-+91-9937148622 |
prerana_bgr@rediffmail.com |
Tuesday 23rd June 2026 |
R.N.I. Regd No. ODIODI/2010/46693
Breaking News
27-May-2025
ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା ଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା ଙ୍କ ସମେତ ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଶାନ୍ତ କୁମାର ଦାଶ ଏବଂ ବ୍ଲକ ଉପାଧ୍ୟକ୍ଷ ଶ୍ରୀ ଡୋଳାମଣି ଖେତି ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟଯେ, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୪୦ ଗୋଟି ଅଭିଯୋଗ ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ, ୧୭ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ବରଗଡ଼ ଠାରୁ ପ୍ରକାଶ