-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପି.ଏମ.ଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କପସିଲା ର ବାର୍ଷିକୋତ୍ସବ

18-Apr-2025



ବଲାଙ୍ଗୀର:(ପ୍ରେରଣା)-ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲା ବ୍ଳକ୍ ଅନ୍ତର୍ଗତ ପି.ଏମ.ଶ୍ରୀ. ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , କପସିଲା ଠାରେ ବାର୍ଷିକ ଉତ୍ସବ ୨୦୨୪-୨୫  ଅନୁଷ୍ଠିତ ହୋଇଯାଇଛି। ଗୁଡ଼ଭେଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତା ରାଣୀ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ ମୁଖ୍ୟଅତିଥି ଭାବରେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ । ମୁଖ୍ୟବକ୍ତା ଭାବରେ ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ କୁମ୍ଭାର, ସମ୍ମାନୀତ ଅତିଥି ଭାବରେ ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଅଜୟ ଜୟଶ୍ୱାଲ, ୧୦ ନମ୍ବର ୱାର୍ଡ କାଉନସିଲର ବବିତା ସାହୁ , ଅବସରପ୍ରାପ୍ତ ଅଧ୍ୟକ୍ଷ, ଆଞ୍ଚଳିକ ମହାବିଦ୍ୟାଳୟ ଋଷୁଡା ର ପ୍ରଦୀପ କୁମାର ସାହୁ  ଓ ବିଶିଷ୍ଟ ସମ୍ମାନୀତ ଅତିଥି ଭାବରେ ଆସିଷ୍ଟାଣ୍ଟ କମିଶନର, ଜିଏସଟି ବରଗଡ ର ଖଗେଶ୍ବର ରଣା ଯୋଗଦେଇ ମଞ୍ଚାସୀନ ଥିଲେ । ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ସଙ୍ଗେ ସଙ୍ଗେ କ୍ରୀଡ଼ା ସଂସ୍କୃତି ପ୍ରତି ସଚେତନ ରହିବା ଜରୁରୀ ବୋଲି ଅତିଥିଙ୍କ ବକ୍ତବ୍ୟ ରହିଥିଲା। ଏହି ବିଦ୍ୟାଳୟ ଏ ଅଞ୍ଚଳରେ ଶିକ୍ଷା କ୍ଷେତ୍ରରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ସେଥିପାଇଁ ସମସ୍ତ ଅତିଥି ଗଣ ପ୍ରଧାନଶିକ୍ଷକ ଙ୍କୁ ଧନ୍ୟବାଦ  ଜଣାଇଥିଲେ । ଏହି ବିଦ୍ୟାଳୟରେ ପଢ଼ିଥିବା ପୁରାତନ ଛାତ୍ର ଓଡ଼ିଶା ପ୍ରାଶାସନିକ ଅଧିକାରୀ ଶ୍ରୀମାନ ଖଗେଶ୍ବର ରଣାଙ୍କୁ ଅତିଥି ଗଣ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରି ସମ୍ମାନିତ କରିଥିଲେ । ବିଦ୍ୟାଳୟ ତରଫରୁ ଏହି କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ହେମକାନ୍ତି ରଣା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଗୁଡଭେଲାର ରମେଶ ଚନ୍ଦ୍ର ସାମର୍ଥ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୁଡଭେଲାର ସୁରେନ୍ଦ୍ର ସୁନା , ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଗୁଡଭେଲାର ବିପିନ ବାଗ ,ଗ୍ରାମ୍ୟ କମିଟି ସଦସ୍ୟ ନବ ସାହୁ , ଅବସରପ୍ରାପ୍ତ ଶିକ୍ଷକ ରଞ୍ଜିତ ସାହୁ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭକ୍ତ ରଞ୍ଜନ ଭୋଇ, ସହକାରୀ ଶିକ୍ଷକ ପୁରନ ମେହେର ଙ୍କୁ ଉପଢ଼ୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସ ବାର୍ଷିକ ବିବରଣୀ ପଠନ କରିଥିଲେ । ସ୍ଥାନୀୟ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଜଗମୋହନ ତ୍ରିପାଠୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲା । ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ଶକୁନ୍ତଳା ମେହେର ଧନ୍ୟବାଦ ଜ୍ଞାପନ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ଭାରତୀ ମହାପାତ୍ର, ସନ୍ଧ୍ୟାରାଣୀ ପ୍ରଧାନ, ସହକାରୀ ଶିକ୍ଷକ ତହସିଲ ଭୋଇ, ମୌସମ ମେହେର, ସ୍ନେହାଶିଷ  ତ୍ରିପାଠୀ ସହଯୋଗ କରିଥିଲେ। ବିଦ୍ୟାଳୟର ଛାତ୍ରୀ ଶ୍ରାବଣୀ ରଣା ଓ ବର୍ଷା କୁମ୍ଭୀରଙ୍କ ଉପସ୍ଥାପନା ରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତୁଷୁରା ର ବିଶିଷ୍ଟ କଳାକାର ବଡ଼ ସାନ ଘୁଡୁକା ନୃତ୍ୟ ସଙ୍ଗୀତ ପରିବେଷଣ କରିଥିଲେ । ଏହି ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ/ ଶିକ୍ଷୟତ୍ରୀ ଯୋଗଦାନ କରିଥିଲେ। ସ୍ଥାନୀୟ ଅଞ୍ଚଳର ସାମ୍ବାଦିକ ଗଣ ମଧ୍ୟ ଉପସ୍ଥିତ ରହିଥିଲେ । କପସିଲା ଗ୍ରାମର ଗ୍ରାମବାସୀ ଗଣ ବିପୁଳ ସଂଖ୍ୟାରେ ଯୋଗଦାନ୍ କରି କାର୍ଯକ୍ରମକୁ ସାଫଲ୍ୟ ମଣ୍ଡିତ କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like