-+91-9937148622 |
prerana_bgr@rediffmail.com |
Saturday 19th September 2026 |
R.N.I. Regd No. ODIODI/2010/46693
Breaking News
10-May-2025
ବଲାଙ୍ଗୀର (ପ୍ରେରଣା ଖବର): ରାଜେନ୍ଦ୍ର ଯୁବକ ସଂଘ ଦ୍ଵାରା ପରିଚାଳିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ଦ୍ୱାରା ପରିଚାଳିତ ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ସିଭିଲ କୋର୍ଟ, ବଲାଙ୍ଗୀର ଠାରେ ଅନୁଷ୍ଠିତ ହୋଇଥିଲା। ଏହି ସ୍ବାସ୍ଥ୍ୟ ଶିବିରର ମୂଳ ଉଦ୍ଦେଶ୍ୟ ଅଣ ସଂକ୍ରମକ ରୋଗ ର ଚିହ୍ନଟ ସହ, ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ସହ ଡାକ୍ତର ପରାମର୍ଶ ।
ସେବା ଯୋଗାଇ ଦିଆଯାଇଥିଲା l ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ, ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢ଼ୀ , ଭୀମଭୋଇ ମେଡିକାଲ କଲେଜର ଡାକ୍ତର୍ ଶ୍ରଦ୍ଧା ଠାକୁର
ଓ ଡାକ୍ତର ଶୀତଳ ଆଚାର୍ଯ୍ୟ ଓ ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଡି ପି ଏଚ୍ ଓ ଦିବ୍ୟ କିଶୋର ପତି, ଏପିଏମ ରାମାନୁଜ ପଣ୍ଡା ୟୁ ସି ଏମ ଅନିଲ କୁମାର ମହାକୁର ତଦାରଖ କରି ଥିଲେ।ଏହ ସ୍ବାସ୍ଥ୍ୟ ଶିବିରରେ ୧୦୫ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ।