-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ନେଇ ବିକାଶ ମେଳା

13-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଡିଏନକେ ଖେଳ ପଡିଆ ଠାରେ ବିକାଶ ମେଳାର ଶୁଭାରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ପ୍ରଦୀପ ନାୟକ,ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, 
ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ମୁଖ୍ୟ ଅତିଥି ଇଂ ମାଝୀ ବିକାଶ ବାହନର ଶୁଭାରମ୍ଭ କରିଥିଲେ। ଏହା ଜିଲ୍ଲା ମୁଖ୍ୟାଳୟରୁ  ଆରମ୍ଭ କରି ପ୍ରତ୍ୟେକ ବ୍ଲକ ସମେତ ସମସ୍ତ ଗ୍ରାମ ପଞ୍ଚାୟତ ବୁଲି ସରକାରଙ୍କ ବିଭିନ୍ନ ଜନ ହିତକାରୀ ଯୋଜନା ଉପରେ ଲୋକଙ୍କୁ ସଚେତନ କରିବ । ସେହିପରି ସନ୍ଧ୍ୟାରେ ଓରମାସ ପକ୍ଷରୁ ଆୟୋଜିତ ବିକାଶ ମେଳାର ଷ୍ଟଲ ଗୁଡ଼ିକୁ ମଧ୍ଯ ଇଂ ମାଝୀ ମୁଖ୍ୟ ଅତିଥି ଭାବେ ଉଦଘାଟନ କରିଛନ୍ତି। ସମସ୍ତ ଅତିଥି ମାନେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ୫୦ ଗୋଟି ଷ୍ଟଲ ବୁଲି ଦେଖିଛନ୍ତି । ୨୫ ଗୋଟି ଷ୍ଟଲରେ ଜିଲ୍ଲା ପ୍ରଶାସନର ସ୍ବାସ୍ଥ୍ୟ, କୃଷି, ସାମାଜିକ କଲ୍ୟାଣ, ଶିକ୍ଷା, ଉଦ୍ୟାନ କୃଷି, ଶିଳ୍ପ, ବୟନ ଶିଳ୍ପ, ଶିଶୁ ସୁରକ୍ଷା, ଗ୍ରାମ୍ୟ ଗୃହ, ମନରେଗା, ମତ୍ସ୍ୟ, ପ୍ରାଣୀ ସମ୍ପଦ, ଅବକାରୀ, ଜନଜାତି ଉନ୍ନୟନ, କେବିକେ, ଜଙ୍ଗଲ, ସାମାଜିକ ସୁରକ୍ଷା ଓ ବ୍ୟାଙ୍କିଙ୍ଗ ବିଭାଗ ପକ୍ଷରୁ ବିଭିନ୍ନ ଯୋଜନା ଉପରେ ଷ୍ଟଲ ପ୍ରଦର୍ଶନ କରାଯାଇଛି। ସେହିପରି ମିଶନ ଶକ୍ତି ମହିଳା ମାନେ ପାରମ୍ପରିକ ଖାଦ୍ୟ ଷ୍ଟଲ୍ କରିଛନ୍ତି। ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ଜନଜାତି ପରମ୍ପରାକୁ ନେଇ ଏକ ଜନଜାତି ଗୃହ ପ୍ରଦର୍ଶନ କରାଯାଇଛି। ସାଂସ୍କୃତିକ ସଂଧ୍ୟାରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଜିଲ୍ଲାର ଲୋକ କଳାକାର ମାନେ ପାରଂପରିକ ଲୋକ ନୃତ୍ୟ ପରିବେଷଣ କରିଥିଲେ। ଜୁନ୍ ୧୨ ରୁ ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲା ସ୍ତରୀୟ ବିକାଶ ମେଳା ଅନୁଷ୍ଠିତ ହେବ। ପ୍ରତ୍ୟେକ ଦିନ ପୂର୍ବାହ୍ନରେ ବିଭିନ୍ନ ବିଷୟବସ୍ତୁ ନେଇ ଆଲୋଚନା ଚକ୍ର ଆୟୋଜନ କରାଯିବ। ଏଥିରେ ମହିଳା, କୃଷକ ସଶକ୍ତିକରଣ ଓ ଜନଜାତି ଉନ୍ନୟନ ଇତ୍ୟାଦି ବିଷୟକୁ ସ୍ଥାନ ଦିଆଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like