-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା ଅନୁଷ୍ଠିତ

11-Jun-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ପୂର୍ବାହ୍ନରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ,ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ରବି ନାରାୟଣ ନାଏକ ଦିନିକିଆ ଜିଲ୍ଲା ଗସ୍ତରେ ଆସି ସ୍ଥାନୀୟ ଡିଏଫଓ ସମ୍ମିଳନୀ କକ୍ଷଠାରେ ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ଉଭୟ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।  ସେହିପରି ଆସନ୍ତା ୧୭ ତାରିଖ ପଥରଚେପା ପଡିଆରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବେ । ବିଭିନ୍ନ ଜିଲ୍ଲାରୁ ଦଶ ହଜାର ରୁ ଅଧିକ ଚାଷୀଙ୍କ ସମାଗମ ହେବ ବୋଲି ଆଲୋଚନା ହୋଇଥିଲା ।  ସେ ବାବଦରେ ମଧ୍ୟ ସମୀକ୍ଷା ହୋଇଥିଲା । ପାର୍କିଂ, ସୁରକ୍ଷା, ପ୍ରଚାରପ୍ରସାର ଆଦି

ଉପରେ ଆଲୋଚନା ହୋଇଥିଲା। ଚାଷୀମାନଙ୍କ ପାଇଁ କୃଷିକ୍ଷେତ୍ରରେ ଯାହା ଗତ ବର୍ଷେ ମଧ୍ୟରେ ଯୋଜନା ହୋଇଛି ଏବଂ ଆଗାମୀ ଯୋଜନା ଗୁଡିକ ଫୋକସରେ ରହିବ। ଜିଲ୍ଲାର ସମସ୍ତ ଅଞ୍ଚଳର ଆମ୍ବକୁ ନେଇ ଏକ ପ୍ରଦର୍ଶନୀ, ମା ପାଇଁ ଗଛଟିଏ ରେ ଚାରା ଯୋଗାଣ, ୧୦ ଜଣ ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧନା ଦେବା ସ୍ଥିରକୃତ ହୋଇଥିଲା। ଏହା ପୂର୍ବରୁ ଆସନ୍ତା ୧୨ ତାରିଖରେ ଶୁଭାରମ୍ଭ ହେବାକୁ ଥିବା ବିକାଶ ବାହନ ଯାତ୍ରା ଭ୍ୟାନରେ ସରକାରଙ୍କ ବିଭିନ୍ନ ଯୋଜନାର ଭିଡିଓ ବ୍ଲକ ଏବଂ ଗ୍ରାମ ପଞ୍ଚାୟତକୁ ଯାଇ ଲୋକଙ୍କୁ ସଚେତନ କରିବା ସେ ବାବଦରେ ଆଲୋଚନା ହୋଇଥିଲା। ଏହି ସମାବେଶକୁ ସଫଳ କରିବାକୁ ଉପମୁଖ୍ୟମନ୍ତ୍ରୀ ଏବଂ ପ୍ରଭାରି ମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ କରିଥିଲେ ।    ସମୀକ୍ଷା ବୈଠକ ଆରମ୍ଭରେ

ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସାଲୱାର ସ୍ୱାଗତ ଭାଷଣ ଦେବା ସହ ପ୍ରାକ ସୂଚନା ପ୍ରଦାନ କରିଥିଲେ ଓ ଏହାପରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ନିଜ ନିଜ ବିଭାଗର କାର୍ଯ୍ୟକାରିତା ସମ୍ପର୍କରେ ମାନ୍ୟବର ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ l ଏହି ବୈଠକରେ ମାନ୍ୟବର କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦ୍ଦେଶକ ଶୁଭମ ସକ୍ସେନା , ଓଡିଶା ରାଜ୍ୟ ସହକାରୀ ଦୁଧ ଉତ୍ପାଦକ ସଂଘର ମ୍ୟାନେଜିଂ ଡାଇରେକ୍ଟର ବିଜୟ ଅମୃତ କୁଲାଙ୍ଗେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ, ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ପବିତ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଡ଼ ବିଜୟାନନ୍ଦ ସେଠୀ ସମସ୍ତ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀଗଣ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like