-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଥାନା ପ୍ରତିଷ୍ଠା ଦାବୀ ରେ ଘେଁସ ଠାରେ ୬ ଘଣ୍ଟିଆ ବନ୍ଦ ପାଳନ

16-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ )-ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ସହ ଥାନା ପ୍ରତିଷ୍ଠା ଦାବିରେ ଶୁକ୍ରବାର ଦିନ ଘେଁସ ଠାରେ ୬ ଘଣ୍ଟିଆ ବନ୍ଦ ପାଳନ ହୋଇଯାଇଛି । ବରଗଡ଼ ଜିଲ୍ଲା ଘେଁସ ସ୍ଥିତ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠାର ଦୀର୍ଘ ୭୭ ବର୍ଷ ବିତିଯାଇଥିଲେ ସୁଦ୍ଧା ସ୍ବାସ୍ଥ୍ୟକେନ୍ଦ୍ର ଟି ର କୌଣସି ପ୍ରକାର ଉନ୍ନତି ହୋଇ ପାରିନାହିଁ I ଯଦ୍ଦ୍ବାରା ଅଞ୍ଚଳର ଜନସାଧାରଣ ପ୍ରାଥମିକ ସ୍ବାସ୍ଥ୍ୟସେବା ମଧ୍ଯ ଠିକ୍ ଭାବରେ ପାଇପାରୁନାହାନ୍ତି । ଚିକିତ୍ସା ପାଇଁ ବାହାରକୁ ଯାଇ ଖର୍ଚ୍ଚାନ୍ତ ହେବାକୁ ପଡ଼ୁଛି ।  ଅନ୍ୟପଟେ ଘେଁସ ତଥା ଆଖପାଖ ଅଞ୍ଚଳରେ ଚୋରୀ, ଡକାୟତି, ହତ୍ଯାକାଣ୍ଡ, ମାରଣାନ୍ତକ ଆକ୍ରମଣ, ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ  ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏଠାରେ ଲୋକ ନିରାପଦ ଓ ସୁରକ୍ଷିତ ମନେ କରୁନାହାନ୍ତି । ତେବେ ଘେଁସ ସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉନ୍ନୀତ କରାଯିବା ଓ  ଏଇଠି ଏକ ନୂତନ ଥାନା ପ୍ରତିଷ୍ଠା ପାଇଁ ଦୀର୍ଘ ବର୍ଷ ଠାରୁ ଅଞ୍ଚଳବାସୀ ବାରମ୍ବାର ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ବିଭାଗୀୟ ଅଧିକାରୀ, ସାଂସଦ ଓ ବିଧାୟକଙ୍କ ଦ୍ବାରସ୍ଥ ହୋଇଥିଲେ ମଧ୍ଯ ଆଜିଦିନ ପର୍ଯ୍ୟନ୍ତ ସ୍ବାସ୍ଥ୍ୟକେନ୍ଦ୍ର ର ଉନ୍ନତି ହୋଇ ପାରିନଥିବାବେଳେ ନୂତନ ଥାନା ମଧ୍ଯ ହୋଇପାରିନାହିଁ ।
 ଏଣୁ ଘେଁସ ଠାରେ ଏକ ଥାନା ପ୍ରତିଷ୍ଠା କରାଯିବା ସହିତ ଏଠି ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଉନ୍ନୀତ କରାଯିବା ସକାଶେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ନିମିତ୍ତ ଘେଁସ ଠାରେ ଶୁକ୍ରବାର ଦିନ ସକାଳ ୬ ଟା ରୁ ମଧ୍ୟାହ୍ନ ୧୨ ଟା  ପର୍ଯ୍ୟନ୍ତ ୬ ଘଣ୍ଟିଆ ଦୋକାନ ବଜାର ବନ୍ଦ କରାଯାଇ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା  ।

ପରେ ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କୁ ପହଞ୍ଚି ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶା ସରକାର ମୋହନଚରଣ ମାଝି, ଆଇନ ମନ୍ତ୍ରୀ , ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଉଦ୍ଦେଶ୍ଯରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ଏଥିରେ ପଦ୍ମଶ୍ରୀ ହଲଧର ନାଗ, ଘେଁସ କ୍ରିୟାନୁଷ୍ଠାନ କମିଟିର ମୁରଲିଧର ଭୋଇ, ସୁବାସ ସାହୁ, ଜଗବନ୍ଧୁ ସାହୁ, ଡୋଲାମଣି ପଟେଲ, ଘେଁସ ସରପଞ୍ଚ ଗୋକୁଳଚନ୍ଦ୍ର ଦାସ, କୁଚିପାଲି ସରପଞ୍ଚ  ଏସ ପଣ୍ଡା, ବେହେରାପାଲି ସରପଞ୍ଚ ସତ୍ୟଭାମା ସାହା, କଲଙ୍ଗାପାଲି ସରପଞ୍ଚ ଆନନ୍ଦ ଜାଲ, ଝର ସରପଞ୍ଚ ଅଶୋକ କୁମାର ବାରିକ, ପେଟୁପାଲି ସରପଞ୍ଚ ପ୍ରଜ୍ଞାବାଳା ସାହୁ, ପେଟୁପାଲି ସମିତିସଭ୍ଯ କୁଞ୍ଜବିହାରୀ ପ୍ରଧାନ, ବିର୍ଜାମ ସରପଞ୍ଚ ଶ୍ରଦ୍ଧାଞ୍ଜଳୀ ସାହୁ, ବରଗଡ଼ ସଂଯୁକ୍ତ କୃଷକ ସଙ୍ଗଠନର ରମେଶ ମହାପାତ୍ର, ପ୍ରେମରାଜ ସାହୁ, ଅରକ୍ଷିତ ମହାକୁର, ପ୍ରଭାତ ସାହୁ, ସୁଶାନ୍ତ ଦିଶ୍ରୀ, ପୂର୍ଣ୍ଣଚନ୍ଦ୍ର ସାହା, ଧିରେନ୍ଦ୍ର ପଣ୍ଡା, ରଞ୍ଜନ ଦେବତା, ପ୍ରକାଶଚନ୍ଦ୍ର ତ୍ରିପାଠୀ,କମଲ ପଟେଲ, ଚୈତନ୍ଯ ବାଗ,  ସଞ୍ଜୀବ ଲୁହା, ସୁନୀଲ ଭୋଇ, ବିକ୍ରମ ପଟେଲ, ନରେନ୍ଦ୍ର ସାହୁ, ଗିରିଧାରୀ ସାହୁ, ପ୍ରଭାତ ବରିହା, ପ୍ରଦୀପ ମେହେର ପ୍ରମୁଖ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026

You Might Also Like