-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଅପରାଧ

ଦୁଇ ହାଡକୋର ମାଓବାଦୀ ଗିରଫ,ମାଓ ସାମଗ୍ରୀ ଜବତ

13-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲା ପୋଲିସ ଦୁଇ ଜଣ ହାଡ୍‌କୋର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ତା ପ୍ରାପ୍ତ କରିଛି। ଏହା ବ୍ୟତିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏ ସମ୍ପର୍କରେ ମାଲକାନଗିରି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି।
ସେ କହିଛନ୍ତି, ଗତ କିଛିଦିନ ଧରି ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟୁଥିବା ବେଳେ ଏଥିରେ ବହୁ ମାଓବାଦୀ ନିହତ ହୋଇଛନ୍ତି। କିଛି ମାଓବାଦୀ ଲୁଛି ରହୁଥିବା ବେଳେ ଆଉ କିଛି ମାଓବାଦୀ ନିଜର ଆତ୍ମରକ୍ଷା ପାଇଁ ପଡୋଶୀ ରାଜ୍ୟରେ ପ୍ରବେଶ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଛତିଶଗଡ଼ର କିଛି ମାଓବାଦୀ ମାଲକାନଗିରି ଜିଲାରେ ପ୍ରବେଶ କରିଛନ୍ତି।
ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇ ଗୁରୁବାର ରାତିରେ ଜିଲ୍ଲା ପୋଲିସ ମାଥିଲି ଥାନା ଅନ୍ତର୍ଗତ ସୋଡିଗୁଡ଼ା ଓ ତେନ୍ତୁଳିଗୁଡା ଗ୍ରାମ ମଧ୍ୟରେ ଥିବା ଜଙ୍ଗଲରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଗୁରୁବାର ଭୋର ସକାଳ ସମୟରେ କିଛି ମାଓବାଦୀ ଜଙ୍ଗଲ ମଧ୍ୟରେ ଯାଉଥିବା ଦେଖି ପୋଲିସ ତାଙ୍କର ପିଛା କରିବା ସହ ତାଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ।
କିନ୍ତୁ ମାଓବାଦୀମାନେ ପୋଲିସ କଥାକୁ କର୍ଣ୍ଣପାତ ନ କରି ଓଲଟା ଗୁଳି ଚଲାଇ ଥିଲେ। ଫଳରେ ପୋଲିସ ଏହାର ପାଲଟା ଜବାବ ଦେଇଥିଲା। ଏଥିରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ହେଲେ ପୋଲିସ ତାଙ୍କୁ ଧରିବାକୁ ଚେଷ୍ଟା କରିଥିଲା। ସେତିକିବେଳେ ପୋଲିସ ଦୁଇଜଣ ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା। ପୋଲିସ ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଓ ମାଓବାଦୀ ସାମଗ୍ରୀ ଜବତ କରିଥିଲେ।
ଗିରଫ ଦୁଇ ମାଓବାଦୀ ଛତିଶଗଡ ବସ୍ତର ଜିଲ୍ଲାର କେସା କବାସୀ ଓ ବିଜାପୁର ଜିଲ୍ଲା ତାମୋଡ ଗ୍ରାମର ରାକେଶ ଓରଫ ସାନୁ କୁମା ବୋଲି ଜଣାପଡିଛି । ସେମାନେ ସିପିଆଇ ମାଓବାଦୀ ସଂଗଠନରେ ଏସିଏମ୍‌ ଭାବେ କାର୍ଯ୍ୟ କରୁଥିଲେ। ଏପରିକି ସେମାନେ ଛତିଶଗଡର ବିଭିନ୍ନ ହିଂସାକାଣ୍ଡରେ ସଂପୃକ୍ତ ଥିଲେ । ଶୁକ୍ରବାର ଦିନ ଗିରଫ କରାଯାଇ ଥିବା ୨ ମାଓବାଦୀଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଏସ୍‌.ପି  ପ୍ରକାଶ କରିଛନ୍ତି।ଜବତ ମାଓ ସାମଗ୍ରୀ ମଧ୍ୟରୁ ଏକ ପିସ୍ତଲ, ୬ଟି ଅଫୁଟା ଗୁଳି, ୧୦ ଡିଟୋନେଟର, ୧୦ ମିଟର କୋଡେକ୍ସ ତାର, ୫୦ ଗ୍ରାମ  ପାଉଡର, ଗୋଟିଏ ୱ।କିଟକି, ଟର୍ଚ୍ଚ ଲାଇଟ, ରେଡିଓ, ମାଓବାଦୀ ପୁସ୍ତିକା, ଔଷଧ ସହ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଅନ୍ତର୍ଭୁକ୍ତ ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like