-+91-9937148622 |
prerana_bgr@rediffmail.com |
Friday 18th September 2026 |
R.N.I. Regd No. ODIODI/2010/46693
Breaking News
19-Jun-2025
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜ଼ିଲ୍ଲା ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ସିକିଲ ସେଲ ସଚେତନତା ଦିବସ-୨୦୨୫ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରି ସୁବର୍ଣ୍ଣପୁର ଡ଼ା ମନୋଜ କୁମାର ଅଦlବର ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD)ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ , ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜ଼ିଲ୍ଲା ମଙ୍ଗଳ ଅଧିକାରୀ ସଂଯୁକ୍ତା ମାଝୀ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ସିକିଲ ସେଲ ରୋଗ ର ଲକ୍ଷଣ ଓ ଏହାର ପ୍ରତିକାର ଉପରେ ଜଣ ସାଧାରଣ ଙ୍କୁ ସଚେତନତା ସୃଷ୍ଟି କରିବା କୁ କହିଥିଲେ. ଆମେ ସମସ୍ତେ ସନ୍ତୁଳିତ ଖାଦ୍ୟ, ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା , ଧୁମପାନ ରୁ ସମ୍ପୂର୍ଣ ମାତ୍ରା ରେ ମୁକ୍ତ ରହିବା, ଯୋଗ ଓ ଧ୍ୟାନ ଅଭ୍ୟାସ କରିବା ଉପରେ ସମସ୍ତ ଙ୍କୁ ସଚେତନତା ବାର୍ତା ପ୍ରଦାନ କରିବା ଓ ନିୟମିତ ପରୀକ୍ଷା କରାଇ ଡାକ୍ତର ଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ କରି ଥିଲେ l ସିକିଲ ସେଲ୍ଲ ରୋଗ ରୁ ମୃତ୍ୟୁ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ ବୁଝାଇ ଥିଲେ ।
ଉକ୍ତ ସଭାରେ ଜିଲ୍ଲା ର ସମସ୍ତ ଆଦିବାସି ମଙ୍ଗଳ ଆବାସିକ ସ୍କୁଲ ର ପ୍ରଧାନ ଶିକ୍ଷକ ଶିକ୍ଷଈତ୍ରୀ, ମେଟ୍ରନ ଓ ଅନ୍ୟାନ୍ୟ କର୍ମଚାରୀ, ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ,ଜିଲ୍ଲା ଅଣ ସଂକ୍ର।ମକ ରୋଗ ସଂଜୋଜକ ଆଲୋକ କୁମାର ମିଶ୍ର, ଏପିଡ଼େମିଓଲୋଜିଷ୍ଟ ଲୋପାମୁଦ୍ରା ମହାନ୍ତି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।ଶେଷ ରେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l