-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳନ

25-Apr-2025



ଢ଼େଙ୍କାନାଳ (ଉଦୟ ଭାନୁ ସାହୁ)- ସାରା ଦେଶରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳନ କରାଯାଉଛି । ଏହି ଅବସରରେ ଆଜି ପୂର୍ବାହ୍ନରେ ମହିଷାପାଟ ସ୍ଥିତି ପଲ୍ଲିଶ୍ରୀ ମେଳା ପଡ଼ିଆଠାରେ ଜିଲ୍ଲାସ୍ତରୀୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଗ୍ରାମାଞ୍ଚଳର ବିକାଶ ହେଲେ ଦେଶର ବିକାଶ ହେବ ବୋଲି କହିଥିଲେ। ତୃଣମୂଳ ସ୍ତରରୁ ସମସ୍ତଙ୍କର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସଂକଳ୍ପବଦ୍ଧ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଇ ଗ୍ରାମୀଣ ବିକାଶକୁ ତ୍ୱରାନ୍ୱିତ କରି ଲୋକମାନଙ୍କୁ ସମସ୍ତ ପ୍ରକାର ସେବା ଦେବା ସମସ୍ତଙ୍କର ଲକ୍ଷ୍ୟ ହେବା ଉଚିତ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର 
ମତବ୍ୟକ୍ତ କରିଥିଲେ। ଢେଙ୍କାନାଳର ଐତିହ୍ୟ, ସଂସ୍କୃତି, ପରମ୍ପରା, ପର୍ଯ୍ୟଟନ କ୍ଷେତ୍ର, କୃଷି, ଉଦ୍ୟାନ କ୍ଷେତ୍ରରେ ପ୍ରସିଦ୍ଧି ରହିଛି ବୋଲି ପ୍ରକାଶ କରିଥିଲେ । ସାଂସଦ ରୁଦ୍ର ନାରାୟଣ ପାଣି, ପରଜଙ୍ଗର  ବିଧାୟକ ବିଭୂତି ଭୂଷଣ ପ୍ରଧାନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ପ୍ରତିନିଧି ହର୍ଷବର୍ଦ୍ଧନ ସିଂଦେଓ, ସଦର ପଞ୍ଚାୟତ ସମିତି ର ଅଧ୍ୟକ୍ଷ କାଳନ୍ଦି ଚ଼ରଣ ବାରିକ ଅତିଥି ଭାବେ ଯୋଗ ଦେଇ ପଞ୍ଚାୟତି ରାଜ ବ୍ୟବସ୍ଥା, ଏହାର କାର୍ଯ୍ୟକାରିତା ଓ ଦେଶର ସାମୂହିକ ବିକାଶ ପାଇଁ ଏହାର ଉପାଦେୟତା ସଂପର୍କରେ ଆଲୋକପାତ କରିଥିଲେ । ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଆମ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ଅତୁଳନୀୟ  ବୋଲି ମତବ୍ୟକ୍ତ କରିଥିଲେ l ପଞ୍ଚାୟତି ରାଜ ବ୍ୟବସ୍ଥା ଯୋଗୁଁ ଗ୍ରାମାଞ୍ଚଳର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିଛି କହିଥିଲେ। ସଂପୃକ୍ତ ଅଧିକାରୀ ମାନଙ୍କ ପୂର୍ଣ୍ଣ ସହଯୋଗ ଦ୍ୱାରା ଜିଲ୍ଲାରେ ସୁଭଦ୍ରା ଯୋଜନା ଓ ଆୟୁଷ୍ମାନ ଯୋଜନା ସଫଳତାର ସହ କାର୍ଯ୍ୟ କରୁଥିବା ପ୍ରକାଶ କରିଛନ୍ତି । ଜିଲ୍ଲାର ୧୫,୪୦୦ ଜଣ  ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ । ଏହି ଅବସରରେ ଜିଲ୍ଲାର ୧୫ଟି ଅଗ୍ରଣୀ ଗ୍ରାମ ପଞ୍ଚାୟତକୁ ଆର୍ଥିକ ସହାୟତା ରାଶି ପ୍ରଦାନ, ହିତାଧିକାରୀଙ୍କୁ ପ୍ରତିମାତ୍ମକ ରାସନ କାର୍ଡ ଏବଂ

ଆୟୁଷ୍ମାନ କାର୍ଡ ପ୍ରଦାନ କରାଯାଇଥିଲା l ପ୍ରାରମ୍ଭରେ  ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦିପ୍ତି ରଂଜନ ସେଠି ସ୍ୱାଗତ ଭାଷଣ ଦେଇଥିଲେ । ଏହି ଅବସରରେ ଜମ୍ମୁ କାଶ୍ମୀରର ପହଲଗାମ ଠାରେ ଆତଙ୍କବାଦୀ ଙ୍କ ହାମଲାରେ ମୃତକ ଆତ୍ମାଙ୍କ  ସଦ୍‌ଗତି ନିମନ୍ତେ ୧ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା । ସତ୍ଯ ନାରାୟଣ କର କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଶେଷରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଜାତା ଶୁଭଦର୍ଶିନୀ ନାୟକ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like