-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ନୋଡାଲ ସଚିବ ତଥା ଆଯୁକ୍ତ ହସ୍ତ ତନ୍ତ, ବୟନ ଓ ହସ୍ତ ଶିଳ୍ପ ଏବଂ ଅବକାରୀ ବିଭାଗଙ୍କ ଜିଲ୍ଲା ଗସ୍ତ:-

12-Apr-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟ ହସ୍ତ ତନ୍ତ, ବୟନ ଓ ହସ୍ତ ଶିଳ୍ପ ଏବଂ ଅବକାରୀ ବିଭାଗ ଆଯୁକ୍ତ ତଥା ଜିଲ୍ଲା ନୋଡାଲ ସଚିବ ଗୁହା ପୁନମ ତାପସ କୁମାର ସୁବର୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ କାର୍ଯ୍ୟକାରି ବିଭିନ୍ନ ଉନ୍ନୟନ ତଥା ଲୋକାଭିମୁଖୀ ଯୋଜନା ଗୁଡିକର ସଫଳ କାର୍ଯ୍ୟକାରିତାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ସେ ଏହି ପରିପ୍ରେକ୍ଷୀରେ ତା.୧୧/୦୪/୨୫ରେ ସୋନପୁର ପୌର ପରିଷଦ ଅନ୍ତର୍ଗତ ସୁରେଶ୍ୱରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ର ଛାତ୍ରୀଙ୍କ ସହ ଶିକ୍ଷା ଓ ଶିକ୍ଷା ଦାନ ସମ୍ପର୍କରେ ପଚାରି ବୁଝିଥିଲେ । ପରେ ପି ଏମ ଶ୍ରୀ ସ୍କୁଲ ଯୋଜନା ଅନ୍ତର୍ଗତ ମହାରାଜା ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସ୍କୁଲର ଶୈକ୍ଷିକ ବାତାବରଣ, ସ୍କୁଲର ଖେଳ ପଡିଆ ତଥା ଶିକ୍ଷା ଦାନ ଉପରେ ପଚାରିବୁଝିବା ସହ ଛାତ୍ର ଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଥିଲେ ଏବଂ ସ୍କୁଲ ଛାତ୍ରଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ କରିଥିଲେ। ତତ୍ପରେ ଜିଲ୍ଲାର କଳାପଥର ଠାରେ ସ୍ଥିତ ମଦ ନିଗମ ଡିପୋ ପରିଦର୍ଶନ କରି ସମସ୍ତ ଷ୍ଟକ ଯାଞ୍ଚ କରିଥିଲେ। ରୁଗୁଡ଼ିପାଲି ଅଙ୍ଗନୱାଡି କେନ୍ଦ୍ର ଠାରେ ସ୍ୱୟଂ ସହାୟକ ସଦସ୍ୟା, ସୁଭଦ୍ରା ହିତାଧିକାରୀ ତଥା ପ୍ରଧାନ ମନ୍ତ୍ରୀ ପୋଷଣ ହିତାଧିକାରୀ ଙ୍କ ସହ ଭାବବିନିମୟ କରିଥିବା ବେଳେ  ଶିଶୁଙ୍କ ସହ ଭାବ ବିନିମୟ କରିଥିଲେ ସଚିବ। ସେ ଏହି ଅବସରରେ ଶିଶୁ ବଟିକା ଯୋଜନା, ଅଙ୍ଗନବାଡି ଶିଶୁଙ୍କ ଆଧାର କାର୍ଡ ସଂଯୋଗୀକରଣ, ପିଲାଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ପ୍ରଭୁତି ଉପରେ ସମ୍ପୃକ୍ତ କେନ୍ଦ୍ର କର୍ମୀ ଙ୍କୁ ପଚାରିବୁଝିଥିଲେ । ସାଗରପାଲି ଠାରେ ବୁଣାକାର ସୁବିଧା କେନ୍ଦ୍ର ପରିଦର୍ଶନ କରି  ଉତ୍ପାଦ ଗୋଷ୍ଠୀଙ୍କ ସହ ହସ୍ତତନ୍ତ ଉପରେ ଭାବବିନିମୟ କରି ସ୍ଥାନୀୟ, ସୋନପୁରୀ,ସମ୍ବଲପୁରୀ, ପାଟଶାଢ଼ୀ, ପାଟବସ୍ତ୍ରର ଉତ୍ପାଦ ଓ ବଜାରୀକରଣ ଉପରେ ଆଲୋଚନା କରିଥିଲ।  ଅପରାହ୍ନ ରେ ଜିଲ୍ଲା ନୋଡାଲ ସଚିବ ସ୍ଥାନିୟ ସର୍କିଟ ହାଉସ ଠାରେ ବିଭିନ୍ନ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସେ ଜିଲ୍ଲାର ବିଭିନ୍ନ ଯୋଜନା ର କାର୍ଯ୍ୟକାରିତା ଉପରେ ଖୁସିବ୍ୟକ୍ତ କରିଥିବାବେଳେ  ସମସ୍ତ ବିଭାଗ ସେମାନେ ନିଜନିଜ ବିଭାଗୀୟ କାର୍ଯ୍ୟରେ ଉଚ୍ଚକୋଟୀର କାର୍ଯ୍ୟ ସମ୍ପାଦନ କରିବାକୁ ପରାମର୍ଶ ଦେଇଛନ୍ତି। ସେ ଏହି ଅବସରରେ   ଜିଲ୍ଲାସ୍ତରରେ କୌଣସି ବିଭାଗୀୟ ଉନ୍ନୟନ କାର୍ଯ୍ୟ ପ୍ରକଳ୍ପକୁ ସହମତି ଭିତ୍ତିରେ ସମ୍ପାଦନ କରିବାକୁ କହିଥିଲେ। ସେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତାର ସୁବିଧା ଅସୁବିଧା ଉପରେ ସମ୍ପୃକ୍ତ ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ନିଜନିଜ ବିଭାଗୀୟ ତଥ୍ୟ ପ୍ରଦାନ କରିଥିଲେ। ଜିଲ୍ଲା ନୋଡାଲ ଅଧିକାରୀଙ୍କ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର, ଉପ ନିର୍ଦେଶକ ପ୍ଲାନିଂ ରୋଶନ ଗିଦ୍ଧି, ଜିଲ୍ଲା ଶିକ୍ଷା ଅଧିକାରୀ , ତଥା ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like