-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ଶୋଷ ମେଣ୍ଟେଇବାକୁ ପାଣି ନାହିଁ, ପାଣି କିଣି ପିଇବାକୁ ବାଧ୍ୟ ହେଉଛନ୍ତି ଲୋକ

14-May-2025



ରାୟଗଡ଼(ସୁପ୍ରିୟା ଷଡଙ୍ଗୀ)- ଗ୍ରୀଷ୍ମ ଋତୁ ସରିବାକୁ ବସିଲାଣି, ଆଉ କିଛି ଦିନ ପରେ ମୌସୁମୀ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣି ପାଗ ବିଭାଗ ପକ୍ଷରୁ କୁହାଯାଇଛି। କିନ୍ତୁ ରାୟଗଡ଼ ସହର ଜନଗହଳି ସ୍ଥାନ ଗୁଡିକରେ ଶୋଷ ମେଣ୍ଟେଇବାକୁ ପାଣି ଟୋପାଏ ମିଳୁନି, ବାଧ୍ୟ ହୋଇ ଲୋକେ ପାଣି କିଣି ପିଉଛନ୍ତି। ପ୍ରତ୍ୟେକ ଦିନ ରାୟଗଡ଼ ସହରକୁ ଜିଲ୍ଳାର ୧୦ ଗୋଟି ବ୍ଲକର ହଜାର ହଜାର ଲୋକ ନିଜ ନିଜର ଜରୁରି କାର୍ଯ୍ୟରେ ଆସି ଥାଆନ୍ତି। ସେଥି ମଧ୍ୟରୁ ସ୍ଵାସ୍ଥ୍ୟ ସମସ୍ୟା ନେଇ ମେଡିକାଲ କୁ, ଦୁର ଯାତ୍ରା କରିବା ପାଇଁ ବସ୍ ଷ୍ଟାଣ୍ଡ କୁ, ମାଲି ମକଦ୍ଧମା ନିମନ୍ତେ କୋର୍ଟକୁ, ଟଙ୍କା ଜମା କରିବା ଓ ଟଙ୍କା ଉଠାଇବା ପାଇଁ ଷ୍ଟେଟ ବ୍ୟାଙ୍କକୁ ଏବଂ ଜରୁରି ଜିନିଷ କିଣା ବିକା କରିବା ପାଇଁ ବଜାରକୁ ଆସନ୍ତି। ଏପରିକି ରବିବାର ଓ ବୁଧୁବାର ପଡୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ମା ମଝି ଘରିଆଣିଙ୍କ ଦର୍ଶନ କରିବା ପାଇଁ ଆସନ୍ତି। 
ଗ୍ରୀଷ୍ମ ଋତୁ ଚାଲିଥିବା ଯୋଗୁଁ ଖରା ଅଧିକ ହେଉଥିବା ହେତୁ ତାପମାତ୍ରା ୪୦/୪୨ଡିଗ୍ରୀ ରହୁଛି। ପୌର ପରିଷଦ ପକ୍ଷରୁ ସହର ବିଭିନ୍ନ ଜନ ଗହଳି ପୂର୍ଣ୍ଣ ସ୍ଥାନ ଗୁଡିକରେ ପିଇବା ପାଣିର ବ୍ୟବସ୍ଥା କରାଯାଇ ନାହିଁ। ଏଥି ପୂର୍ବରୁ ସ୍ଥାନେ ସ୍ଥାନେ ଯେଉଁ ଫ୍ରିଜ ଗୁଡ଼ିକ ରଖାଯାଇଥିଲା ସେହି ଭରସାରେ ଚୁପ୍ ହୋଇ ବସିଛି ପୌର ପରିଷଦ। ଏ ନେଇ ଆମ ପ୍ରତିନିଧି ଗୋପିନାଥ ଗୌଡ଼ ପୌର ନିର୍ବାହୀ ଅଧିକାରୀ କୁଳଦିପ ନାୟକ ଙ୍କୁ ପଚାରି ବୁଝିବାରୁ ସେ କହିଥିଲେ ଯେ, ରାୟଗଡ଼ ସହର ର ୩୩ଗୋଟି ସ୍ଥାନରେ ଫ୍ରୀଜ ଗୁଡ଼ିକ ଲାଗିଛି। ସବୁ ଫ୍ରୀଜ୍ ଗୁଡ଼ିକ ଚାଲିଛି, ମୁଁ ନିଜେ ଯାଇ ବୁଲି ଦେଖିଛି। ଯଦି ପାଣି ସମସ୍ୟା ରହିଛି ପୌରାଧ୍ୟକ୍ଷଙ୍କୁ କୁହନ୍ତୁ ସେ ସମସ୍ୟାର ସମାଧାନ କରିବେ ବୋଲି କହିଛନ୍ତି।
ଏହି ଫ୍ରିଜ ଗୁଡ଼ିକ ଠିକ୍ ଭାବେ ଚାଲିଛି ବୋଲି ଜଳଛତ୍ରର ବ୍ୟବସ୍ତା କରାଯାଇ ନାହିଁ।  କିନ୍ତୁ,ବାସ୍ତବ ଚିତ୍ର ଏହା ଯେ କୋରାପୁଟ ଛକ, ନୁଆ ବସ୍ ଷ୍ଟାଣ୍ଡ, ସାରଳା ଛକ, ଦୈନିକ ବଜାର, ଷ୍ଟେଟ୍ ବ୍ୟାଙ୍କ ଛକ,  ମେଡିକାଲ ଛକ ଏବଂ ଜଗନ୍ନାଥ୍ ମନ୍ଦିର ଏହିସବୁ ସ୍ଥାନ ଗୁଡିକରେ ହାଣ୍ଡିଏ ପାଣି ମଧ୍ୟ ପୌର ପରିଷଦ ପକ୍ଷରୁ ବ୍ୟବସ୍ଥା କରା ଯାଇନାହିଁ। ସକାଳ ହେଲେ ନିଜ ନିଜର କର୍ଯ୍ୟରେ ଗାଁ ଗହଳିରୁ ଆସୁଥିବା ଲୋକେ ଟୋପାଏ ପାଣି ପାଇଁ ହା ହା ହୋଇ ଦୋକାନରୁ ପାଣି କିଣି ପିଇବାକୁ ବାଧ୍ୟ ହେଉଛନ୍ତି। 
ଗ୍ରୀଷ୍ମ ପ୍ରବାହ ମୁକାବିଲା ଓ ଅଂଶୁଘାତ ଏଡ଼ାଇବା ପାଇଁ ଜିଲ୍ଲାପାଳ ପାରୁଲ ପଟୱାରିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ପ୍ରସ୍ତୁତି ବୈଠକରେ ଜନ ଗହଳି ସ୍ଥାନ ଗୁଡିକରେ ଜଳଛତ୍ର ବ୍ୟବସ୍ଥା କରିବାକୁ ଗୁରୁତ୍ୱାରୋପ କରା ଯାଇଥିଲା। ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ ଜନ ଗହଳି ସ୍ଥାନଗୁଡିକରେ ପିଇବା ପାଣିର ବ୍ୟବସ୍ଥା କରିବାକୁ। କିନ୍ତୁ ,ପୌର ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କ ନିର୍ଦ୍ଧେଶକୁ ଅଣଦେଖା କରୁଥିବା ନଜିରକୁ ଆସୁଛି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like