-+91-9937148622 |
prerana_bgr@rediffmail.com |
Wednesday 29th April 2026 |
R.N.I. Regd No. ODIODI/2010/46693
Breaking News
22-Jun-2025
ବଲାଙ୍ଗୀର(ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଶାସ୍ତ୍ରୀ ନଗର, ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଥିଲା l ଉକ୍ତ ଦିବସକୁ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ କରାଯାଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନ ଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣରେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ ବୋଲି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସ୍ୱାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡା.ନିହାର ରଞ୍ଜନ ବହିଦାର ନିଜ ବକ୍ତବ୍ୟରେ କହିଥିଲେ । ଯୋଗଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ଯୋଗ ପ୍ରଶିକ୍ଷକ ସୁରଜ ବକୁଳ ଦୃଢୋକ୍ତି ପ୍ରକାଶ କରିଥିଲେ l