-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଭାରତରତ୍ନ ଡ଼ଃ ବି. ଆର୍‌. ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ ପାଳିତ

14-Apr-2025



ଦେଶ ପାଇଁ ଡ଼ଃ ଆମ୍ବେଦକରଙ୍କ ଅବଦାନ ଅତୁଳନୀୟ-ଅତିରିକ୍ତ ଜିଲ୍ଲାପାଳ

ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର  ଜିଲ୍ଲା ସଦର ମହକୁମାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଭାରତରତ୍ନ ଡ଼ଃ ବି. ଆର୍‌. ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି । ଏହି ଉପଲକ୍ଷେ ପୂର୍ବାହ୍ନରେ ପଥରଚେପା ସ୍ଥିତ  ଅନ୍ଵେଷା ଛାତ୍ରବାସ ହଲ ରେ  ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା ଯୋଗଦେଇ ଦେଶ ପାଇଁ ଡ଼ଃ ଆମ୍ବେଦକରଙ୍କ ଅତୁଳନୀୟ ଅବଦାନ ଉପରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ତାଙ୍କର ଆଦର୍ଶ, ତ୍ୟାଗ, ଶ୍ରେଣୀବିହୀନ ସମାଜ ଗଠନ, ସମାଜର ଦଳିତ ଅବହେଳିତ ଲୋକମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ନିରନ୍ତର ସଂଗ୍ରାମ ଚିରଦିନ ପାଇଁ ସ୍ମରଣୀୟ ହୋଇ ରହିବ । ସମାଜରୁ ଭେଦଭାବ, ଛୁଆଁ ଅଛୁଆଁ ମନୋଭାବ ଦୂର କରିବା ପାଇଁ ଡକ୍ଟର ଆମ୍ବେଦକରଙ୍କ ଅବଦାନ ସମାଜ ତାଙ୍କ ନିକଟରେ କୃତଜ୍ଞ ରହିବ । ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦେଶକ ତରଣୀ ସୁନା ଡ଼ଃ ଆମ୍ବେଦକରଙ୍କ ବ୍ୟକ୍ତିତ୍ୱ, ଦକ୍ଷତା, ଜ୍ଞାନ ଗାରିମା ଏବଂ

ସମାଜ ସଂସ୍କାର ସବୁବେଳେ ଉତରପୀଢିଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଥିଲେ । ନିଜ ଅଭିଭାଷଣରେ କହିଥିଲେ ଯେ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତ ପାଇଁ ସମ୍ବିଧାନ ପ୍ରଣୟନରେ ଡଃ ଆମ୍ବେଦକର ଯେଉଁ ନିଷ୍ଠା, ପରାକାଷ୍ଠା ଓ ଦୂରଦୃଷ୍ଟି ପ୍ରତିପାଦନ କରିଛନ୍ତି ତାହା ଭାରତ ଏବଂ ଭାରତର ସମ୍ବିଧାନକୁ ଅନନ୍ୟ କରିଛି । ବିଶେଷ କରି ଭାରତୀୟ ସମ୍ବିଧାନରେ ପ୍ରଦତ୍ତ ମୌଳିକ ଅଧିକାର, ସମତା, ଭ୍ରାତୃତ୍ୱ ଏବଂ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ନ୍ୟାୟ

ଭାରତୀୟ ସମ୍ବିଧାନର ବିଶେଷତ୍ୱ ପାଲଟିଛି ବୋଲି କହିଥିଲେ । ସେହିପରି ଅନ୍ୟତମ ଵକ୍ତା ଭାବେ ଆସିଷ୍ଟାଣ୍ଟ ଡ଼ାଇରେକ୍ଟର ସଞ୍ଜୟ ଦୀପ ଆଧୁନିକ ଭାରତରେ ଡ଼ଃ ଆମ୍ବେଦକରଙ୍କ ଜୀବନାଦର୍ଶର ପ୍ରାସଙ୍ଗିକତା ଉପରେ ଆଲୋଚନା କରିଥିଲେ । ସୁସ୍ଥ ସମାଜ ଓ ସମୃଦ୍ଧ ଦେଶ ଗଠନ ପାଇଁ ଡକ୍ଟର ଆମ୍ବେଦକରଙ୍କ ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବାକୁ ସେ ଆହ୍ୱାନ ଜଣାଇଥିଲେ । ଏହି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଦାମୋଦର ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଡ଼ଃ ଆମ୍ବେଦକର ଜୟନ୍ତୀ ପାଳନ ଅବସରରେ ସକାଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅବସ୍ଥାପିତ ସମ୍ବିଧାନର ପ୍ରଣେତା ଡ଼ଃ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ଅତିରିକ୍ତ ଜିଲ୍ଲାପାଳ ମାଲ୍ୟାର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like