-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ଜିଲ୍ଲା

ସିଙ୍ଗାପୁରଠାରେ ଫାଇଫ ଷ୍ଟାର ଓଲିଉଡ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି

05-May-2025



ଭୁବନେଶ୍ବର(ପ୍ରେରଣା ଖବର): ସିଙ୍ଗାପୁରଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ଫାଇଫ ଷ୍ଟାର ଓଲିଉଡ ପୁରସ୍କାରକୁ କେନ୍ଦ୍ର କରି ଜୋରଦାର ପ୍ରସ୍ତୁତି ପର୍ବ ଚାଲିଥିବା ଲକ୍ଷ୍ଯ କରାଯାଉଛି। ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ଦ୍ଵିତୀୟ ଥର ପାଇଁ ଦେଶ ବାହାରେ ଆର. ଆର ଇଭେଣ୍ଟସ ଏଣ୍ଡ ସିନେ ପ୍ରଡକ୍ସନ ( ଆର. ଆର. ଇ. ସି. ପି.) ଏବଂ ଓଡ଼ିଆ ସୋସାଇଟି ଅଫ୍ ସିଙ୍ଗାପୁରର ମିଳିତ ଉଦ୍ୟମରେ ଏହି ଚଳଚ୍ଚିତ୍ର ମହୋତ୍ସବ ଆୟୋଜିତ ହେବାକୁ ଯାଉଛି। ଓଲିଉଡ ପୁରସ୍କାରକୁ ଭାରତ ବାହାରକୁ ନେଇ ଏହାକୁ ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ଓ ସମ୍ମାନ ପ୍ରଦାନ କରିବା ପାଇଁ ଆର. ଆର. ଇଭେଣ୍ଟସ ଓ ସିନେ ପ୍ରଡକନ୍ସର ପ୍ରତିଷ୍ଠାତା ରମେଶ ବାରିକଙ୍କର ମହତ ଆକାଂକ୍ଷା ରହିଥିବା ଜଣାଯାଇଛି।  ଏହା ପୂର୍ବରୁ ଦେଶ ବାହାରେ ପ୍ରଥମ ଥର ପାଇଁ ଆର. ଆର. ଇ. ସି. ପି. ଦୁବାଇଠାରେ ଗତ ବର୍ଷ ଏହି ପୁରସ୍କାର ସମାରୋହ ବ୍ୟାପକ ସଫଳତାର ସହ ଆୟୋଜନ କରିଥିଲା।

ଫାଇଫ ଷ୍ଟାର ଫିଲ୍ମ ଆୱାର୍ଡସ-୨୦୨୫ ସିଙ୍ଗାପୁର ନାମରେ ନାମିତ ଏହି ରଙ୍ଗାରଙ୍ଗ ଉତ୍ସବରେ ଓଡ଼ିଶାର ଉତ୍କୃଷ୍ଟ କଳା, ଉନ୍ନତ ସଂସ୍କୃତି ଓ ଉଚ୍ଚକୋଟୀର ଚଳଚ୍ଚିତ୍ରର ଅନନ୍ୟ ଓ ନିଆରା ପ୍ରଦର୍ଶନ ଦେଖିବାକୁ ମିଳିବ ବୋଲି ଆୟୋଜକଙ୍କ  ସୂତ୍ରରୁ ପ୍ରକାଶ।  ଏହି ଭବ୍ୟ ଓ ଦିବ୍ୟ ଉତ୍ସବରେ ଓଡ଼ିଶାର ହସ୍ତତନ୍ତ ପ୍ରଦର୍ଶନୀ,  ବୟନିକା ପକ୍ଷରୁ ଫ୍ୟାଶନ ସୋ,  ମନଲୋଭା ଓଡ଼ିଶୀ ନୃତ୍ୟ ଏବଂ ସୁଲଳିତ ସଙ୍ଗୀତର ମଧୁର ମୂର୍ଚ୍ଛନା ମଧ୍ଯ ସ୍ଥାନ ପାଇବାକୁ ଯାଉଛି।

ସିଙ୍ଗାପୁରର ୱାନ୍ ୱାର୍ଲଡ ଇଣ୍ଟରନେସନାଲ ସ୍କୁଲର କ୍ୱାଣ୍ଟମ ଏରେନା ପ୍ରେକ୍ଷାଳୟଠାରେ ଆସନ୍ତା ୧୦ ତାରିଖର ଅପରାହ୍ନରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ମହାକୁମ୍ଭରେ, ସିଙ୍ଗାପୁରରେ ଅବସ୍ଥାନ କରୁଥିବା ସହସ୍ରାଧିକ ମାନ୍ୟଗଣ୍ୟ ଓଡ଼ିଆ,  ଓଲିଉଡ ପ୍ରେମୀ ଜନସାଧାରଣ ଏବଂ ଓଡ଼ିଆ ତାରକାମାନଙ୍କର ପ୍ରଶଂସକ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। 

ଫାଇଫ ଷ୍ଟାର ଫିଲ୍ମ ଆୱାର୍ଡସ ଉତ୍ସବରେ ଭାଗ ନେବା ପାଇଁ ଓଡ଼ିଶାର ଚଳଚ୍ଚିତ୍ର, ନୃତ୍ୟ ଓ ସଙ୍ଗୀତ ଜଗତର ପ୍ରାୟ ୧୦୦ ଜଣ ନାମଦାମୀ କଳାକାର ଭୁବନେଶ୍ବରରୁ ସିଙ୍ଗାପୁର ଅଭିମୁଖେ ବିମାନ ଯାତ୍ରା କରିବାକୁ ଯାଉଥିବା ଜଣାପଡ଼ିଛି।

ଏହି ଦ୍ଵିତୀୟ ଅନ୍ତର୍ଜାତୀୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ଅତିଥି ଭାବରେ ଭାରତୀୟ ହାଇକମିଶନର ପ୍ରଥମ ଅଫିସର ସାନିୟାନ ଯୋଶୀ , ବିଶିଷ୍ଟ ଉଦ୍ୟୋଗପତି କେ. ରାମମୂର୍ତ୍ତି, ବିଧାୟକ ଆକାଶ ଦାସ ନାୟକ, ପ୍ରଶାନ୍ତ ଜୟଦେବ, ଅଗସ୍ତି ବେହେରା, ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

 ବିଜେତାମାନଙ୍କୁ ଚୟନ କରିବା ପାଇଁ ଉଦ୍ଦିଷ୍ଟ କମିଟିର ଅଧ୍ୟକ୍ଷ ଭାବରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ରହିଛନ୍ତି। ଓଡ଼ିଆ ସିନେମାର ଗୁଣବତ୍ତା ଓ ପାରଦର୍ଶିତାକୁ ବିଶ୍ଵ ଦରବାରରେ ପରିଚିତ ଓ ପ୍ରତିଷ୍ଠିତ କରାଇବା ଏହି ଉତ୍ସବର ମୁଖ୍ଯ ଉଦ୍ଦେଶ୍ଯ ବୋଲି ଆୟୋଜକ ରମେଶ ବାରିକ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି। ସମାରୋହର ସହ ଆୟୋଜକ ଓଡ଼ିଆ ସୋସାଇଟି ଅଫ୍ ସିଙ୍ଗାପୁରର ସଭାପତି ସୁବ୍ରତ ନାୟକ, ଓଡ଼ିଶାର ଅନାବିଷ୍କୃତ କଳା, ସଂସ୍କୁତି, ପର୍ଯ୍ଯଟନ, ବ୍ୟଞ୍ଜନ, ପରିପାଟି, ଭାସ୍କର୍ଯ୍ୟ ଓ  ହସ୍ତଶିଳ୍ପ ଆଦି ସମ୍ପର୍କରେ ସିଙ୍ଗାପୁରରେ ଜନ ସଚେତନତା ସୃଷ୍ଟି କରିବା ଓ ଏସବୁ କ୍ଷେତ୍ରରେ ବିଦେଶୀ ପୁଞ୍ଜି ନିବେଶକୁ ଉତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ଅସଲ ଉଦ୍ଦେଶ୍ୟ ବୋଲି ଦର୍ଶାଇଛନ୍ତି। ମହୋତ୍ସବର ମୁଖ୍ୟ ଉପଦେଷ୍ଟା ତଥା ୱାର୍ଲଡ ଓଡ଼ିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ଵିବେଦୀ,  ଓଡ଼ିଆ ସିନେମାର ପ୍ରତିଭାବାନ କଳାକାରମାନଙ୍କୁ ସିଙ୍ଗାପୁରର ବୈଶିକ ମଞ୍ଚରେ ପୁରସ୍କୃତ କରିବା ପାଇଁ ଆର. ଆର. ଇଭେଣ୍ଟସ ସିନେ ପ୍ରଡକନ୍ସର ଏଭଳି ସାଧୁ ଉଦ୍ୟମ ନିଶ୍ଚିତ ଭାବରେ ପ୍ରଶଂସନୀୟ ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like