-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ସମନ୍ୱିତ ପ୍ରାଥମିକ ଶିକ୍ଷକ ସଂଘ ଅତାବିରା ଆନୁକୁଲ୍ୟରେ ଶିକ୍ଷା ସମ୍ମିଳନୀ ଓ ସ୍ବାଗତ ସମ୍ବର୍ଦ୍ଧନା

16-Apr-2025



ଅତାବିରା(ଆକାଶ ମିଶ୍ର) ଆଜି  ଅତାବିରା ଦୂର୍ଗା ମନ୍ଦିର କଲ୍ୟାଣ ମଣ୍ଡପ ଠାରେ  ସମନ୍ୱିତ ପ୍ରାଥମିକ ଶିକ୍ଷକ ସଂଘ ଆନୁକୂଲ୍ୟରେ  ଏକ ଶିକ୍ଷା ସମ୍ମିଳନୀ  ଓ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେଏହି କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ  ନୂତନ ଭାବେ ଯୋଗ ଦେଇଥିବା  ଜିଲ୍ଲା ଶିକ୍ଷା ଅଧିକାରୀ  ବିଶ୍ଵନାଥ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବିନୟ କୁମାର ଶୟେ, ଅତାବିରା ବ୍ଲକ୍ ଶିକ୍ଷା ଅଧିକାରୀ  ରତ୍ନମୟୀ  ପୁରୋହିତ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।  ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ସାହୁ  ଗୁଣାତ୍ମକ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ଶିକ୍ଷକ ମାନଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ । ବ୍ଲକ୍ ଶିକ୍ଷା ଅଧିକାରୀ  ଶ୍ରୀମତୀ ପୁରୋହିତ ଶିକ୍ଷା କ୍ଷେତ୍ରରେ  ଶିକ୍ଷକ ମାନଙ୍କ  ସକାରାତ୍ମକ ମନୋଭାବ ରହିବା ଦିଗରେ ଆଲୋଚନା କରିଥିଲେ ।ବ୍ଲକ୍ ତଥା ଜିଲ୍ଲା କୁ ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଅଗ୍ରଣୀ କରିବା  ପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଶ୍ରୀ ସୟେ ଆହ୍ଵାନ କରିଥିଲେ । ଅବସର ପ୍ରାପ୍ତ ଶିକ୍ଷକ ବେଣୁଧର ମିଶ୍ର, ଏ ବି ଇ ଓ କାର୍ତ୍ତିକ ବାଗ ଏହି ଅବସରରେ ମଞ୍ଚାସିନ ରହିଥିଲେ ।ଏହି କାର୍ଯ୍ୟକ୍ରମ ର ଦ୍ଵିତୀୟ ପର୍ଯ୍ୟାୟର  ସଂଘ୍ ର ନୂତନ କର୍ମକର୍ତ୍ତା  ଚୟନ ଉପଦେଷ୍ଟା ତଥା ଅବସର ପ୍ରାପ୍ତ ଶିକ୍ଷକ ସଂଘ ର ସଭାପତି ନିଶିକାନ୍ତ ପଣ୍ଡା, ବରିଷ୍ଠ ନାଗରିକ ସଂଘରର ପୂର୍ବତନ ସଭାପତି ବେଣୁଧର ମିଶ୍ର, ଭୋଲାନଥ ପ୍ରଧାନ ଓ ପଞ୍ଚାନନ ନାଥଙ୍କ  ତତ୍ତ୍ଵାବଧାନରେରେ 

କରାଯାଇଥିଲା । ନୂତନ  ସଭାପତି  ଭାବରେ ରଶ୍ମି ରଞ୍ଜନ ସାହୁ, ସମ୍ପାଦକ ବିରେନ୍ଦ୍ର ଭୋଇ, ସହ ସଂପାଦକ ଲୋକନାଥ ମହାନନ୍ଦ,କୋଷାଧ୍ୟକ୍ଷ ରବି ପ୍ରଧାନ, ସମୀକ୍ଷକ ସତିଶ କାଲୋ ଏବଂ ସରୋଜ ପ୍ରଧାନ,ଉପ ସଭାପତି ସୁଜାତା ପଧାନି ଙ୍କୁ ସର୍ବ ସମ୍ମତି କ୍ରମେ  ଚୟନ କରାଯାଇଥିଲା । ଅବଶିଷ୍ଟ ୧୦ ଜଣ ସଭ୍ୟ ସଭ୍ୟା ମାନଙ୍କୁ କ୍ଲଷ୍ଟର ସ୍ତରରୁ  ମନୋନୀତ କରିବା ପାଇଁ ସର୍ବସମ୍ମତି କ୍ରମେ ପ୍ରସ୍ତାବ ଆଗତ ଓ ଗୃହୀତ କରାଯାଇଥିଲା । ଶିକ୍ଷକ ମନୋରଞ୍ଜନ ପ୍ରଧାନ ଉଭୟ ପର୍ଯ୍ୟାୟରେ ମଞ୍ଚଣପରିଚାଳନା କରିଥିବା ବେଳେ  ସନ୍ତୋଷ କର ଧନ୍ୟବାଦ୍ ଅର୍ପଣ କରିଥିଲେ । ରଶ୍ମୀ ରାଣୀ ନନ୍ଦ ଓ ସାଥୀ  ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ମୀମାଂସା ଯୋଶୀ ସୁନ୍ଦର କଣ୍ଠ ସଙ୍ଗୀତ ମାଧ୍ୟମରେ ଅତିଥି ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ୍ ର ସମସ୍ତ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାନଙ୍କରୁ ୪୦୦ ରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like