-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଗାଁ କୁ ନାହିଁ ପକ୍କା ରାସ୍ତା , ଖଟିଆ ରେ ବୁହା ହେଲେ ଗର୍ଭବତୀ ମହିଳା ଏଵଂ ନବଜାତ ଶିଶୁ।

11-Jun-2025



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ ) ଗାଁ କୁ ଭଲ ରାସ୍ତା ଖଣ୍ଡେ ନ ଥିବାରୁ  ଯାଇ ପାରିଲାନି ଆମ୍ବୁଲାନ୍ସ । ଯାହା ଫଳରେ ଜଣେ ଗର୍ଭବତୀ ମହିଳା ଙ୍କୁ ଖଟିଆ ରେ ବୋହି ୨ କିଲୋମିଟର୍ ଦୂରରେ ଛିଡ଼ା ହୋଇଥିବା ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇ ଛାଡ଼ିଲେ ପରିବାର ଲୋକେ ।  ଏଭଳି ଦୁଃଖଦ ଚିତ୍ର ସାମ୍ନାକୁ ଆସିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ଧନରପୁର ପଞ୍ଚାୟତ ଆମ୍ବଗୁଡ଼ା ମାଳପଡ଼ା ଗ୍ରାମରୁ । ସୂଚନା ମତେ ମଙ୍ଗଳବାର ଦିନ ସନ୍ଧ୍ୟା ସମୟରେ ଗ୍ରାମର ଦାମୋଦର ମାଝୀ ଙ୍କ ସ୍ତ୍ରୀ ଗୋମତୀ ମାଝୀ ଙ୍କ  ପ୍ରସବ ଯନ୍ତ୍ରଣା ହେବାରୁ ୧୦୮ ଆମ୍ବୁଲାନ୍ସ କୁ ଯୋଗାଯୋଗ କରିଥିଲେ । ତେବେ କାଦୁଅ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ଆମ୍ବଗୁଡା ନିକଟ ୨ କିଲୋମିଟର ଦୂର ମୁଖ୍ୟ ରାସ୍ତାରେ ଅଟକି ରହିଥିଲା । ଏପଟେ ପ୍ରସବ ଯନ୍ତ୍ରଣା ରେ ଛଟପଟ ହେଉଥାନ୍ତି ଗର୍ଭବତୀ ମହିଳା । ପରିବାର ଲୋକେ କୌଣସି ଉପାୟ ନ ପାଇ ରାତି ଦଶ ଘଣ୍ଟା ସମୟ ରେ    ଆଶାକର୍ମୀ ଓ ସମ୍ପର୍କୀୟ ଙ୍କ ସହଯୋଗରେ ଏକ ଖଟିଆ ରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇ ଥିଲେ । ସେଠାରୁ ଆମ୍ବୁଲାନ୍ସ ଯୋଗେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର  ନେଇ  ଭର୍ତି କରାଯାଇଥିଲା । ଡ଼ାକ୍ତରଖାନାରେ ରେ ଏକ ଶିଶୁ କନ୍ୟା ଜନ୍ମ ପରେ ପରିବାର ଲୋକେ ଏକ ଭଡ଼ା ଗାଡ଼ି ସାହାଯ୍ୟରେ ଗାଁ କୁ ଫେରିଥିଲେ ମଧ୍ୟ ଗାଡ଼ି ଡ୍ରାଇଭର କାଦୁଅ ରାସ୍ତା ରେ ଯିବାକୁ ମନା କରି ସେହିଠାରେ ଛାଡ଼ି ଯାଇଥିଲା ।ସେଠାରୁ ପୁଣି ମାଁ ଓ ନବଜାତ ଶିଶୁ କୁ ଖଟିଆରେ ବୋହି ଘରକୁ ଆଣି ଥିଲେ । ତେବେ ସରକାର ଗ୍ରାମାଞ୍ଚଳ ରାସ୍ତା ଉନ୍ନତି କରଣ  ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଉକ୍ତ ଗ୍ରାମ ଅବହେଳିତ ହୋଇ ରହିଛି । ଦୀର୍ଘବର୍ଷ ହେବ  ପକ୍କା ରାସ୍ତା ପାଇଁ ସ୍ଥାନୀୟ ବିଧାୟକ, ଜନ ପ୍ରତିନିଧି ଙ୍କୁ ଗୁହାରି କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିବା କହିଛନ୍ତି ଗ୍ରାମର ରବି ମାଝୀ, ଧୁସାସନ ମାଝୀ,ମେଘନାଦ ମାଝୀ,ସସ୍ମିତା ଧାରୁଆ,ଓଷା ମାଝୀ,ଚନ୍ଦ୍ରକଳା ମାଝୀ । ଅତୀତରେ ମଧ୍ୟ ଅନେକ ରୋଗୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା  ନେଇଥିବା ପ୍ରକାଶ କରନ୍ତି ମାଳ ପଡ଼ା ବାସି  । ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ମୁଖ୍ୟ ରାସ୍ତାରୁ ପଡ଼ା ପର୍ଯ୍ୟନ୍ତ ପକ୍କା ରାସ୍ତା ନିର୍ମାଣ କରିବାକୁ  ଦାବି ହେଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like