-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଆୟୋଜିତ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ଉଦଘାଟନ କଲେ ମାନ୍ୟବର ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ

24-Apr-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଆଜି ପୂର୍ବାହ୍ନ ରେ ସ୍ଥାନୀୟ ସଦର ମହକୁମା ସ୍ଥିତ ଭୀମଭୋଇ ମେଡ଼ିକାଲ କଲେଜ ଏବଂ ହସପିଟାଲ ପେକ୍ଷାଳୟଠାରେ ଅନୁଷ୍ଠିତ ହୋଇଛି ।  ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଯୋଗ ଦେଇ ଥିଲେ।  ତାଙ୍କ ବକ୍ତବ୍ୟରେ ତୃଣମୂଳସ୍ତରର ଗଣତନ୍ତ୍ରର ଶକ୍ତି ଓ ସାମର୍ଥ୍ୟକୁ  ପାଳନ ଓ ପ୍ରସ୍ପୁଟିତ କରିବା ପାଇଁ ହେଇଥିବା ପଞ୍ଚାୟତିରାଜର ମହତ୍ତ୍ଵ ବାବଦରେ କହିଥିଲେ । ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ସଶକ୍ତ ହେଲେ ଯାଇ ଏକ ଉନ୍ନତ ଓ ବିକଶିତ ଓଡ଼ିଶାର ସ୍ବପ୍ନ ପୂରଣ

ହୋଇପାରିବ । ୭୩ତମ ସମ୍ବିଧାନ ସଂଶୋଧନ କାର୍ଯ୍ୟକାରୀ ହେବା ପରେ ଭାରତରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସାମ୍ବିଧାନିକ ମାନ୍ୟତା ପ୍ରଦାନ କରିବା ସହ ଗ୍ରାମୀଣ  ସ୍ୱୟଂ ଶାସନକୁ ସଶକ୍ତ କରିଥିଲା। ତୃଣମୂଳ ସ୍ତରରେ କ୍ଷମତାର ବିକେନ୍ଦ୍ରୀକରଣ କରିବା ଏବଂ ଯୋଜନା ଓ ବିକାଶ କାର୍ଯ୍ୟରେ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣ ସୁନିଶ୍ଚିତ କରିବା ଏହାର ଉଦ୍ଦେଶ୍ୟ ଥିଲା ବୋଲି ଡ଼ ମହାଲିଙ୍ଗ କହିଥିଲେ । ତ୍ରିସ୍ତରୀୟ ଶାସନ ବ୍ୟବସ୍ତାରେ ଗ୍ରାମସ୍ତରରେ ଗ୍ରାମ ପଞ୍ଚାୟତ, ମଧ୍ୟବର୍ତ୍ତୀ (ବ୍ଲକ) ସ୍ତରରେ ପଞ୍ଚାୟତ ସମିତି ଏବଂ ଜିଲ୍ଲାସ୍ତରରେ ଜିଲ୍ଲା ପରିଷଦକୁ ନେଇ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରଚଳନ କରାଯାଇଥିଲା। 
ଗ୍ରାମ, ବ୍ଲକ ଓ ଜିଲ୍ଲାସ୍ତରରେ ଉନ୍ନୟନ ମୂଳକ କାର୍ଯ୍ୟର ଯୋଜନା ଓ କାର୍ଯ୍ୟକାରିତାରେ ଜନ ପ୍ରତିନିଧିମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାନ୍ତି ।  ସେମାନଙ୍କର ପ୍ରାଥମିକ ଦାୟିତ୍ୱ ହେଉଛି ସ୍ଥାନୀୟ ଲୋକଙ୍କ ଆବଶ୍ୟକତାକୁ ବୁଝିବା ଏବଂ ପାନୀୟ ଜଳ, ପରିମଳ, ସଡ଼କ, ପ୍ରାଥମିକ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ଭଳି ମୌଳିକ ସେବାରେ ଉନ୍ନତି ଆଣିବା ଦିଗରେ କାର୍ଯ୍ୟ କରିବା । ପଞ୍ଚାୟତି ରାଜ ବ୍ୟବସ୍ଥା ତୃଣ ମୂଳ ସ୍ତରରେ ସରକାରଙ୍କ ଜନକଲ୍ୟାଣ କାରୀ ଯୋଜନା ର ସଫଳ ରୁପାୟନ ସହ ଲୋକଙ୍କ ମୌଳିକ ଆବଶ୍ୟକତା ପୂରଣ ଦ୍ବାରା ଜୀବନ ଓ ଜୀବିକାରେ ଉନ୍ନତି ସୁନିଶ୍ଚିତ କରିଥାଏ ବୋଲି ସେ କହିଛନ୍ତି ।  
ଏହା ସହ ସରକାର ଗୋଟିଏ ଦିନରେ ଅନେକ ଯୋଜନାର ପ୍ରଣୟନ କରିବା ଯେମିତି ଖାଦ୍ୟ ସୁରକ୍ଷା ଆଇନରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀମାନଙ୍କୁ ନୂତନ ରାସନ୍‌ କାର୍ଡ ପ୍ରଦାନ , ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ଆଜି ଓଡ଼ିଶାର ସମସ୍ତ ୩୧୪ ଗୋଟି ବ୍ଲକରେ ଷ୍ଟାଡିୟମ୍ ନିର୍ମାଣ , ଡିଜିଟାଲ ଇଣ୍ଡିଆ, ଗ୍ରାମ ପଞ୍ଚାୟତକୁ ନିଜସ୍ୱ ଆୟ ବୃଦ୍ଧି , ମହିଳା ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ପଦକ୍ଷେପ “ସୁଭଦ୍ରା ଯୋଜନାରେ ହିତାଧିକାରୀ ଙ୍କୁ ସହାୟତା ପ୍ରଦାନ ସହ ବିଗତ ଦିନରେ ପ୍ରତି ଗ୍ରାମପଞ୍ଚାୟତରେ ଗୁଣାତ୍ମକ ପ୍ରାଥମିକ ଶିକ୍ଷାକୁ ପ୍ରୋତ୍ସାହିତ କରିବା ଦିଗରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା , ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ପାଇଁ କେନ୍ଦ୍ର ସରକାର ଏବଂ ଓଡିଶା ସରକାରଙ୍କ ଯୁଗାନ୍ତକାରୀ ପଦକ୍ଷେପ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଲୋକକେନ୍ଦ୍ରିକ ହେବା ସହ ରାଜ୍ୟ କୁ ସବୁ ଦିଗରୁ ବଳିଷ୍ଠ କରିଛି ବୋଲି ନିଜର ସୁଚିନ୍ତିତ ବକ୍ତବ୍ୟ ରଖିଥିଲେ  । 
ଅନ୍ୟମାନଙ୍କ ମଧ୍ୟରେ ସମ୍ମାନନୀୟ ଅତିଥି ରୂପେ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜି ଇସାଲୱାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର,

ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ ତରଣି ସୁନା  ପ୍ରମୁଖ ଉପସ୍ଥିତ ରହିଥିଲେ।  ଏହି ଅବସରରେ ଖାଦ୍ୟ ସୁରକ୍ଷା ରୁ ବଞ୍ଚିତ ଥିବା ଯୋଗ୍ୟ ହିତାଧିକାରୀ ମାନଙ୍କୁ ନୂତନ ରାସନ କାର୍ଡ ବଣ୍ଟନ କରାଯାଇ ଥିଲା ଏବଂ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଗ୍ରାମ ପଞ୍ଚାୟତମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଇ ଥିଲା ।  କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଜମ୍ମୁ କାଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସକାଶେ ନୀରବ ପ୍ରାଥନା କରାଯାଇଥିଲା । ଉପସ୍ଥିତ ଲୋକେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ଅଭାଷୀ ମାଧ୍ୟମରେ ଦେଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like