-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ନେତାଜୀ ସଂଗ୍ରାମୀ ପରିଷଦର ୩ଠତମ ପ୍ରତିଷ୍ଠା ଦିବସ ତଥା ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ,  ‘ କୃଷି ବିଶ୍ୱବିଦ୍ୟାଳୟ ପାଇଁ ସରକାରଙ୍କୁ ଭିତ୍ତିଭୂମି ସୃଷ୍ଟି କରିବାକୁ ପଡିବ’ 

23-Jan-2021



ବଲାଙ୍ଗୀର,(ପ୍ରେରଣ ଖବର)- ଯଦି ବଲାଙ୍ଗୀରରେ କୃଷି ବିଶ୍ୱବିଦ୍ୟାଳୟର ଆବଶ୍ୟକତା ଅଛି ତେବେ ସରକାରଙ୍କୁ ଭିତ୍ତିଭୂମି ସୃଷ୍ଟି କରିବାକୁ ପଡିବ । ବଲାଙ୍ଗୀର ସନ୍ନିକଟ ଲର୍କି ପାଲିରେ ବିସ୍ତିର୍ଣ୍ଣ ସରକାରୀ ଜମି ରହିଛି ଯାହା କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିଗରେ ସହାୟକ ହୋଇପାରିବ । ଏଠାରେ ଯେଉଁ ଭିତ୍ତିଭୂମି ଅଛି ସେଥିରେ ହିଁ କୃଷି ବିଶ୍ୱବିଦ୍ୟାଳୟ ନିର୍ମାଣ ହୋଇପାରିବ । ତେଣୁ ସରକାରଙ୍କୁ ଏହା ଉପରେ ହୃଦବୋଧ ହେବା ଉଚିତ । ଆମକୁ ସଂକୀର୍ଣ୍ଣତାରୁ ଦୂରରେ ରହି ଏହି ହାସଲ ପାଇଁ ସରକାରଙ୍କ ଉପରେ ଚାପ ପକାଇବାକୁ ପଡିବ 
   ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ନେତାଜୀ ସଂଗ୍ରାମୀ ପରିଷଦର ୩ଠ ତମ ପ୍ରତିଷ୍ଠା ଦିବସ ତଥା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125 ତମ ଜୟନ୍ତୀ କୁ ସୁଭାଷପରବ ଭାବେ ପାଳନ ଅବସରରେ ‘ବଲାଙ୍ଗୀରରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଲୟର ଭିତ୍ତିଭୂମି’ ଶୀର୍ଷକ ବିଷୟବସ୍ତୁ  ଉପରେ ଅନୁଷ୍ଠିତ  ଆଲୋଚନାଚକ୍ରରେ ଅତିଥି ବକ୍ତା ବାବରେ ଯୋଗ ଦେଇ ଏହା କହିଛନ୍ତି  ରାଜ୍ୟ ବ୍ରାହ୍ମଣ ମହାସଭାର ସଭାପତି ତଥା ପ୍ରାକ୍ତନ  ଜିଲ୍ଲା ପ୍ରାଣୀ ଚିକିତ୍ସାଧିକାରୀ ଜୟକୃଷ୍ଣ ଦାଶ ଶର୍ମା ।   ସଭା ପ୍ରାରମ୍ଭରେ ଅତିଥିଗଣ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସଭାର ଶୁଭାରମ୍ଭ କରିଥିଲେ । ପରେ ବିଶିଷ୍ଠ ଶ୍ରମିକ ନେତା ତଥା ସମାଜସେବୀ ଲଳିତ ନାୟକଙ୍କ ଅମର  ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନ କରାଯାଇଥିଲା । ସଭା ପ୍ରାମ୍ଭରେ ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ପରିଷଦର ଆବାହକ ବିରେନ୍ଦ୍ର ବନଛୋର ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ପରିଷଦର ଆବାହକ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ସଭାକୁ ସଂଯୋଜନା କରିଥିଲେ l ଅନ୍ୟତମ ଅତିଥି ଭକ୍ତା ଭାବରେ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ କେଶବ ଚରଣ ମିଶ୍ର ଶୀର୍ଷକ ବିଷୟବସ୍ତୁର ବୈଷୟିଗ ଦିଗ ଉପରେ ଆଲୋଚନା କରି ଯୋଗ  ବଲାଙ୍ଗୀରରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ରହିଛି ବୋଲି ଯୁକ୍ତି ବାଢ଼ିଥିଲେ । ଜଳ, ଜମି, ଜଙ୍ଗଲ, ଜନ୍ତୁ ଓ ଜନ ସଂପଦ କ୍ଷେତ୍ରରେ ବଲାଙ୍ଗୀର ଆତ୍ମନିର୍ଭରଶୀଳ ଥିବା ହେତୁ ଏହା କୃଷି ବିଶ୍ୱବିଦୟାଳୟ ସ୍ଥାପନର ସୁଯୋଗ ସୃଷ୍ଟି କରିପାରିବ ବୋଲି ଶ୍ରୀ ମିଶ୍ର କହିଥିଲେ । ଏହି ଅବସରରେ ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ମାଣ୍ଡୋସିଲର ଆଜାଦ ହିନ୍ଦର ସଂଗ୍ରାମୀ ଶେଖ୍ ରମଜାନ୍ କୁରେସୀଙ୍କୁ ମରଣୋତ୍ତର ସୁଭାଷ ପରବ  ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହାକୁ ସ୍ୱର୍ଗତ ରମଜାନ କୁରେସୀଙ୍କ ପୁତ୍ର ଅଲି ମହମ୍ମଦ କୁରେସୀ ଗ୍ରହଣ କରିଥିଲେ । ସଭା ପ୍ରାରମ୍ଭାରେ ପରିଷଦର ସଭ୍ୟ ଏଡ୍‌ଭୋକେଟ ଗୋପାଳ ହୋତା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ରାଜେନ୍ଦ୍ର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ । ସକାଳେ ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।  ଏହି ସମସ୍ତ କାର୍ଯ୍ୟକ୍ରମରେ ସହରର ବହୁ ବୁଦ୍ଧିଜୀବୀ, ସଚେତନ ନାଗରିକ ଓ ସୁଭାଷ ପ୍ରେମୀ ଯୋଗ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like