-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ଦିନରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଓ ସଭ୍ୟ/ସଭ୍ୟାଙ୍କ ଧାରଣା

25-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟସରକାରଙ୍କ କେବିକେ ଅଞ୍ଚଳ ପ୍ରତି ବୈମାତୃକ ମନୋଭାବ ପ୍ରତିବାଦରେ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟାଙ୍କ ଦ୍ଵାରା ଚାଲିଥିବା ଆନ୍ଦୋଳନ ଆଜି ଦ୍ଵିତୀୟ ଦିନରେ ପହଁଞ୍ଚିଛି l ଆଜି ମଧ୍ୟ ଜିଲ୍ଲା ପରିଷଦ କାର୍ଯ୍ୟାଳୟକୁ ତାଲା ପକାଇ ଗେଟ୍ ସମ୍ମୁଖରେ ଧାରଣା ଚାଲିଛି l  ଫଳରେ ଆଜି ମଧ୍ୟ ସରକାରୀ କର୍ମଚାରୀ ଓ ଅଧିକାରୀ କାର୍ଯ୍ୟାଳୟକୁ ପଶି ନ ପାରି ଫେରି ଯାଇଛନ୍ତି l ଲୋକଙ୍କୁ ବିକାଶର ସ୍ୱପ୍ନ ଦେଖାଇ କ୍ଷମତାକୁଆସିଥିବା ସରକାର ଲୋକଙ୍କ ଉନ୍ନତିରେ ବାଧକ ସାଜିଛି।  ବଲାଙ୍ଗୀର ଭଳି ଆକାଂକ୍ଷୀ ଜିଲ୍ଲାରେ ବର୍ଷେହେଲା ବିକାଶ ଠପ୍ ହୋଇଯାଇଛି । କେବିକେ ଭଳି ଜିଲ୍ଲାରେ ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷପଦ ଖାଲି ପଡିଛି । ତେଣୁ କୌଣସି ପ୍ରସ୍ତାବ ଅନୁମୋଦନ ହେଉନାହିଁ । ଠିକ ସେହିପରି ପଶ୍ଚିମଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ନିଯକ୍ତି ହେଉନାହିଁ କି ଅନୁଦାନ ଆସୁନାହିଁ । କେବିକେ ଅନୁଦାନ ମଧ୍ୟ ଗତ ଦୁଇବର୍ଷ ହେଲା ବଲାଙ୍ଗୀର ଜିଲ୍ଲାକୁ ଆସୁନାହିଁ । ସେପଟେ ଜିଲ୍ଲାପାଳ ନିର୍ବାଚିତ ପ୍ରତିନିଧିମାନଙ୍କ କଥା ଶୁଣୁନାହାଁନ୍ତି । ଏହି ସବୁ ଅଭିଯୋଗ ଉଠାଇ ଆଜି ବଲାଙ୍ଗୀର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁଙ୍କ ସହ ଅନ୍ୟ ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଜିଲ୍ଲାର ସମସ୍ୟା ତଥା ଜିଲ୍ଲାପାଳଙ୍କ ଅଣଦେଖାକୁ ନେଇ ରାଜ୍ୟପାଳ,ମୁଖ୍ୟମନ୍ତ୍ରୀ ଓ ମୁଖ୍ୟଶାସନ ସଚିବଙ୍କୁ ପାଖକୁ ଅଭିଯୋଗପତ୍ର ପଠାଇବା ପରେ ମଧ୍ୟ ସେପଟୁ କିଛି ଉତ୍ତର ନଆସିବାରୁ ଶେଷରେ ଆନ୍ଦୋଳନକୁ ଓହ୍ଲାଇଛୁ ବୋଲି ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଗଣମାଧ୍ୟମକୁ କହିଛନ୍ତି । ଆଜି ମଧ୍ୟ ଦିନ ୧୦ଟାରୁ ଅଧ୍ୟକ୍ଷା ଦେବକୀ ସାହୁ ସମେତ ଅନ୍ୟାନ୍ୟ ବିଜେଡି ଜିଲ୍ଲାପରିଷଦ ସଭ୍ୟ/ସଭ୍ୟାମାନେ ଜିଲ୍ଲାପରିଷଦ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି । ଫଳରେ ଜିଲ୍ଲାପରିଷଦର ମୁଖ୍ୟ ନିର୍ବାହୀଅଧିକାରୀଙ୍କ ସହ ଅନ୍ୟାନ୍ୟ କର୍ମଚାରୀମାନେ କାର୍ଯ୍ୟାଳୟକୁ ଯାଇ ନପାରି ଫେରିଯାଇଥିବା ଦେଖାଯାଇଥିଲା । ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣେ ସହକାରୀ ଜିଲ୍ଲାପାଳ ଆଲୋଚନା ପାଇଁ ଯାଇଥିଲେ କିନ୍ତୁ ସେମାନଙ୍କୁ ଫେରାଇ ଦିଆଯାଇଥିଲା l ଜିଲ୍ଲାପାଳ ନିଜେ ଆସି ଆଲୋଚନା କରନ୍ତୁ ବୋଲି  ଜିଲ୍ଲାପରିଷଦର ଅଧ୍ୟକ୍ଷା ଦେବକୀ ସାହୁ ଅଭିଯୋଗ କରିଛନ୍ତି ଯେ,ଗତ ଗୋଟିଏ ବର୍ଷରୁ ଅଧିକ ସମୟ ହେଲା ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ପଦ ଖାଲି ପଡିଛି। ଫଳରେ ଜିଲ୍ଲାର ଉନ୍ନୟନପ୍ରସ୍ତାବଗୁଡିକ ଅନୁମୋଦିତ ହେଉନାହିଁ । ସରକାରଙ୍କ ଅପାରଗତା କାରଣରୁ ବର୍ଷେହେଲା ଜିଲ୍ଲାର ବିକାଶ ଠପ୍ ହୋଇଯାଇଛି। ଜିଲ୍ଲାକୁ କେବିକେ ତଥା ଅନ୍ୟାନ୍ୟ ଯୋଜନାରେ ଅନୁଦାନ ଆସୁନାହିଁ ସରକାର ନିଜେ ସମସ୍ୟା ସୃଷ୍ଟି କରିଚାଲିଛନ୍ତି ବୋଲି ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା ଅଭିଯୋଗ କରିଛନ୍ତି ଓ ଏହି ସମସ୍ୟାର ସମାଧାନ ନହେଲେ ଆଗକୁ ଆହୁରି ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like