-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥାକୁ ନେଇ ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ, ସରକାର ବଦଳିବା ଏକ ବର୍ଷ ପରେ ମଧ୍ୟ ଭିମ ଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନା କାର୍ଯ୍ୟକ୍ଷମ ହେଉନାହିଁ କାହିଁକି - ନରସିଂହ

08-Jun-2025



ବଲାଙ୍ଗିର(ପ୍ରେରଣା ଖବର)- ଅନେକ ଲଢେଇ ପରେ ଭୀମ ଭୋଇ ମେଡିକାଲ କଲେଜ ନିର୍ମାଣ ହୋଇଥିଲା ।ତତ୍କାଳୀନ ସରକାର ପ୍ରତିଶୃତି ଦେଇଥିଲେ ୨୦୨୩ ଡିସେମ୍ବର ସୁଦ୍ଧା ଏହା ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ ହେବ କିନ୍ତୁ ନିର୍ବାଚନକୁ ଆଖି ଆଗରେ ରଖି ତରବରିଆ ଭାବେ ଅସମ୍ପୁର୍ଣ୍ଣ ମେଡିକାଲ କଲେଜକୁ ତତ୍କାଳୀନ ସରକାର ଉଦ୍‌ଘାଟନ କରିଥିଲେ । ମୁଁ ନିଜେ ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ବିରୋଧ କରି ମଂଚ ତ୍ୟାଗ କରିଥିଲି । ପରେ ସରକାର ବଦଳିଲା । ଆଶା ଥିଲା ମାସେ ଦୁଇ ମାସ ଭିତରେ ନୂଆ ସରକାର ମେଡିକାଲ କଲେଜକୁ ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ କରିବେ କିନ୍ତୁ ଦୁଃଖର ବିଷୟ ସରକାର ପରିବର୍ତ୍ତନ ଏକ ବର୍ଷ ପରେ ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାର ଚାରି ଆଡେ ବର୍ଷ ପୂର୍ତ୍ତି ମହୋତ୍ସବ ପାଳନ କରୁଛନ୍ତି କିନ୍ତୁ ଆମ ଦୀର୍ଘ ଦିନର ସ୍ୱପ୍ନ ଭୀମଭୋଇ ମେଡିକାଲ କଲେଜ ଆଜି ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ କରିବାରେ କୌଣସି ପ୍ରକାର ପଦକ୍ଷେପ କାହିଁକି ନେଉ ନାହାନ୍ତି ବୋଲି ଆଜି ସ୍ଥାନୀୟ ସାର୍କିଟ ହାଉସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି ।

ସେ ଏହି ମର୍ମରେ ଆହୁରି ମଧ୍ୟ କହିଛନ୍ତି ଯେ ଭୀମଭୋଇ ମେଡିକାଲ କଲେଜର ନିର୍ମାଣ ଓ ଏହାକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ପାଇଁ ବିଧାନସଭା ଭିତରେ ଓ ବାହାରେ ସେ ଅନେକ ଲଢେଇ କରିଛନ୍ତି । ବହୁ କଷ୍ଟରେ ଏହାର ନିର୍ମାଣ କାମ ସମାପ୍ତ ହୋଇଥିଲା। କିନ୍ତୁ ଦୁଃଖର ବିଷୟ ଆମ ଜିଲ୍ଲା ସ୍ୱାସ୍ଥ୍ୟମନ୍ତ୍ରୀ ପାଇଥିବା ବେଳେ ଜିଲ୍ଲାର ସ୍ୱାସ୍ଥ୍ୟ ବିଭାଗର ଅବସ୍ଥା ଭୂଷୁଡି ପଡିଛି। ମେଡିକାଲ କଲେଜ କେବେ ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ ହେବ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚାଲିଥିବା ମେଡିକାଲ କଲେଜର ସମସ୍ତ ବିଭାଗ ନୁଆଁ କୋଠାକୁ କେବେ ସ୍ଥାନାନ୍ତରିତ ହେବ, ଲୋକେ କେବେ ମେଡିକାଲ କଲେଜର ପ୍ରକୃତ ଲାଭ ପାଇବେ ସେ ଦିଗରେ ସନ୍ଦେହରେ ଅଛନ୍ତି । ଆହୁରି ମଧ୍ୟ ଦେଓଗାଁ, ଚୁଡାପାଲି ଭଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସରକାରଙ୍କ ମଞ୍ଜୁରି ମୁତାବକ ଦରକାର ହେଉଥିବା ଡାକ୍ତର, ପାରା ମେଡିକାଲ ଷ୍ଟାଫ୍‌, ନର୍ସିଂ ଷ୍ଟାଫ୍ ର ୮୦% ପଦବି ଖାଲି ରହୁଛି । ମୋର ଦାବି ନୁଆ ସରକାର କେବଳ ଭାଷଣ ଓ ପ୍ରତିଶୃତିରେ ସୀମିତ ନ ରହି ଆମ ଜିଲ୍ଲାରେ ଥିବା ସ୍ୱାସ୍ଥ୍ୟ ବିଭାଗର ସମସ୍ୟା ଗୁଡିକ ସହିତ ମେଡିକାଲ କଲେଜରେ ପିଜି ପାଠ୍ୟକ୍ରମ ଆରମ୍ଭ, ସୁପର ସ୍ପେସାଲିଟି ଚିକିତ୍ସା ପାଇଁ ଆନୁସଙ୍ଗିକ ବ୍ୟବସ୍ଥା ସହ ଡାକ୍ତର ନିଯୁକ୍ତି ଯଥାଶୀଘ୍ର କରନ୍ତୁ ନଚେତ କଂଗ୍ରେସ ଦଳ ଆଗାମୀ ଦିନରେ ରାଜରାସ୍ତାରେ ଆନ୍ଦୋଳନ କରିବ। ଏଥିରେ ଯଦି କୌଣସି ପ୍ରକାର ଧନଜୀବନ ହାନି ହୁଏ ତେବେ ସରକାର ଦାୟୀ ରହିବେ ବୋଲି ଶ୍ରୀ ମିଶ୍ର ଚେତାବନୀ ଦେଇଥିଲେ । ବ୍ଲକ ଓ ମ୍ୟୁନିସିପାଲିଟିର ଦୁର୍ନୀତିକୁ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ଶ୍ରୀ ମିଶ୍ର କହିଥିଲେ ମନହିରା ପଂଚାୟତର ଏକ ବିଧାୟକ ଉନ୍ନୟନ ପାଣ୍ଠି କିଭଳି ଆତ୍ମସାତ କରାଯାଇଛି ସୂଚନା ଅଧିକାର ଆଇନ ବଳରେ ଆଜି ତାର ପର୍ଦ୍ଦାଫାସ କରାଯାଇଛି। ଦେଢ ଲକ୍ଷ ଟଙ୍କାର ବିଧାୟକ ପାଣ୍ଠିରେ ନିର୍ମାଣ ହେବାକୁ ଥିବା ପୋଖରୀର ପାହାଚର କାର୍ଯ୍ୟାଦେଶ ଜନୈକ ବ୍ୟକ୍ତିଙ୍କୁ ଦିଆଯାଇଥିଲା। କିନ୍ତୁ କାର୍ଯ୍ୟାଦେଶ ପାଇଥିବା ବ୍ୟକ୍ତି ବ୍ଲକ କର୍ତ୍ତୃପକ୍ଷଙ୍କ ଅସହଯୋଗ ଯୋଗୁଁ କାମ ହୋଇ ପାରି ନଥିଲା । ପରେ କିଛି ମାସ ପରେ ସେହି ବ୍ୟକ୍ତି ସୂଚନା ଅଧିକାର ଆଇନ ବଳରେ ରିପୋର୍ଟ ପାଇଲେ ଯେ ସେ କାମ ସମ୍ପୁର୍ଣ୍ଣ ହୋଇଯାଇଛି କିନ୍ତୁ ଦୁଃଖର ବିଷୟ ସେ କାମର କାର୍ଯ୍ୟାଦେଶ ବାତିଲ ନ ହୋଇ କାମ କିପରି ହେଲା, ପରେ କ୍ଷେତ୍ର ପରିଦର୍ଶନରେ ଜଣାପଡିଲା ଯେ ସେ ନିର୍ଦ୍ଦିଷ୍ଟ ବାଘପଡା ବନ୍ଧରେ କୌଣସି ପାହାଚ ନିର୍ମାଣ ହୋଇନାହିଁ କିନ୍ତୁ ବ୍ଲକ କର୍ତ୍ତୃପକ୍ଷ ଚଂଚକତା କରି ବିଲ୍ ହଡପ କରିଛନ୍ତି । ତେଣୁ ମୁଁ ନିଜେ ଏହାର ଏକ 

ଭିଜିଲେନ୍ସ ତଦନ୍ତ ଦାବି କରି ଏଥିରେ ସଂପୃକ୍ତ ବ୍ଲକ ଚେୟାରମେନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିଭାଗୀୟ ଯନ୍ତ୍ରୀ ଙ୍କ ବିରୁଦ୍ଧରେ ଅନୁସନ୍ଧାନ ଓ ପଦକ୍ଷେପ ନେବାକୁ ସ୍ଥାନୀୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛି ବୋଲି କହିଥିଲେ । ଠିକ୍ ସେହି ପରି ମହାରାଣୀ ସାଗରର ଉନ୍ନତି କାମରେ ହୋଇଥିବା ଦୁର୍ନୀତିର ପ୍ରଶ୍ନରେ ଶ୍ରୀ ମିଶ୍ର ସାମ୍ବାଦିକମାନେ ଏହି ଦୁର୍ନୀତିକୁ ନେଇ କାହିଁକି ଚୁପ ଅଛନ୍ତି ବୋଲି ପ୍ରଶ୍ନ କରିଥିଲେ । ଐତିହ ସମ୍ପନ୍ନ ମହାରାଣୀ ସାଗର ପାଇଁ ୨୦ କୋଟି ଟଙ୍କାର ଅନୁଦାନ ଆସିଥିଲା । ତତ୍କାଳିନ ବିଜେଡି ସରକାର ର ନେତାମାନେ ଚଂଚକତା କରି ଏସ୍‌ଏଚ୍‌ଜିମାନଙ୍କୁ ଏହା ଦାୟିତ୍ୱ ଦେଇଥିଲେ । ବର୍ତ୍ତମାନ ମହାରାଣୀ ସାଗର କେଉଁ ଅବସ୍ଥାରେ ଅଛି ଲୋକେ ଦେଖୁଛନ୍ତି । ଏହି ଦୁର୍ନୀତିର ପର୍ଦ୍ଦାଫାସ କରିବା ପାଇଁ ଏକ ଉଚ୍ଚ ସ୍ତରୀୟ ତଦନ୍ତ ନିହାତି ଦରକାର ବୋଲି ଶ୍ରୀ ମିଶ୍ର ସାମ୍ବାଦିକ ସମ୍ମିଳନୀରେ ଦାବି କରିଥିଲେ । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କଂଗ୍ରେସର କାର୍ଯ୍ୟକାରୀ ସଭାପତି ମନୀଷ ମିଶ୍ର, ସନ୍ତକ ବହିଦାର ମଂଚାସୀନ ଥିବା ବେଳେ ବୁଲୁ ଦାନି, କୈଳାସ ମିଶ୍ର, ଯୁବ ସଭାପତି ଅଙ୍କିତ ସାହୁ, ଛାତ୍ର ସଭାପତି ଚିନ୍ମୟ ବେହେରା, କିଶାନ କଂଗ୍ରେସ ସଭାପତି ସାନନ୍ଦ ମିଶ୍ର, କଂଗ୍ରେସ ନେତା ବିରେନ ମିଶ୍ର, ଅନ୍ତ ବେହେରା, ମାନସ ମହାନ୍ତି, ଜୁଲୁ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like