-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଗୀତ ନାଚ ତାଳେ ତାଳେ ଉଦଯାପିତ ହେଲା ସୋନପୁର ର ଶୀତଳ ଷଷ୍ଠୀ ଯାତ୍ରା"- ଦେବଦମ୍ପତି ଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁ ଙ୍କ ଭିଡ଼

01-Jun-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ସସ୍ବଲପୁରୀ  ମେଲୋଡି ର ଗୀତ ନାଚ,  ଘୁମୁରା, ପର୍ଭା, ରେକର୍ଡ ଡ୍ୟାନ୍ସ ଅନେକ ପ୍ରକାର ନାଚ ଗୀତ ର ତାଳେ ତାଳେ ଆଜି ମହା ସମାରୋହରେ ଉଦଯାପିତ ହେଲା ସୋନପୁର ର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ଉତ୍ସଵ l ବିବାହ ପାଣିଗ୍ରହଣ ପରେ ଗତ କାଲି ମଧ୍ୟରାତ୍ର ରୁ  ପ୍ରଭୂ ଭୋଳା ଶଙ୍କର ଓ ମାତା ପାର୍ବତୀ ଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ ପାଇଁ ଖୁବ୍ ଧୁମ୍ ଧାମ ରେ ସାଂସ୍କୃତିକ ଶୋଭାଯାତ୍ରା ସହ ନଗର ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା।  ସୁବର୍ଣ୍ଣପୁର  ର ଏହି  ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ର ଏକ ବିଶେଷତ୍ଵ ହେଉଛି  ୧୦୮ ତୋଳା ର ସୁନା ନାଗ ମୂର୍ତ୍ତି ଓ ମହଣ ମହଣ ରୂପା ନିର୍ମିତ ଦେବା ଦେବୀ ଙ୍କ ଆକର୍ଷଣୀୟ ପାଲିଙ୍କି ବିମାନ l  ଯାହାକି ଯାତ୍ରା ରେ ଦୂର ଦୁରାନ୍ତର ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ପାଇଁ ଏକ ଆକର୍ଷଣ ର କେନ୍ଦ୍ରବିନ୍ଦୁ ପାଲଟିଥାଏ। କଥିତ ଅଛି ମହାଦେବ ଓ ମାତା ପାର୍ବତୀ ଙ୍କ ଏଇ ଦୁର୍ଲଭ ଯୁଗଳ ମୂର୍ତ୍ତି ଦର୍ଶନ ରେ ଅନେକ ପୂଣ୍ୟ ଫଳ ପ୍ରାପ୍ତି ହୋଇଥାଏ। ଶୀତଳଷଷ୍ଠୀ ନଗର ପରିକ୍ରମା ବେଳେ ସୁବର୍ଣ୍ଣପୁର ର ଇଷ୍ଟଦେବ ବାବା ସୁବର୍ଣ୍ଣ ମେରୁ ମହାରାଜାଙ୍କ ଚଳନ୍ତି ପ୍ରତିମା  ଶ୍ରୀ ଚନ୍ଦ୍ର ଶେଖର ବାବା ଙ୍କ ସମେତ ଏହି   ଶୋଭାଯାତ୍ରାରେ  ସହର ର ଅଷ୍ଟ ଶମ୍ଭୁ, ଅଷ୍ଟ୍ସ ବିଷ୍ଣୁ, ଅଷ୍ଟ ଚଣ୍ଡୀ ଙ୍କ ସହ ସମସ୍ତ ଦେବା ଦେଵୀ ନଗର ପରିକ୍ରମା ରେ ଆସି ଆଜି ମନ୍ଦିର ପ୍ରତ୍ୟାବର୍ତ୍ତନ  କରିଛନ୍ତି l ମନ୍ଦିର ରେ ନିତିକାନ୍ତି ପରେ ବର ମାତାପିତା ଜ୍ୟୋତିର୍ମୟୀ ମିଶ୍ର,ଶ୍ରୀକାନ୍ତ ମିଶ୍ର ଙ୍କ  ଉଦୟ ନଗର ସ୍ଥିତ କୈଳାସ ପୁରୀ  ବାସଭବନ ରେ ପହଞ୍ଚି ସେଠାରେ ପାରମ୍ପରିକ ପୂଜାର୍ଚ୍ଚନା ସହ ସମସ୍ତ ଦେବା ଦେବୀ ଙ୍କୁ ଭବ୍ୟ ସ୍ଵାଗତ କରା ଯାଇଛି l ଆଜି ପ୍ରଭୁଙ୍କ ନଗର ପରିକ୍ରମା ବେଳେ  ରାସ୍ତା ରେ ଭକ୍ତ ଓ ଜନସାଧାରଣଙ୍କ ଭିଡ ନିୟନ୍ତ୍ରଣ ପାଇଁ ଶୀତଳଷଷ୍ଠୀ କମିଟି  ଦେବୋତ୍ତର କମିଟି,ତଥା ପୋଲିସ ପ୍ରଶାସନର ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ  କରାଯାଇଥିଲା l ଓ ପ୍ରତ୍ୟେକ ପଡ଼ା ରେ ଘର ସଂବୁଖ ମାନଙ୍କ ରେ ଲୋକେ ମହାପ୍ରଭୂ ଙ୍କୁ ପୂଜା ବିଧି ଭୋଗ ଅର୍ପଣ ସହ ଦର୍ଶନ କରି ଭାବ ବିହ୍ବଳ ହୋଇ ଯାଇ ଥିଲେ l ଜିଲ୍ଲା କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ ପକ୍ଷରୁ ବିଜୁ ପଟ୍ଟନାୟକ ଛକ ରେ, ରାମ ଧୂନ୍ କ୍ଲବ ପକ୍ଷରୁ ମଝିପଡ଼ା ଠାରେ , ଓ ବଡ ବଜାର ଦୁର୍ଗା ମଣ୍ଡପ ଆନନ୍ଦ କ୍ଲବ୍ ପକ୍ଷରୁ ଦୁର୍ଗା ମଣ୍ଡପ ଠାରେ ଓ ଗୋ ସେବା ଚେରି ଟେବୁଲ୍ ଟ୍ରଷ୍ଟ ପକ୍ଷରୁ ଭକ୍ତ ଶ୍ରଦ୍ଧାଳୁ ଓ 
ସାଂସ୍କୃତିକ ଶୋଭାଯାତ୍ରା  କଳାକାର ଙ୍କ ପାଇଁ ଥଣ୍ତା ପାଣି, ଦହି ସରବତ ର ବ୍ୟବସ୍ଥା କରା ଯାଇଥିଲା l ବେବୋତ୍ତର କମିଟି ର ସଦସ୍ୟ ବୈକୁଣ୍ଠ ଶତପଥି, ଶ୍ରୀବତ୍ସ ମଲ୍ଲିକ, ସତ୍ୟ ନାରାୟଣ ତ୍ରୀପାଠୀ, ପ୍ରଦୀପ ପୁରୋହିତ, ଲଡୁ କିଶୋର ମଲ୍ଲିକ ପ୍ରମୁଖ ସଦସ୍ୟ ଓ ଵର ପିତା ମାତା, କନ୍ୟା ପିତା ମାତା ଙ୍କ ପ୍ରତ୍ୟକ୍ଷ ତତ୍ଵା ବଧାନ ରେ ପୋଲିସ ର ସହଯୋଗ ରେ ଶୀତଳ ଷଷ୍ଠୀ ଯାତ୍ରା ଉତ୍ସଵ ଶାନ୍ତି ଶୃଙ୍ଖଳାର ସହ ସମାପନ ହୋଇଥିଲା l ଆଜି ମଧ୍ୟାହ୍ନ ରୁ ସନ୍ଧ୍ୟା ପର୍ଯ୍ୟନ୍ତ ବର ପିତା ମାତା ଙ୍କ ପ୍ରତିନିଧି ଶ୍ରୀକାନ୍ତ ମିଶ୍ର ଙ୍କ ବାସ ଭବନ ରେ ଯୁଗଳ ମୂର୍ତ୍ତି ଦର୍ଶନ ପାଇଁ ଓ ପ୍ରସାଦ ସେବନ ପାଈଁ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଙ୍କ ଭିଡ ଦେଖିବା କୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like