-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପିହୁ ନିଖୋଜ ଘଟଣାର ୫ବର୍ଷ ପରେ ବି ପୋଲିସ ହାତ ଖାଲି 

17-Apr-2025



ବରୀ(ରଞ୍ଜିତ କୁମାର ମହାନ୍ତି)- ପୀହୁ ନିଖୋଜ ଘଟଣାକୁ ୫ ବର୍ଷ ଅତିକ୍ରାନ୍ତ କଲାଣି। ପିହୂ ମା ର ଲିଖିତ ଅଭିଯୋଗ ପରେ ବି ପୋଲିସ ହାତ ଖାଲି। ସୂଚନାମୁତାବକ, ବରୀ ବ୍ଲକ ଅଧିନସ୍ଥ ମଧୁସୂଦନପୁର ଗାଁ ର ଦେଢ଼ ବର୍ଷର ଶିଶୁକନ୍ୟା ନିଜ ଦାଣ୍ଡରେ ଖେଳୁଥିବା ବେଳେ ନିଖୋଜ ହେବା ଘଟଣା ସେତେବେଳେ ଚର୍ଚ୍ଚା ଘେରକୁ ଆସିଥିଲା। ଅପହୃତ ହୋଇଥିବା ଶିଶୁକନ୍ୟାର ମା ମୋନାଲିସା ନାୟକ ଗତ ୯.୮.୨୦୨୦ ରେ  ବିଂଝାରପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମାତ୍ର ବିଂଝାରପୁର ପୋଲିସ ଘଟଣାକୁ ଗୁରୁତ୍ବ ନ ଦେଇ ୧୪୵୦୮୵୨୦୨୦ରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଚାପରେ ୧୪୵୦୮୵୨୦୨୦ରେ ଏକ ଅପହୃତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଅଦ୍ୟାବଧି ନିଖୋଜ ପିହୁକୁ ଠାବ କରି ପାରିନାହିଁ । ଏହି ମର୍ମରେ ନିଖୋଜ ପିହୁ ର ମା ମୋନାଲିସା ଜିଲ୍ଲାପାଳ ଯାଜପୁର, ଆରକ୍ଷୀ ଅଧିକ୍ଷକ ଯାଜପୁର, ଡିଜି ଓଡ଼ିଶା ଓ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏହାର କୌଣସି ପଦକ୍ଷେପ ନିଆଯାଇଥିଲା। ସରକାର ବଦଳିବା ପରେ ଭୁବନେଶ୍ଵର ରାମ ମନ୍ଦିର କିକଟରୁ ଜଣେ ଦୃଷ୍ଟିବାଧିତ ମାକୋଳରୁ ଦେଢ଼ ବର୍ଷର ଶିଶୁପୁତ୍ରକୁ ଅପହରଣ କରାଯିବାର ୭୨ଘଣ୍ଟା ପରେ କମିଶନରେଟ ପୋଲିସ ଉଦ୍ଧାର କରିବା କ୍ଷେତ୍ରରେ ସକ୍ଷମ ହୋଇଥିବା ବେଳେ ବିଂଝାରପୁର ପୋଲିସ ୫ ବର୍ଷ ମଧ୍ୟରେ ନିଖୋଜ ପିହୁ ର ସନ୍ଧାନ ନ ପାଇବା ଜିଲ୍ଲା ପୋଲିସ ପ୍ରଶାସନର କାର୍ଯ୍ୟଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିଖୋଜ ପିହୁ ର ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଜାତୀୟ କଂଗ୍ରେସ ଦଳର କର୍ମକର୍ତ୍ତା ସ୍ଥାନୀୟ ମଧୁସୂଦନ ପୁର ଠାରେ ପହଞ୍ଚି ପିହୁ କୁ ଉଦ୍ଧାର କରିବା କ୍ଷେତ୍ରରେ ପ୍ରଶାସନ ପଦକ୍ଷେପ ନେବାକୁ ଦାବି କରିବା ସହିତ ତତ୍କାଳୀନ ଜିଲ୍ଲାପାଳଙ୍କୁ ଭେଟି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ। ଏତତବ୍ୟତୀତ ନିଖୋଜ ପିହୁ ର ମା ମଧ୍ୟ ୨୯୵୦୧୵୨୦୨୧ରେ ମହିଳା ଶିଶୁ ବିକାଶ ମନ୍ତ୍ରୀଙ୍କୁ ଭେଟି ଗୁହାରି କରିବା ସହ ୨୪୵୦୨୵୨୦୨୧ରେ ବିଧାନସଭା ଆଗରେ ଧାରଣା ଦେବାକୁ ଯାଉଥିବା ବେଳେ କଟକ ଚାଉଳିଆଗଞ୍ଜ ପୋଲିସ ତାଙ୍କୁ ବାଟରେ ଅଟକ ରଖିବା ଘଟଣାକୁ ବୁଦ୍ଧିଜୀବୀ ମାନେ ନାପସନ୍ଦ କରିଥିଲେ। ବର୍ତ୍ତମାନ ଗୃହ ବିଭାଗ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧୀନରେ ଥିବାବେଳେ ନିଖୋଜ ପିହୁ ର ମା ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଗୁହାରି କରିଥିବା ବେଳେ ଅଦ୍ୟାବଧି କୌଣସି ପଦକ୍ଷେପ ନିଆ ନ ଯିବା ମୋତେ ମାନସିକ ଯନ୍ତ୍ରଣା ଦେଉଛି ବୋଲି ପିହୁ ର ମା ମୋନାଲିସା ପ୍ରକାଶ କରିଛନ୍ତି। ଲୋକଙ୍କ ସରକାର କହି ବାହା ବାହା ନେଉଥିବା ମୋହନ ସରକାରଙ୍କ ପ୍ରଶାସନ ନିଖୋଜ ପିହୁ କୁ ଉଧାର କରିବା କ୍ଷେତ୍ରରେ କେତେଦୂର ସଫଳ ହେବ ତାହା ସମୟ କହିବ।ଏଭଳି ଏକ ସମ୍ବେଦନଶୀଳ  ଘଟଣାକୁ ଗୁରୁତ୍ବ ଦିଆଯାଇ ନିଖୋଜ ପିହୁ କୁ ଉଦ୍ଧାର କରିବାକୁ ମା ମୋନାଲିସା ଆକୁଳ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like