-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ

27-Jun-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ନୂଆଦିଲ୍ଲୀର ହାଉଜଖାସ ଭିଲେଜ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସବୁଠୁ ବୃହତ ଜଗନ୍ନାଥ ମନ୍ଦିରରେ ୪୭ ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ପବିତ୍ର ପର୍ବ  ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ରଙ୍ଗବେରଙ୍ଗର କପଡ଼ା, କାଗଜ ଏବଂ ଆଲୋକମାଳାରେ ସଜା ଯାଇଥିବା ଦେଖାଯାଇ ଥିଲା। ମନ୍ଦିରରେ ବଢି ଭୋରରୁ ମଙ୍ଗଳ ଆଳତି କରାଯିବା ପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଏବଂ ନୀତିକାନ୍ତି ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା। ଚଳିତ ବର୍ଷ ଏହି ମହା ପାର୍ବଣରେ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳର ଲକ୍ଷାଧିକ ଓଡ଼ିଆ ଓ ଅଣଓଡ଼ିଆ

ଭକ୍ତ ସେମାନଙ୍କର  ପରିବାର ଓ ପରିଜନଙ୍କ ସହ ଆସି ସାମିଲ ହେବା ଦେଖା ଯାଇଥିଲା। ଏଠାରେ ଦିନ ଦ୍ୱିପହରରେ ଚାରି ଠାକୁରଙ୍କର ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତା'ପରେ ବଡ଼ଭାଇ ବଳଭଦ୍ର, ପରେପରେ ଦେବୀ ସୁଭଦ୍ରା ଓ ସବାଶେଷରେ ଜଗତରନାଥ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା। ଉପସ୍ଥିତ ଦର୍ଶକମାନଙ୍କ ଦ୍ୱାରା ଘଣ୍ଟ, ଶଙ୍ଖ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହଗହ ନାଦ ତଥା ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠିଥିଲା।

ଏଠାରେ ଉଭୟ ଆୟୋଜକ ଓ ଅଂଶଗ୍ରହଣକାରୀ ମାନଙ୍କ ମଧ୍ଯରେ ଘୋଷଯାତ୍ରାକୁ କେନ୍ଦ୍ର କରି ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ଦୃଷ୍ଟିଗୋଚର ହୋଇଥିଲା। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘ ତରଫରୁ ଶାନ୍ତି ଶୃଙ୍ଖଳା ରକ୍ଷା ଓ ଭିଡ଼କୁ ନିୟନ୍ତ୍ରଣ କରାଯିବା ପାଇଁ ଉପଯୁକ୍ତ ବ୍ୟବସ୍ଥା କରାଯାଇଥିଲା। ପରିଚାଳନା କମିଟିର ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ ସମସ୍ତ ବନ୍ଦୋବସ୍ତକୁ ବ୍ୟକ୍ତିଗତ ଭାବରେ ତଦାରଖ କରିଥିଲେ। 

ଏଠାରେ ମୁଖ୍ୟ ଅତିଥି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପାରମ୍ପରିକ ଢଙ୍ଗରେ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ସମ୍ମାନିତ ଅତିଥି ଭାବରେ  ସାଂସଦ ବାଁଶୁରୀ ସ୍ଵରାଜ,ମନୋଜ ତିୱାରୀ, ବିଧାୟକ ସତୀଶ ଉପାଧ୍ୟାୟ ଓ ଅନୀଲ ଶର୍ମା, ବିଜେପି ନେତ୍ରୀ ମୃଦୁଳା ଠାକୁର ପ୍ରଧାନ, ବିଜେପି ନେତା ଶୈଳେନ୍ଦ୍ର ସିଂହ ମଣ୍ଟି, ରବୀନ୍ଦ୍ର ଚୌଧୁରୀ ଏବଂ ପୂର୍ବତନ ବିଧାୟକ ସୋମନାଥ ଭାରତୀ ପ୍ରମୁଖ ଉପସ୍ଥିତ ଥିଲେ ।ଉପସ୍ଥିତ ଜନସାଧାରଣ ରଥଯାତ୍ରା ଦିନ ସରକାରୀ ଛୁଟି ଘୋଷଣା କରିବାକୁ ଅତିଥିମାନଙ୍କ ନିକଟରେ ଦାବୀ ଉପସ୍ଥାପନ କରିଥିଲେ।

ଅପରାହ୍ନ ୨:୩୦ ମିନିଟରେ ରଥ ଟଣା ଆରମ୍ଭ ହୋଇଥିଲା। ଅଠର ଫୁଟ ଉଚ୍ଚତା ବିଶିଷ୍ଟ ରଙ୍ଗାରଙ୍ଗ ଓ ରାଜକୀୟ ରଥ ଉପରେ ଚାରିଠାକୁରଙ୍କର ବିରାଜମାନର  ଦୃଶ୍ୟ ଅଲୌକିକ ଥିଲା। ମହାପ୍ରଭୁଙ୍କ ରଥକୁ ଆଂସାରୀ ନଗରକୁ ନିଆଯାଇ ପୁଣି ସନ୍ଧ୍ୟା ସୁଦ୍ଧା ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ, ଠାକୁରମାନଙ୍କ ଉପରେ ପୁଷ୍ପବର୍ଷଣ ଏବଂ ରଥବାଢ଼ରେ ନଡ଼ିଆ ଭାଙ୍ଗି ନିଜକୁ ଧନ୍ୟ ମନେ କରୁଥିବା ଓ ଭକ୍ତିଭାବରେ ଅଭିଭୂତ ହେଉଥିବା ଦେଖା ଯାଇଥିଲା।ରଥ ମନ୍ଦିର ପ୍ରାଙ୍ଗଣକୁ ଫେରିବା ପରେ ସର୍ବସାଧାରଣ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଦର୍ଶନ କରିଥିଲେ। ରାତ୍ରିର ବିଳମ୍ବିତ ପ୍ରହରରେ ଠାକୁରମାନଙ୍କୁ ପହଣ୍ଡି କରାଯାଇ ମନ୍ଦିରର

ବେସମେଣ୍ଟରେ ଥିବା ମାଉସୀମା’ ଘରକୁ ନିଆଯାଇ, ସେଠାରେ ଥିବା ସିଂହାସନରେ ଆସୀନ କରାଯାଇଥିଲା।

ରଥଯାତ୍ରାକୁ ସକ୍ଷମତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ, ଡ଼ଃ ଅଶୋକ ଚୌଧୁରୀ,ଅଭୟ ପ୍ରଧାନ, ଅଶୋକ ପ୍ରଧାନ(କ), କ୍ଷୀରୋଦ ପାତ୍ର,ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ଖ), ଜିତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶୀଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ୱାଇଁ, କିଶୋର ସାମଲ, ସନାତନ ମିଶ୍ର, ବିଜୟ କୁମାର ସାହୁ, ଅମୁଲ୍ୟ ଓଝା, ସୁକାନ୍ତ ସାହୁ, ଏବଂ ମନ୍ଦିର ମୁଖ୍ୟ ପରିଚାଳକ ରଶ୍ମି ରଞ୍ଜନ ବେହେରା ତଥା ସହପରିଚାଳକ ଶଶୀକାନ୍ତ ସାହୁ, ସଂଜୀବ ଜେନା ଓ ମନ୍ଦିରର ପୂଜକବୃନ୍ଦ ଯଥା ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥି, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like