-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ

27-Jun-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ନୂଆଦିଲ୍ଲୀର ହାଉଜଖାସ ଭିଲେଜ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସବୁଠୁ ବୃହତ ଜଗନ୍ନାଥ ମନ୍ଦିରରେ ୪୭ ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ପବିତ୍ର ପର୍ବ  ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ରଙ୍ଗବେରଙ୍ଗର କପଡ଼ା, କାଗଜ ଏବଂ ଆଲୋକମାଳାରେ ସଜା ଯାଇଥିବା ଦେଖାଯାଇ ଥିଲା। ମନ୍ଦିରରେ ବଢି ଭୋରରୁ ମଙ୍ଗଳ ଆଳତି କରାଯିବା ପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଏବଂ ନୀତିକାନ୍ତି ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା। ଚଳିତ ବର୍ଷ ଏହି ମହା ପାର୍ବଣରେ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳର ଲକ୍ଷାଧିକ ଓଡ଼ିଆ ଓ ଅଣଓଡ଼ିଆ

ଭକ୍ତ ସେମାନଙ୍କର  ପରିବାର ଓ ପରିଜନଙ୍କ ସହ ଆସି ସାମିଲ ହେବା ଦେଖା ଯାଇଥିଲା। ଏଠାରେ ଦିନ ଦ୍ୱିପହରରେ ଚାରି ଠାକୁରଙ୍କର ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତା'ପରେ ବଡ଼ଭାଇ ବଳଭଦ୍ର, ପରେପରେ ଦେବୀ ସୁଭଦ୍ରା ଓ ସବାଶେଷରେ ଜଗତରନାଥ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା। ଉପସ୍ଥିତ ଦର୍ଶକମାନଙ୍କ ଦ୍ୱାରା ଘଣ୍ଟ, ଶଙ୍ଖ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହଗହ ନାଦ ତଥା ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠିଥିଲା।

ଏଠାରେ ଉଭୟ ଆୟୋଜକ ଓ ଅଂଶଗ୍ରହଣକାରୀ ମାନଙ୍କ ମଧ୍ଯରେ ଘୋଷଯାତ୍ରାକୁ କେନ୍ଦ୍ର କରି ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ଦୃଷ୍ଟିଗୋଚର ହୋଇଥିଲା। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘ ତରଫରୁ ଶାନ୍ତି ଶୃଙ୍ଖଳା ରକ୍ଷା ଓ ଭିଡ଼କୁ ନିୟନ୍ତ୍ରଣ କରାଯିବା ପାଇଁ ଉପଯୁକ୍ତ ବ୍ୟବସ୍ଥା କରାଯାଇଥିଲା। ପରିଚାଳନା କମିଟିର ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ ସମସ୍ତ ବନ୍ଦୋବସ୍ତକୁ ବ୍ୟକ୍ତିଗତ ଭାବରେ ତଦାରଖ କରିଥିଲେ। 

ଏଠାରେ ମୁଖ୍ୟ ଅତିଥି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପାରମ୍ପରିକ ଢଙ୍ଗରେ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ସମ୍ମାନିତ ଅତିଥି ଭାବରେ  ସାଂସଦ ବାଁଶୁରୀ ସ୍ଵରାଜ,ମନୋଜ ତିୱାରୀ, ବିଧାୟକ ସତୀଶ ଉପାଧ୍ୟାୟ ଓ ଅନୀଲ ଶର୍ମା, ବିଜେପି ନେତ୍ରୀ ମୃଦୁଳା ଠାକୁର ପ୍ରଧାନ, ବିଜେପି ନେତା ଶୈଳେନ୍ଦ୍ର ସିଂହ ମଣ୍ଟି, ରବୀନ୍ଦ୍ର ଚୌଧୁରୀ ଏବଂ ପୂର୍ବତନ ବିଧାୟକ ସୋମନାଥ ଭାରତୀ ପ୍ରମୁଖ ଉପସ୍ଥିତ ଥିଲେ ।ଉପସ୍ଥିତ ଜନସାଧାରଣ ରଥଯାତ୍ରା ଦିନ ସରକାରୀ ଛୁଟି ଘୋଷଣା କରିବାକୁ ଅତିଥିମାନଙ୍କ ନିକଟରେ ଦାବୀ ଉପସ୍ଥାପନ କରିଥିଲେ।

ଅପରାହ୍ନ ୨:୩୦ ମିନିଟରେ ରଥ ଟଣା ଆରମ୍ଭ ହୋଇଥିଲା। ଅଠର ଫୁଟ ଉଚ୍ଚତା ବିଶିଷ୍ଟ ରଙ୍ଗାରଙ୍ଗ ଓ ରାଜକୀୟ ରଥ ଉପରେ ଚାରିଠାକୁରଙ୍କର ବିରାଜମାନର  ଦୃଶ୍ୟ ଅଲୌକିକ ଥିଲା। ମହାପ୍ରଭୁଙ୍କ ରଥକୁ ଆଂସାରୀ ନଗରକୁ ନିଆଯାଇ ପୁଣି ସନ୍ଧ୍ୟା ସୁଦ୍ଧା ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ, ଠାକୁରମାନଙ୍କ ଉପରେ ପୁଷ୍ପବର୍ଷଣ ଏବଂ ରଥବାଢ଼ରେ ନଡ଼ିଆ ଭାଙ୍ଗି ନିଜକୁ ଧନ୍ୟ ମନେ କରୁଥିବା ଓ ଭକ୍ତିଭାବରେ ଅଭିଭୂତ ହେଉଥିବା ଦେଖା ଯାଇଥିଲା।ରଥ ମନ୍ଦିର ପ୍ରାଙ୍ଗଣକୁ ଫେରିବା ପରେ ସର୍ବସାଧାରଣ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଦର୍ଶନ କରିଥିଲେ। ରାତ୍ରିର ବିଳମ୍ବିତ ପ୍ରହରରେ ଠାକୁରମାନଙ୍କୁ ପହଣ୍ଡି କରାଯାଇ ମନ୍ଦିରର

ବେସମେଣ୍ଟରେ ଥିବା ମାଉସୀମା’ ଘରକୁ ନିଆଯାଇ, ସେଠାରେ ଥିବା ସିଂହାସନରେ ଆସୀନ କରାଯାଇଥିଲା।

ରଥଯାତ୍ରାକୁ ସକ୍ଷମତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ, ଡ଼ଃ ଅଶୋକ ଚୌଧୁରୀ,ଅଭୟ ପ୍ରଧାନ, ଅଶୋକ ପ୍ରଧାନ(କ), କ୍ଷୀରୋଦ ପାତ୍ର,ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ଖ), ଜିତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶୀଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ୱାଇଁ, କିଶୋର ସାମଲ, ସନାତନ ମିଶ୍ର, ବିଜୟ କୁମାର ସାହୁ, ଅମୁଲ୍ୟ ଓଝା, ସୁକାନ୍ତ ସାହୁ, ଏବଂ ମନ୍ଦିର ମୁଖ୍ୟ ପରିଚାଳକ ରଶ୍ମି ରଞ୍ଜନ ବେହେରା ତଥା ସହପରିଚାଳକ ଶଶୀକାନ୍ତ ସାହୁ, ସଂଜୀବ ଜେନା ଓ ମନ୍ଦିରର ପୂଜକବୃନ୍ଦ ଯଥା ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥି, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk