-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମହାନଦୀ ଜଳ ବିବାଦର ସମାଧାନ ସହ ଏହାର ସୁରକ୍ଷା ନେଇ ଆହ୍ବାନ:ସୁଦର୍ଶନ ଦାସ

20-Jun-2025



ବିନିକା(ହିଂମାଶୁ ଶେଖର ପୁଟେଲ)ଓଡ଼ିଶାର ଜୀବନ ରେଖା ମହାନଦୀ ଜଳ ବିବାଦ ସମସ୍ୟା ଦୀର୍ଘ ବର୍ଷ ହେଲା ଲାଗି ରହିଥିଲେ ହେଁ ତାର ସମାଧାନ ସହିତ ତାର ସୁରକ୍ଷା ଦିଗରେ ରାଜ୍ୟର ମୋହନ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ଗୁରୁବାର ଅପରାହ୍ନରେ ବିନିକା ସ୍ଥିତ ଚନ୍ଦ୍ରମା ସଭାଗୃହ ଠାରେ ମହାନଦୀ ବଞ୍ଚାଅ ସମସ୍ୟାକୁ ନେଇ ଅନୁଷ୍ଠିତ ଆଲୋଚନାଚକ୍ର ଓ ସାମ୍ବାଦିକ ସମ୍ମିଳନୀରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ଆବାହକ ସୁଦର୍ଶନ ଦାସ ଉପସ୍ଥିତ ପତ୍ରକାର ଓ ଅଞ୍ଚଳର ସଚେତନ ନାଗରିକଙ୍କୁ ଆହ୍ବାନ ଦେଇଥିଲେ। ବିଶିଷ୍ଟ ସମାଜସେବୀ ଗୌରୀଶ୍ୟାମ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି  ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଶ୍ରୀ ଦାସ କହିଥିଲେ ଯେ ଆମ ଜୀବନରେଖା ମହାନଦୀ ଆଜି ଗଭୀର ସଙ୍କଟରେ ଗତି କରୁଛି ।ଦିନକୁ ଦିନ ନଦୀର ପ୍ରବାହ ଯେମିତି କମି ଯାଉଛି ସେଭଳି ମାତ୍ରାରେ ଏହାର ଜଳ ପ୍ରଦୂଷିତ ହେବାରେ ଲାଗିଛି। ଛତିଶଗଡ ମହାନଦୀର ଉପର ମୁଣ୍ଡରେ ମହାନଦୀ ଜଲକୁ ଅଟକାଇ ଦେଇଥିବାରୁ ଏହାର ଜଳ କ୍ଷମତା କମି କମି ଯାଉଥିବାରୁ ଆଗାମୀ ଦିନରେ ଆମ ରାଜ୍ୟବାସୀଙ୍କ ପାଇଁ ଜଳ ସଙ୍କଟ ସମସ୍ୟା ସୃଷ୍ଟି କରିବ ଏଥିରେ ସନ୍ଦେହ ନାହିଁ  । ଓଡ଼ିଶା ଓ ଛତିଶଗଡ ମଧ୍ୟରେ ଚାଲିଥିବା ମହାନଦୀ ଜଳ ବିବାଦର ସମାଧାନ ନିକଟ ଭବିଷ୍ୟତରେ ହେବାର ସମ୍ଭାବନା ନାହିଁ ।ତେଣୁ ବର୍ତ୍ତମାନ ଟ୍ରିପଲ୍ ଇଞ୍ଜିନ ସରକାର(ଓଡ଼ିଶା,ଛତିଶଗଡ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମାଧାନ କରିବାକୁ ଅନୁଷ୍ଠିତ ଆଲୋଚନାଚକ୍ରରେ ଦାବୀ କରାଯାଇଛି ।ସେହିପରି କଳକାରଖାନା ଗୁଡ଼ିକର ଦୂଷିତ ଜଳ ଓ ବର୍ଜ୍ୟବସ୍ତୁ ମହାନଦୀ ପାଣିରେ ମିଶି ଅଧିକ ମାତ୍ରାରେ ପ୍ରଦୂଷିତ ହେଉଛି ।ଫଳରେ ଲୋକେ ସ୍ୱାନ କରିବା ସମ୍ଭବ ହେଉନାହିଁ,ଦୂଷିତ ଜଳ ଯୋଗୁଁ ଅନେକ ଜଳଚର ଜୀବ ମୃତ୍ୟୁ ମୁଖରେ ପଡ଼ୁଛନ୍ତି,ପାଣି ମଧ୍ୟ ବ୍ୟବହାର ଉପଯୋଗୀ ହେଉନାହିଁ ।ତେଣୁ ଯେଉଁ ମାନେ ମହାନଦୀ କୁ କଳକାରଖାନାରୁ ନିର୍ଗତ ଦୂଷିତ ଜଳ ଛାଡୁଛନ୍ତି ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ଆଲୋଚନାଚକ୍ରରେ ମତ ପ୍ରକାଶ ପାଇଥିଲା । ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ବିନିକା ଏନଏଏସି ଉପାଧ୍ୟକ୍ଷ ତପସ୍ଵିନୀ ମେହେର,ଯୁବ ଆଇନଜୀବୀ ପ୍ରଶାନ୍ତ ଦଣ୍ଡସନା,ରାଜ୍ୟ ସଂଯୋଜକ ବିଜୟ ପ୍ରଧାନ,ଜିଲ୍ଲା ପରିଷଦ ଲବ କୁମାର ସାହୁ,ଯୁବ ନେତା ପ୍ରଦୀପ ସେଠୀ,ଅବସରପ୍ରାପ୍ତ କର୍ମଚାରୀ ମାନ ଗୋବିନ୍ଦ ମେହେର,ନୀଳାଚଳ ମେହେର,କାଉନସିଲର ପ୍ରଦୀପ ବାଘ,ବିଜୟ ବରାଇ,ସମାଜସେବୀ ଦିପାନ୍ନୀତା ମାହାଣା,କ୍ଷୀର ସାଗର ବିଭାର ପ୍ରମୁଖ ନିଜ ନିଜର ମତ ଉପସ୍ଥାପନ କରିଥିଲେ ।ପରେ ଦଳମତ ନିର୍ବିଶେଷରେ ଉପସ୍ଥିତ ଥିବା ସମସ୍ତ ସଚେତନ ନାଗରିକଙ୍କ ନିଷ୍ପତି କ୍ରମେ ମହାନଦୀ ବଞ୍ଚାଅ ସୁବର୍ଣ୍ଣପୁର ଶାଖା ଗଠିତ ହୋଇଥିଲା ।ଆସନ୍ତା ଜୁଲାଇ ମାସରେ ମୁକ୍ତିତୀର୍ଥ ପାପକ୍ଷୟ ଠାରେ ମହାନଦୀ ବଞ୍ଚାଅ ସମ୍ବିଲନୀ କରାଯିବ ବୋଲି ଆବାହକ ସୁଦର୍ଶନ ଦାସ ଘୋଷଣା କରିଛନ୍ତି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like