-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

11-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର): ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ବଲାଙ୍ଗିରରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ହୋଇଛି। ଏହି ବୈଠକରେ ବଲାଙ୍ଗିର ପୌରପାଳିକାର ଅଧକ୍ଷା ଲିକା ସାହୁ ବଲାଙ୍ଗିର ଉପ ଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ଆଲୋକ କୁମାର ପଟେଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହିମାଂଶୁ ଭୂଷଣ ବେହେରାଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବିଭିନ୍ନ ମନ୍ଦିର କମିଟିର ସଦସ୍ୟ ମାନଙ୍କ ସମେତ ଜଙ୍ଗଲ,ପୂର୍ତ୍ତ ,ଜନସ୍ୱାସ୍ଥ୍ୟ, ପୌର ନିର୍ବାହୀ ଅଧିକାରୀ, ସ୍ୱାସ୍ଥ୍ୟ ,ସୂଚନା ଓ ଲୋକ ସମ୍ପର୍କ, ସଂସ୍କୃତି  ଆଦି ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକ ପ୍ରାରମ୍ଭରେ ଉପଜିଲ୍ଲାପାଳ ଶ୍ରୀ ପଟେଲ  ସମସ୍ତଙ୍କୁ ସ୍ଵାଗତ କରିବା ସହ ଚଳିତ ବର୍ଷର ରଥଯାତ୍ରା ଓ ବାହୁଡାଯାତ୍ରା ଯେପରି ଶାନ୍ତି ଶୃଙ୍ଖଳା ଓ ସୁଚାରୁରୂପେ ସମାପନ ହେବ ସେଥିନିମନ୍ତେ ମନ୍ଦିର କମିଟି ତଥା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହଯୋଗ କାମନା କରିଥିଲେ। ସେ ବୈଠକର ଆଲୋଚ୍ୟ ବିଷୟ ଉପସ୍ଥାପନ କରିବା ସହ ରଥଯାତ୍ରା ଠାରୁ ବାହୁଡାଯାତ୍ରା ପର୍ଯ୍ୟନ୍ତ ବଲାଙ୍ଗିର ଠାରେ ସମସ୍ତ ରୀତିନୀତି ଓ କାର୍ଯ୍ୟକ୍ରମ ଗୁଡିକ ଶାନ୍ତି ଶୃଙ୍ଖଳା ଓ ସୁଚାରୁରୂପେ ପାଳନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ରଥ ଯାତ୍ରା ନିମନ୍ତେ ମହାପ୍ରଭୁ ଙ୍କ ପହଣ୍ଡି ନିମନ୍ତେ ସମୟ ନିର୍ଘଣ୍ଟ ସହ ରଥ ଯାଉଥିବା ରାସ୍ତା ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା । ରଥଯାତ୍ରା ଓ ବାହୁଡା ଯାତ୍ରା ଦିନ ରଥ ଯାଉଥିବା ରାସ୍ତା ମାନଙ୍କରେ ବିଜୁଳି ତାର ,ଟେଲିଫୋନ ତାର ଓ କେବୁଲ ଯେପରି ବାଧା ନହେବ ସେଥିପ୍ରତି ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସହରର ସମସ୍ତ ରାସ୍ତାଘାଟ କୁ ପରିଷ୍କାର ରଖିବା ସହ ରଥ ଯାଉଥିବା ରାସ୍ତା ମାନଙ୍କରେ ଖାଲ ଢିପ ଗୁଡିକୁ ଯଥାଶୀଘ୍ର ମରାମତି କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସହରର ମୁଖ୍ୟ

ରାସ୍ତା ମାନଙ୍କରେ ଥିବା ଅଚଳ ମରକ୍ୟୁରୀ ଲାଇଟ ର ମରାମତି କରି ସଚଳ କରିବା ଏବଂ ସମସ୍ତ ମନ୍ଦିର ମାନଙ୍କର ପରିସରକୁ ସଫାସୁତୁରା, ବ୍ଲିଚିଂ ପାଉଡର ଏବଂ ଫିନାଇଲ ସିଂଚନର ବ୍ୟବସ୍ଥା କରିବାକୁ ବଲାଙ୍ଗିର ପୌର ପରିଷଦ ର ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏତଦ ବ୍ୟତୀତ ଯାତ୍ରା ସମୟରେ ମନ୍ଦିର ଗୁଡିକରେ ପାନୀୟ ଜଳ ଯୋଗାଣ ,ଶାନ୍ତି ଶୃଙ୍ଖଳା ଓ ଟ୍ରାଫିକ ବ୍ୟବସ୍ଥା, ରଥଯାତ୍ରା ଓ ବାହୁଡାଯାତ୍ରାର ଧାରା ବିବରଣୀ, ଭଜନ ସନ୍ଧ୍ୟା ଆୟୋଜନ, ଅଗ୍ନିଶମ ସେବା, ଆଶୁ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା । ରଥଯାତ୍ରା ଓ ବାହୁଡାଯାତ୍ରା ଦିନ ରଥ ପରିଚାଳନା ନିମନ୍ତେ ମନ୍ଦିର କମିଟି ଓ ବିଭିନ୍ନ ସରକାରୀ ଅଧିକାରୀ ମାନଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଥିଲା। ବୈଠକ ଶେଷରେ ବଲାଙ୍ଗିର ଉପଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପଟେଲ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like