-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ;  ନିର୍ବାଚନ ସମୟରେ ଦେଇଥିବା ପ୍ରତିଶୃତି ରଖିଛୁ , ଚାଷୀ ଭାଇ ଭଉଣୀ ସେମାନଙ୍କ କଠୋର ପରିଶ୍ରମର ମୂଲ୍ୟ ଓ ସମ୍ମାନ ପାଇଛନ୍ତି

17-Jun-2025



■କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ

■ବଲାଙ୍ଗୀରରେ ଡବଲ ଇଞ୍ଜିନ ନୁହେଁ, ଟ୍ରିପଲ ଇଞ୍ଜିନ ସରକାର ଚାଲିଛି , ଜିଲ୍ଲାର ବିକାଶର ବେଗ ବି ତିନିଗୁଣ 

■ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକ ମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ - ମୁଖ୍ୟମନ୍ତ୍ରୀ 

ବଲାଙ୍ଗୀର (ପ୍ରେରଣା ଖବର): ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେଯେ, ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ। ନିର୍ବାଚନ ସମୟରେ ଆମର ଏକ ମୁଖ୍ୟ ପ୍ରତିଶୃତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ କରିବା। ଆଉ ଆଜି ଆମେ ସେହି ଲକ୍ଷ୍ୟ ପୁରାଣ କରିଛୁ । ବଲାଙ୍ଗୀର ଜିଲ୍ଲାରୁ ଦୁଇଜଣ ମନ୍ତ୍ରୀ ଓଡିଶା ସରକାରରେ ପ୍ରତିନିଧିତ୍ୱ କରୁଛନ୍ତି। ଏବେ ଏଠାରେ ଡବଲ ଇଞ୍ଜିନ ନୁହେଁ, ଟ୍ରିପଲ ଇଞ୍ଜିନ ସରକାର ଚାଲିଛି ଏବଂ ଜିଲ୍ଲାର ବିକାଶ ବି ତିନିଗୁଣ ବେଗରେ ଚାଲୁଛି ଓ ଏହି ପ୍ରକ୍ରିୟା ଆଗାମୀ ଦିନରେ ଜାରି ରହିବ।  ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଆମ ଦେଶ ତା’ର ଅନନ୍ୟ କୃଷି ପ୍ରଣାଳୀ ପାଇଁ ସାରା ବିଶ୍ଵରେ ପ୍ରଶଂସିତ। ଆମ ରାଜ୍ୟର ପ୍ରାୟ ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଏବଂ ଆନୁଷଙ୍ଗିକ କୃଷି କାର୍ଯ୍ୟ ଉପରେ ନିର୍ଭରଶୀଳ । ମେ ମାସ

ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଣ କରାଯାଇ ସେ ବାବଦକୁ ଡ଼ିବିଟି ମାଧ୍ୟମରେ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି l ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଆମ ଦେଶର କୃଷକ ସମାଜକୁ ବହୁ ସମ୍ମାନ ଦିଅନ୍ତି। ସେମାନଙ୍କୁ ଅନ୍ନଦାତା ଭାବେ ସମ୍ବୋଧନ କରନ୍ତି। ସମସ୍ତଙ୍କୁ କୃଷି କ୍ଷେତ୍ରରେ ନିଜ ନିଜର ଅବଦାନ ଦେଇ କୃଷିକୁ ଦେଶର ମୁଖ୍ୟ ଆଧାର କରିବାକୁ ସେ ଆହ୍ଵାନ ଦେଇଛନ୍ତି ।  ରାଜ୍ୟରେ କୃଷିର ବିକାଶ ପାଇଁ  ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ । ୫ ବର୍ଷ ମଧ୍ୟରେ  ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ । 

ସେ କହିଥିଲେଯେ, ଆମ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ବିଭିନ୍ନ ଚାଷୀ କଲ୍ୟାଣକାରୀ ପଦକ୍ଷେପ ଗୁଡ଼ିକ କେବଳ କୃଷକଙ୍କର ଆୟବୃଦ୍ଧି କରିନାହିଁ ବରଂ ରାଜ୍ୟରେ କୃଷି ବିକାଶରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି ଏବଂ ସରକାର ଏହି କ୍ଷେତ୍ରର ଏକ ସ୍ଥାୟୀ ବିକାଶ ପାଇଁ ପ୍ରୟାସ ଜାରି ରଖିଛନ୍ତି । ନିକଟରେ ମେ ମାସ ୨୯ ତାରିଖରୁ ଜୁନ ମାସ ୧୨ ତାରିଖ ପର୍ଯ୍ୟନ୍ତ ପୁରୀର ସଖି ଗୋପାଳ ଠାରୁ ଆରମ୍ଭ ହୋଇଥିବା “ବିକଶିତ କୃଷି ସଂକଳ୍ପ ଅଭିଯାନ” ଦେଶବ୍ୟାପୀ ଚାଲୁ ରହିଥିଲା ଯାହା   ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ବିକଶିତ କୃଷି ସଂକଳ୍ପ ଅଭିଯାନ କୃଷକମାନଙ୍କର ସାମୂହିକ କଲ୍ୟାଣ ସାଧନ ସହ କୃଷି କ୍ଷେତ୍ରରୁ ରୋଜଗାର ବୃଦ୍ଧି ପାଇଁ ବାସ୍ତବିକ ଏକ ଯୁଗାନ୍ତକାରୀ ପଦକ୍ଷେପ ।


ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ସମ୍ବନ୍ଧୀୟ କାର୍ଯ୍ୟପ୍ରଣାଳୀର ବିବରଣୀ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଶ୍ରୀ ଅନ୍ନ ଅଭିଯାନ ମାଧ୍ୟମରେ ବିସ୍ମୃତ ଖାଦ୍ୟର ପୁନରୁଦ୍ଧାର ଏବଂ ପୁଷ୍ଟିଶସ୍ୟ ଆଧାରିତ କୃଷି ପ୍ରଣାଳୀ ମାଧ୍ୟମରେ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କ ରୋଜଗାରରେ ଉନ୍ନତି ଅଣାଯାଇଛି l  ବର୍ତ୍ତମାନ ଆମ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଶିଶୁ ବାଟିକାରୁ ଆରମ୍ଭ କରି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଣ୍ଡିଆ ଲଡୁ ପ୍ରଦାନ କରାଯାଉଛି l ସିଏମ୍ କିଷାନ୍ ଯୋଜନାରେ ଚାଷୀ ଭାଇଙ୍କୁ ୪ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଉଛି l ଏଥିରେ ସହରାଞ୍ଚଳର କୃଷକଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି l ଗତ ଅକ୍ଷୟ ତୃତୀୟା ଅବସରରେ ୨,୩୮୧ ଜଣ ବିଶେଷ ଭାବେ ଅନୁନ୍ନତ (PVTG) ଚାଷୀ ଏବଂ ୨୫,୫୩୨ ସହରାଞ୍ଚଳ ଚାଷୀଙ୍କ ସମେତ ମୋଟ୍  ୫୦ ଲକ୍ଷ ୨ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୧,୦୨୫ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛିl ସିଏମ୍ କିଷାନ୍ ସହିତ ‘ପିଏମ-ସମ୍ମାନ ନିଧି’ ସଂଯୁକ୍ତ ହୋଇ ଚାଷୀ ଭାଇମାନଙ୍କୁ ଆର୍ଥିକ ସହଯୋଗ ପ୍ରଦାନ କରୁଛି।  ଆହୁରି ମଧ୍ୟ ଚାଷୀଙ୍କ ପରିବାରକୁ ସମ୍ପୂର୍ଣ୍ଣ ରୂପେ ସଶକ୍ତ କରିବା ପାଇଁ ଯୁଗାନ୍ତକାରୀ ପଦକ୍ଷେପ ସ୍ଵରୂପ କୃଷି ବିଦ୍ୟାନିଧି ଯୋଜନାରେ ଚାଷୀଙ୍କ ସନ୍ତାନ-ସନ୍ତତିମାନଙ୍କ ଉଚ୍ଚଶିକ୍ଷା ପାଇଁ ଛାତ୍ରବୃତ୍ତି ସହାୟତା ଯୋଗାଇ ଦିଆଯାଉଛି l ଏହା ସହିତ ବଳଭଦ୍ର ଜୈବିକ ଚାଷ ମିଶନ ଯୋଗେ ରସାୟନମୁକ୍ତ ଜୈବିକ ଚାଷକୁ ପ୍ରୋତ୍ସାହନ ଦିଆଯାଉଛି l ଅମୃତ ଅନ୍ନ ପ୍ରକଳ୍ପ ଅଧୀନରେ ଓଡ଼ିଶାରେ ଉତ୍ପାଦିତ ରସାୟନମୁକ୍ତ ଦେଶୀ ବାସ୍ନାଯୁକ୍ତ ଚାଉଳ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୋଠଭୋଗରେ ବ୍ୟବହାର ହେଉଛି ଏବଂ ଆଗାମୀ ଦିନରେ ଏହା ସମ୍ପୂର୍ଣ୍ଣ ମହାପ୍ରସାଦ ପ୍ରସ୍ତୁତିରେ ବ୍ୟବହାର କରାଯିବ l 

ପରିଶେଷରେ ସେ କହିଥିଲେ, ଆମ କୃଷକ ଭାଇଭଉଣୀମାନଙ୍କ ସଶକ୍ତିକରଣକୁ ଆମ ସରକାର ସର୍ବାଧିକ ଗୁରୁତ୍ୱ ଦେଇଛି ଏବଂ ଏକ ବର୍ଷ ଭିତରେ ସଫଳତା ମଧ୍ୟ ପାଇଛି। ନିର୍ବାଚନ ସମୟରେ ଆମର ଏକ ମୁଖ୍ୟ ପ୍ରତିଶୃତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ କରିବା। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ରଖିଛୁ। ମାନନୀୟ ପ୍ରଧାନମନ୍ତ୍ରୀ ମଧ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ମଧ୍ୟ ଆହ୍ୱାନ ଦେଇଛନ୍ତି। ଉଭୟ ରାଜ୍ୟ ଓ ଦେଶର ଏହି ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ ।କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ କହିଥିଲେଯେ, କୃଷି ଓ କୃଷକର ବିକାଶ ପାଇଁ ଆମ ସରକାର ରାଜ୍ୟ ବଜେଟରେ ଚଳିତ ବର୍ଷ ଅଧିକ ଆର୍ଥିକ ପ୍ରସ୍ତାବ ଦେଇଛନ୍ତି ଏବଂ ଆଗାମୀ ଥର ବଜେଟରେ ମଧ୍ୟ ଅଧିକ ଆର୍ଥିକ ବଜେଟର ପ୍ରାବଧାନ ରଖିଛୁ । ଆଜି ଓଡ଼ିଶା ଭାରତ ବାହାରକୁ ମଧ୍ୟ ଫଳ ରପ୍ତାନି କରି ପାରୁଛି ।

ଏହା ହୋଇ ପାରୁଛି , ଆମର ଦୃଢ଼ ପ୍ରତିବଦ୍ଧତାର ପରିଚୟ।  କିଛି ବର୍ଷ ମଧ୍ୟରେ ବଲାଙ୍ଗୀର ଠାରେ ଆଗ୍ରିକଲଚର କଲେଜ ପ୍ରତିଷ୍ଠା ହେବ ଏବଂ ସୋନପୁର ଠାରେ ମାଛ ଚାଷୀଙ୍କୁ ଉନ୍ନତ ଜ୍ଞାନ କୌଶଳର ଶିକ୍ଷା ଦେବା ପାଇଁ ଫିସରୀ କଲେଜ ମଧ୍ୟ ପ୍ରତିଷ୍ଠା କରିବାର ଯୋଜନା ଅଛି ବୋଲି ଘୋଷଣା କରିଛନ୍ତି।  ଏହି ଅବସରରେ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଯୋଗ ଦେଇ କହିଛନ୍ତିଯେ, ବଲାଙ୍ଗୀରର ଚାଷ ଓ ବଲାଙ୍ଗୀର ଚାଷୀ ସ୍ୱାସ୍ଥ୍ୟକର ଖାଦ୍ୟ ପ୍ରଦାନ କରିବା ଆମ ରାଜ୍ୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ଏଣୁ ଚାଷୀ ଭାଇ ଭଉଣୀଙ୍କ ସମସ୍ତ ଆବଶ୍ୟକତାକୁ ପୁରାଣ କରିବା ପାଇଁ ଆମେ ପ୍ରତିଶୃତି ବଦ୍ଧ।

ପ୍ରତ୍ୟେକ ଗାଁ ହେବ କୃଷି ସଶକ୍ତ ଗାଁ କାରଣ ଆମ ରାଜ୍ୟକୁ ବିକଶିତ କରିବାକୁ ହେଲେ ପ୍ରଥମେ ଆମ ମେରୁଦଣ୍ଡ, ଆମ ଚାଷକୁ ସମୃଦ୍ଧ କରିବାକୁ ପଡିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ସଫଳ ଚାଷୀଙ୍କୁ ପୁରସ୍କୃତ କରିବା ସହିତ ସେମାନଙ୍କୁ ସମସ୍ତ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ କରି ନିଜ ଚାଷ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ,  ଟିଟିଲାଗଡ ବିଧାୟକ, ଶ୍ରୀ ନବୀନ କୁମାର ଜୈନ୍, କଣ୍ଟାବାଞ୍ଜି ବିଧାୟକ, ଶ୍ରୀ ଲକ୍ଷ୍ମଣ ବାଗ୍ , ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ ପ୍ରମୁଖ ମଞ୍ଚାସୀନ ଥିଲେ।ଉକ୍ତ କାର୍ଯ୍ୟକ୍ରମରେ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ ସ୍ୱାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲାପାଳ ଗୌରବ ଶିବାଜୀ ଇଶାଲ୍ୱର ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like