-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ରାଜ୍ୟ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

27-Jun-2025



ନଭି ମୁମ୍ବାଇ(ପ୍ରେରଣା ଖବର): ନଭି ମୁମ୍ବାଇର ଖାରଘର ଠାରେ ଅବସ୍ଥିତ ଏକମାତ୍ର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପର୍ବ ପାଳନ କରାଯାଇଛି । ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା) ଦ୍ୱାରା ଆୟୋଜିତ ଏହି ଭବ୍ଯ ଓ ଦିବ୍ୟ ମହୋତ୍ସବକୁ କେନ୍ଦ୍ର କରି ସମଗ୍ର ଖାରଘର ଇଲାକାର ଗଗନ ପବନ ଜଗନ୍ନାଥମୟ ହୋଇ ଉଠିଥିବା ଦେଖାଯାଇଥିଲା। ଜୟ ଜଗନ୍ନାଥ ଧ୍ୱନିରେ ପୁରା ପରିବେଶ ମୁଖରିତ ହେବା ସାଙ୍ଗକୁ ମନ୍ତ୍ରର ମଧୁର ଉଚ୍ଚାରଣର ଗହଗହ ନାଦରେ ଗଗନ ପବନ ଗୁଞ୍ଜରିତ ହୋଇ ଉଠିଥିବା ଲକ୍ଷ୍ୟ କରାଯାଇଥିଲା। ବଢି ଭୋରରୁ ମନ୍ଦିର ମଧ୍ୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସାମ୍ନାରେ ମଙ୍ଗଳ ଆଳତି ଓ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା।

 ଦ୍ୱିପହରରେ ଚାରି ଠାକୁରଙ୍କୁ ଧାଡି ପହଣ୍ଡି କରାଯାଇ ସୁନ୍ଦର, ସୁସଜ୍ଜିତ ଓ ପିପିଲି ଚାନ୍ଦୁଆରେ ସୁଶୋଭିତ ରଥ ଉପରକୁ ଅଣାଯାଇଥିଲା। ସେଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ସଂସାରର ଆବାଳ ବୃଦ୍ଧ ବନିତାଙ୍କ ସହ ତାଙ୍କର ଦିବ୍ୟ ଲୀଳା ପରିପ୍ରକାଶ କରିବା ପାଇଁ ଶ୍ରୀମନ୍ଦିର ଛାଡ଼ି ରାଜ ରାସ୍ତାକୁ ବିଜେ କରିଥିଲେ । ରାଜକୀୟ ଠାଣିର କୋଟି ବ୍ରହ୍ମାଣ୍ଡର ମହାନାୟକ ଶ୍ରୀ ଜଗନ୍ନାଥ ,ତାଙ୍କର ଜ୍ୟେଷ୍ଠ ଭ୍ରାତା ବଳଭଦ୍ର, କନିଷ୍ଠ ଭଗ୍ନୀ ମା' ସୁଭଦ୍ରା ଏବଂ ପ୍ରଭୁ ସୁଦର୍ଶନଙ୍କର ରଥାରୁଢ଼ ହେବାର ବେଶ ହୃଦୟସ୍ପର୍ଶୀ ଥିଲା। ଏହା ଭକ୍ତ ଓ ଭଗବାନଙ୍କର ମିଳନର ଅନନ୍ୟ ଓ ଅପୂର୍ବ ଅବସର ଥିଲା।

 ମହାରାଷ୍ଟ୍ର ଓଡ଼ିଆ କଲ୍ଯାଣ ସଙ୍ଘର 
ସଭାପତି ଓ ଟ୍ରଷ୍ଟି ଡ଼ଃ. ଭଗବାନ ପଣ୍ଡା ରଥ ଉପରେ ସୁବର୍ଣ୍ଣ ଝାଡ଼ୁରେ ଛେରା ପହଁରା କାର୍ଯ୍ୟ ସମାପନ କରିଥିଲେ। ଏହାପରେ ଅପରାହ୍ନରେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା। ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ଉପସ୍ଥିତ ସହସ୍ରାଧିକ ଓଡ଼ିଆ ଓ ଅଣଓଡ଼ିଆ ଶ୍ରଦ୍ଧାଳୁମାନେ ଯେଉଁ ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ରଥଟିକୁ ଟାଣି ନେଉଥିଲେ ତାହା ସୌହାର୍ଦ୍ଦ୍ୟ ଓ ସଦଭାବନାର  ନିଆରା ଉଦାହରଣ ଥିଲା। 

ସନ୍ଧ୍ୟା ସମୟରେ ଚତୁର୍ଦ୍ଧା ମୂର୍ତ୍ତି ଆରୋହଣ କରିଥିବା ରଙ୍ଗାରଙ୍ଗ ରଥ ଗୁଣ୍ଡିଚା ମନ୍ଦିର ସାମ୍ନାରେ ପହଞ୍ଚି ଥିଲା। ଏଠାରେ ରୋଷଣୀ କରାଯାଇ ଚାରିଠାକୁରଙ୍କୁ ରଥ ଉପରୁ ମନ୍ଦିର  ମଧ୍ୟକୁ ନିଆଯାଇ, ସେଠାକାର ଆଡ଼ପ ମଣ୍ଡପରେ ଆସୀନ କରାଯାଇଥିଲା ।

ରଥଯାତ୍ରା ଉତ୍ସବର ଅନ୍ୟତମ  ଆକର୍ଷଣ ଭାବରେ ଗୁଣ୍ଡିଚା ମନ୍ଦିର ଠାରେ ବିଶେଷ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୀର୍ତ୍ତନର ସୁମଧୁର ସ୍ୱର ସାଙ୍ଗକୁ ମହାପ୍ରସାଦର ମହମହ ସୁଗନ୍ଧ ଶ୍ରଦ୍ଧାଳୁମାନଙ୍କୁ ନିବିଡ଼ ସୂତ୍ରରେ ବାନ୍ଧି ରଖିବାର ଅନୁଭୂତି ଅଲୌକିକ ଓ ଅଦ୍ଭୂତପୂର୍ବ ଥିଲା। ମୋୱା ତରଫରୁ ମହାପ୍ରଭୁଙ୍କର ଭଜନ କାର୍ଯ୍ୟକ୍ରମ ପରେ ମହାପ୍ରସାଦ ସେବନର ବନ୍ଦୋବସ୍ତ କରାଯାଇଥିଲା। 
ଜୁଲାଇ ୮ ତାରିଖ ନୀଳାଦ୍ରି ବିଜେ ପାଳନ ହେବା ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ସନ୍ଧ୍ୟାରେ ମନ୍ଦିର ପରିସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଅନ୍ନପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିବା ଜଣାଯାଇଛି।

ସମଗ୍ର ରଥଯାତ୍ରା ଉତ୍ସବକୁ ସୂଚାରୁ ରୂପେ ଆୟୋଜନ କରିବାରେ ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘର ଟ୍ରଷ୍ଟିବୃନ୍ଦ ଯଥା:- ଡଃ ଭଗବାନ ପଣ୍ଡା, ବଳରାମ ପାତ୍ର, ଡଃ ମନୋଜ କୁମାର ନାୟକ, ଡଃ କେତନ ଗୋଖଲେ,ବି.ସି. ଖଟୁଆ, କ୍ୟାପଟେନ ଏସ୍. ପି. ରାଓ, ବିଘ୍ନରାଜ ପରିଡ଼ା, ମାଗୁଣି ରାଉତ ଏବଂ ଉପ-ସଭାପତି ପି.ଏମ୍. ମହାପାତ୍ର ତଥା ଡଃ ରବି ନାରାୟଣ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ଉପଦେଷ୍ଟା ମଣ୍ଡଳୀ ଏବଂ ପରିଚାଳନା କମିଟିର ଅନ୍ୟାନ୍ୟ ସଦସ୍ୟ ମାନେ ଉଲ୍ଲେଖଯୋଗ୍ୟ ଭୂମିକା ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like