-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
02-Jun-2025
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ୪୦ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୭ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଗୋଟିଏ ଦରଖାସ୍ତ ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ପ୍ରତୀକ କରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡଃ ସୌମ୍ୟାରୂପା ରଥ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।