-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ନୋଏଡ଼ାର ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ

27-Jun-2025



ନୋଏଡ଼ା:  ନୋଏଡ଼ାର ୧୦୧ ସେକ୍ଟର ସ୍ଥିତ ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ୨୪ତମ ରଥଯାତ୍ରା ଉତ୍ସବ ପାଳନ କରାଯାଇଛି। ଏହି ପବିତ୍ର ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ସୁନ୍ଦର ଭାବରେ ସଜାଯାଇଥିବା ଦେଖାଯାଇଥିଲା। ବଢ଼ି ଭୋରରୁ ଚାରି ଦିଅଁଙ୍କ ମଙ୍ଗଳ ଆଳତି କରାଯିବା ପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଏବଂ ନୀତିକାନ୍ତି ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା।ଏହି ଅବସରରେ ମନ୍ଦିରର ମୁଖ୍ୟ ପୃଷ୍ଠପୋଷକ ସୁରେନ୍ଦ୍ର ନାଥ ସାହୁ ତାଙ୍କ ପରିବାର ସଦସ୍ୟଙ୍କ ସହ ଉପସ୍ଥିତ ଥିଲେ।  ଏଠାରେ ଅପରାହ୍ନ ୨: ୩୦ ସମୟରେ ଚାରି ଠାକୁରଙ୍କର ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା।ପ୍ରଥମେ ପ୍ରଭୁ ସୁଦର୍ଶନ, ତା'ପରେ ବଡ଼ଭାଇ ବଳଭଦ୍ର, ପରେପରେ ଦେବୀ ସୁଭଦ୍ରା ଓ ସବାଶେଷରେ ଜଗତରନାଥ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା। ଉପସ୍ଥିତ ଦର୍ଶକମାନଙ୍କ ଦ୍ୱାରା ଘଣ୍ଟ, ଶଙ୍ଖ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହଗହ ନାଦ ତଥା ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠିଥିଲା। ଉପସ୍ଥିତ ପ୍ରାୟ ଦଶ ହଜାର ଦର୍ଶକଙ୍କ ମଧ୍ଯରେ ଘୋଷଯାତ୍ରାକୁ କେନ୍ଦ୍ର କରି ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ଦୃଷ୍ଟିଗୋଚର ହୋଇଥିଲା।

ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟର ସମ୍ପାଦକ ମୃତ୍ୟୁଞ୍ଜୟ ସାମନ୍ତରାୟଙ୍କ ତତ୍ତ୍ଵାବଧାନରେ ଶାନ୍ତି ଶୃଙ୍ଖଳା ରକ୍ଷା ଓ ଭିଡ଼କୁ ନିୟନ୍ତ୍ରଣ କରାଯିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ଏଠାରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସମାଜସେବୀ ଏବଂ ବରିଷ୍ଠ ଚାଟାର୍ଡ ଏକାଉଣ୍ଟଟାଣ୍ଟ ଡଃ ମନୋରଞ୍ଜନ ମହାନ୍ତି ଯୋଗ ଦେଇଥିଲେ। ମନ୍ଦିର ତରଫରୁ ରାଜା ଭାବରେ ମନୋନୀତ ରଶ୍ମିକାନ୍ତ ନାୟକ ରଥ ସମ୍ମୁଖରେ ଛେରା ପହଁରା କାର୍ଯ୍ୟ ସମାପନ କରିଥିଲେ।। ଅନ୍ୟାନ୍ୟ ବରେଣ୍ୟ ଅତିଥିମାନଙ୍କ ମଧ୍ଯରେ ନୋଏଡ଼ାର ବିଧାୟକ ପଙ୍କଜ ସିଂହ ଏବଂ ବିଜେପି ନେତା ପ୍ରମୋଦ ଭଲ ପ୍ରମୁଖ ଉପସ୍ଥିତ ଥିଲେ।                        ଅପରାହ୍ନ ଚାରିଟା ବେଳେ ରଥ ଟଣା ଆରମ୍ଭ ହୋଇଥିଲା।ରଙ୍ଗାରଙ୍ଗ ରଥ ଉପରେ ରାଜକୀୟ ଠାଣିରେ ଚାରି ଠାକୁରଙ୍କ ବିରାଜମାନର  ଦୃଶ୍ୟ ଅଲୌକିକ ଥିଲା।ରଥଟିକୁ ସାଲାରପୁର ଗ୍ରାମ ରାସ୍ତା ଦେଇ  ଅଢ଼େଇ କିଲୋମିଟର ଦୂର ସାଇବାବା କଲୋନୀ ସ୍ଥିତ ଶିବ ସାଇ ମନ୍ଦିରକୁ ନିଆ ଯାଇଥିଲା।  ରାସ୍ତାର ଦୁଇ ପାର୍ଶ୍ୱରେ ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ, ଠାକୁରମାନଙ୍କ ଉପରେ ପୁଷ୍ପବର୍ଷଣ ଏବଂ  ରଥବାଡରେ ନଡ଼ିଆ ଭାଙ୍ଗି ନିଜକୁ ଧନ୍ୟ ମନେ କରୁଥିବା ଓ ଭକ୍ତିଭାବରେ ଅଭିଭୂତ ହେଉଥିବା ଦେଖା ଯାଇଥିଲା l ସନ୍ଧ୍ୟା କାଳରେ ରଥ ଶିବ ସାଇ ମନ୍ଦିର ସାମନାରେ ପହଞ୍ଚିବା ପରେ ଚାରି ଠାକୁରଙ୍କୁ ରୋଷଣୀ କରାଯାଇ ମନ୍ଦିର ଭିତରକୁ ନେଇ ସେଠାରେ ଆସୀନ କରାଯାଇଥିଲା। ଦିଅଁମାନେ ଆସନ୍ତା ନଅ ଦିନ ପର୍ଯ୍ୟନ୍ତ ଶିବ ସାଇ ମନ୍ଦିର ମଧ୍ୟରେ ପୂଜା ପାଇବା ସାଙ୍ଗକୁ ସର୍ବସାଧାରଣଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି । ଆସନ୍ତା ଜୁଲାଇ ପାଞ୍ଚ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇ

ଠାକୁରମାନେ ଶିବ ସାଇ ମନ୍ଦିରରୁ  ସାଲାରପୁର ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାଯାଇଛି।

ଚଳିତ ବର୍ଷର ରଥଯାତ୍ରା ଉତ୍ସବକୁ ସଫଳତାର ସହିତ ଆୟୋଜନ କରିବାରେ ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ଅତନୁ କୁମାର, ସମ୍ପାଦକ ମୃତ୍ୟୁଞ୍ଜୟ ସାମନ୍ତରାୟ, କୋଷାଧ୍ୟକ୍ଷ ମାନସ ରଞ୍ଜନ ନାୟକ ଓ ସଦସ୍ୟ ମଣ୍ଡଳୀ ଯଥା:- ରାମ ମହାନ୍ତି, ଅସିତ କୁମାର ପତି, ସୁକାନ୍ତ ମହାନ୍ତି, ରମାକାନ୍ତ ନାୟକ, ପବିତ୍ର କୁମାର ମିଶ୍ର, ସମରେନ୍ଦ୍ର ଜେନା, ଜୟପ୍ରକାଶ ମହାପାତ୍ର, ସଞ୍ଜୟ ପାଢ଼ୀ, ଦୀପକ ଦାଶ,  ଜିତେନ୍ଦ୍ର ଶତପଥୀ, ତତାବର ତ୍ରିପାଠୀ ଓ ଅଶୋକ ସାହୁ ପ୍ରମୁଖ ଉଲ୍ଲେଖଯୋଗ୍ୟ ଭୂମିକା ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like