ରୁ ମିଳିପାରିବ | ଯେକୋଣସି ପ୍ରଶ୍ନପାଇଁ, ହିତାଧିକାରୀମାନଙ୍କୁ ଟୋଲ୍ଫ୍ରିନମ୍ବର ୧୦୪ ଏବଂ ୧୫୫୩୬୯ ରେ ଯୋଗାଯୋଗ କରିବା ନିମନ୍ତେ ପରାମର୍ଶ ଦିଆଯାଉଛି |

ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ରାୟଗଡ଼ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲାପରିଷଦ ଅକ୍ଷ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଫୁଲ କୁମାର ପାଢ଼ୀ, ପୌର ଅଧ୍ୟକ୍ଷ ପି ମହେଶ ପଟ୍ଟନାୟକ, ସ୍ଵାସ୍ଥ୍ୟ ବିଭାଗରୁ ଆସିଥିବା ନିର୍ସିଙ୍ଗ ବିଭାଗ ନିର୍ଦେଶକ ଶକ୍ତି ପ୍ରସାଦ ମିଶ୍ର,ଡିପିଏମ ରାଜେଶ ପଟ୍ଟନାୟକ, ପୌର ନିର୍ବାହୀ ସୃ କୁଲଦୀପ କୁମାର ଆଦି ଉପସ୍ଥିତ ଥିଲେ l ସେହିପରି ସ୍ଥାନୀୟ ଜୟରମଗୁଡା ସହରାଞ୍ଚଳ ପ୍ରlଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉପ-ନଗରପାଳ ଶ୍ରୀମତୀ ଶୁଭ୍ରା ପଣ୍ଡା, ଜିଲ୍ଲା ମତ୍ସ୍ଯ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ସେହିପରି ଜିଲ୍ଲାର ପ୍ରତ୍ୟେକ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଞ୍ଚଳରେ ମାନ୍ୟଗଣ୍ୟ ଅତିଥି, ଜନପ୍ରତିନିଧି ମlନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like