-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର କର୍ଲାକୋଟ ଠାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର

24-Jun-2025



ନୁଆପଡ଼ା(ପରମେଶ୍ଵର ମେହେର): ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ର କର୍ଲାକୋଟ ପଞ୍ଚାୟତର ସେହି ଗାଁରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଓ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଏଥି ପାଇଁ  ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଅନ୍ୟାନ୍ୟ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଗାଁରେ ପହଞ୍ଚିଥିଲେ। ମୁଖ୍ୟ ଅତିଥି ଜିଲ୍ଲାପାଳଙ୍କ ସହିତ ଡି ଏଫ୍ ଓ ଅଜିଜ ଖାନ,ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ,ବିଡ଼ିଓ ସୁଶାନ୍ତ କୁମାର ରଣା, ତହସିଲଦାର ଅନସୁୟା ବାଗ୍ ଦେବି, କର୍ଲାକୋଟ ସରପଞ୍ଚ ମଙ୍ଗଲ  ସିଂଦଲ ଓ ସମିତି ସଭ୍ୟା  ମିନାକ୍ଷୀ ମାଝୀ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ। ଆଜିର ଏହି ନିଆରା କାର୍ଯ୍ୟକ୍ରମ ପାଇଁ କର୍ଲାକୋଟ ଗାଁ ଆନନ୍ଦ ମୁଖର ହୋଇଉଠି ଥିଲା l ନୃତ୍ୟଗୀତ ମାଧ୍ୟମରେ ଗ୍ରାମବାସୀ ଅତିଥି ମାନଙ୍କୁ ସ୍ଵାଗତ କରିଥିଲେ l ଡିଏଫ୍ଓ ଙ୍କ ଉଦ୍ୟମରେ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ସ୍ଥାନୀୟ ହାଇସ୍କୁଲରେ ପକ୍ଷୀ ମାନଙ୍କ ପାଇଁ ଜଳ, ଖାଦ୍ୟ ଏବଂ ବସା ଯୋଗାଇ ଦିଆଯାଇଥିଲା l ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ନବଜାତକ ଶିଶୁ କନ୍ୟା ମେଘା ବାଘ ଓ ତାର ପିତାମାତା ଙ୍କୁ ସମାରୋହରେ  ଜିଲ୍ଲାପାଳ ଉପହାର ଓ ବୃକ୍ଷରୋପଣ ପାଇଁ ଚାରା ପ୍ରଦାନ କରିଥିଲେ। ନବଜାତକକୁ କୋଳରେ ଧରି ତାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ।  ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଦୁଇ ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଅତିଥିମାନେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଭେଟି ଦେଇଥିଲେ l ଜିଲ୍ଲାପାଳ ଏମାନଙ୍କ ପରିବାର ଲୋକଙ୍କୁ  ଗର୍ଭବତୀ ମାନଙ୍କ ସମୁଚିତ ଯତ୍ନ ନେବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ଶ୍ରମିକ ସଚେତନତା ଶିବିରରେ ଅତିଥି ମାନେ ଗାଁବାସୀ ମାନଙ୍କୁ ମନରେଗା ଯୋଜନାରେ କାମ କରିବା ସହିତ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଲାଭ ଉଠାଇବା ପାଇଁ ଆହ୍ଵାନ ଦେଇଥିଲେ l  ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଯୋଗଦେଇ ନିଜ ନିଜ ବିଭାଗର କଲ୍ୟାଣତକାରୀ ଯୋଜନା ସମ୍ବନ୍ଧରେ ଜନସାଧାରଣଙ୍କୁ ବୁଝାଇଥିଲେ lସମସ୍ତଙ୍କୁ  ସମ୍ବୋଧନ କରି ଜିଲ୍ଲାପାଳ କହିଲେ ଯେ  ଗାଁର କୌଣସି ବି ପୁରୁଷ କିମ୍ବା ମହିଳା ଭୁଲ୍ ରେ ବି ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଆନ୍ତୁ ନାହିଁ l ନିଜ ଗାଁମାଟିରେ ରହି ମନରେଗା ଯୋଜନାରେ କାମ କରି ସବୁ ଶ୍ରମିକ ପରିବାର ଲକ୍ଷପତି ହୁଅନ୍ତୁ l ଚାଷୀ ଭାଇଭଉଣୀ ମାନେ ଉନ୍ନତ ପ୍ରଣାଳୀରେ ଚାଷ କରନ୍ତୁ l ଜାଗା ନାହିଁ ଯାହାର, ଛତୁ ଚାଷ ତାହାର l ଏସବୁ କରିବା ପାଇଁ ଜିଲ୍ଲା ପ୍ରଶାସନ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବେ l ଯେଉଁମାନେ ଏ ବର୍ଷ ଦାଦନ ଯାଇଛନ୍ତି, ସେମାନେ ଆଉଥରେ ନ ଯିବା ପାଇଁ ସଂକଳ୍ପ ନିଅନ୍ତୁ l ଏହି ପଞ୍ଚାୟତରୁ ୬୮ଜଣ ଲକ୍ଷପତି ଦିଦି ବାହାରି ଥିବାରୁ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ l ଆମେ ସମସ୍ତେ ମିଶି  କର୍ଲାକୋଟ ପଞ୍ଚାୟତକୁ ପ୍ରବାସୀ ଶ୍ରମିକ ଓ ପ୍ଲାଷ୍ଟିକ୍ ମୁକ୍ତ କରି ପାରିବା ବୋଲି କହିଥିଲେ l ମନରେଗା ଯୋଜନାରେ୨୦୦ଦିନରୁ ଅଧିକ ଦିନ ଶ୍ରମଦାନ କରିଥିବାରୁ  ଦୁଇ ଜଣ ଶ୍ରମିକଙ୍କୁ ସଭାରେ ସମ୍ମାନିତ କରାଯାଇଥିଲା lକାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ପରିଚାଳନା କରିଥିଲେ l ଶେଷରେ ସ୍ଥାନୀୟ ସରପଞ୍ଚ ଧନ୍ୟବାଦ ଅର୍ପଣ କରିଥିଲେ l ସମାରୋହକୁ ବୋଡ଼େନ ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ନମିତା ପାଢୀ, ବୋଡ଼େନ ସିଡିପିଓ ଅର୍ଚ୍ଚନା ରାଉତ, ସରପଞ୍ଚ, ବ୍ଲକ ଏବଂ ପଞ୍ଚାୟତ କର୍ମଚାରୀ ପ୍ରମୁଖ ଆୟୋଜନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like