-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଖଣି ଓ ପରିବହନ ବିଭାଗର ସମୀକ୍ଷା ବୈଠକ*- *ବେଆଇନ ବାଲି ଚୋରାଚାଳନ ଉପରେ କଡା ଅଭିଯାନ* *ସୂଚନା ଫଳକ ଲଗାଇବା ଉପରେ ଗୁରୁତ୍ୱ*:-

12-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ମାନ୍ୟବର ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ, ଓଡିଶା ଶ୍ରୀ ବିଭୂତି ଭୂଷଣ ଜେନା ଆଜି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ସର୍କିଟ୍ ହାଉସ୍‌ରେ ଅନୁଷ୍ଠିତ ବୈଠକରେ  ଜିଲ୍ଲାର ଖଣି ଓ ପରିବହନ ବିଭାଗର କାର୍ଯ୍ୟ ପରିଚାଳନାର ସମୀକ୍ଷା କରିଥିଲେ।
ମନ୍ତ୍ରୀ ମହୋଦୟ ବେଆଇନ ବାଲି ଚୋରାଚାଳନ ବିରୋଧରେ କଡା ଅଭିଯାନ ଆରମ୍ଭ କରିବା ଓ ସମସ୍ତ ବାଲି ଘାଟ/ସୈରତରେ ସୂଚନା ଫଳକ ସ୍ଥାପନ କରିବାକୁ ସପ୍ତାହ ମଧ୍ୟରେ ସୁନିଶ୍ଚିତ କରିବାକୁ ନିର୍ଦେଶ ଦେଇଥିଲେ। ଏହି ଫଳକରେ ଘାଟର ନାମ, ମାଲିକ, ଲାଇସେନ୍ସ ସଂଖ୍ୟା, ଦୈନିକ ଉଠାଣ ଲକ୍ଷ୍ୟ, ମହଜୁଦ ପରିମାଣ ଓ ଅନ୍ୟାନ୍ୟ ତଥ୍ୟକୁ ଉପଲବ୍ଧ କରିବା ଉପରେ ପରାମର୍ଶ ଦେଇଥିଲେ ।
ସେ ଏହି ଅବସରରେ ଅନୁମୋଦିତ ରାସ୍ତା ମାଧ୍ୟମରେ କେବଳ ବାଲି ବୋଝାଇ ଗାଡ଼ି ଚଳାଚଳ କରିବାକୁ ଅନୁମତି ଦେବା ଓ ଘାଟ ଉପରେ ସିସିଟିଭି କ୍ୟାମେରା, ଗାଡ଼ିରେ ଜିପିଏସ ଲଗାଇ ଟ୍ରାକିଂ ବ୍ୟବସ୍ଥା କରିବାକୁ ନିର୍ଦେଶ ଦେଇଛନ୍ତି। ଯଦ୍ଦ୍ୱାରା ବେଆଇନ କାର୍ଯ୍ୟକଳାପ ଉପରେ ନିୟନ୍ତ୍ରଣ ଏବଂ ସରକାରୀ ରାଜସ୍ୱ ବୃଦ୍ଧି ସୁନିଶ୍ଚିତ କରାଯାଇପାରିବ ବୋଲି ସୂଚିତ କରିଛନ୍ତି।ଏହି ବୈଠକରେ ସେ ପରିବହନ ବିଭାଗର ଗତ ବର୍ଷର ରାଜସ୍ୱ ଆଦାୟ, ଏନ୍ଫୋଫୋର୍ସମେଣ୍ଟ କାର୍ଯ୍ୟକଳାପ, ଅମାନିଆ ଚାଳନା, ମଦୁଆ ଚାଳକ, ଓଭରଲୋଡିଂ ଓ ଶୋ-ରୁମ ଷ୍ଟକ ଯାଞ୍ଚ ଇତ୍ୟାଦି ବିଷୟରେ ଅଧିକାରୀଙ୍କ ନିକଟରୁ ବିସ୍ତୃତ ତଥ୍ୟ ଅନୁଧ୍ୟାନ କରିଥିଲେ। ସେ ଦୁର୍ଘଟଣା ପ୍ରବଣ ସ୍ଥାନ, ସ୍ବାସ୍ଥ୍ୟ ଯୋଜନା (FTTF) ରେ ଆହତଙ୍କ ସହାୟତା, ଓ ଅନ୍ୟାନ୍ୟ ଆବଶ୍ୟକ ବ୍ୟବସ୍ଥା ବିଷୟରେ ମଧ୍ୟ ବୈଠକରେ ସମୀକ୍ଷା କରିଥିଲେ । ବୈଠକ ଆରମ୍ଭରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ସ୍ୱାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଧନ୍ୟବାଦ ଜଣାଇଥିଲେ। ବୈଠକରେ ଉପସ୍ଥିତ ଥିବା ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ଉପଜିଲ୍ଲାପାଳ ସୁବର୍ଣ୍ଣପୁର ଡ଼ା. ସୌମ୍ୟ ରୂପା ରଥ , ବିରମହାରାଜପୁର ଉପଜିଲ୍ଲାପାଳ ଶ୍ରୀ ଲଲାଟେନ୍ଦୁ ସି, ଜିଲ୍ଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ପଲ୍ଲବୀ ରାଣୀ ରାଜ, ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା, ପରିବହନ ବ୍ୟବସ୍ଥାପକ ଏମ. ରାଜଲକ୍ଷ୍ମୀ, ଜିଲ୍ଲା ଖଣି ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। 
ମନ୍ତ୍ରୀ ମହୋଦୟ ଜିଲ୍ଲାରେ ଜନସେବା ଓ ବିକାଶକୁ ଅଧିକ ଲୋକାଭିମୁଖୀ  ଭାବେ ଗଢ଼ିବା ପ୍ରୟାସ ଜାରି ରଖିବା ଉପରେ ଗୁରୁତ୍ୱ ଦେଇ ବିଭିନ୍ନ ବିଭାଗ ସମନ୍ୱୟ ପୂର୍ବକ କାର୍ଯ୍ୟ ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like