-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ମହାନଗର

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

27-Jun-2025



ରାୟପୁର(ପ୍ରେରଣା ଖବର):   ଏଠାକାର ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ମନ୍ଦିରରେ ବଢି ଭୋରରୁ  ବିଶେଷ ଅଭିଷେକ, ପୂଜାର୍ଚ୍ଚନା ଏବଂ ହୋମ ଯଜ୍ଞ ଆଦି କରାଯିବା ପରେ ଦିଅଁମାନଙ୍କୁ ରକ୍ତ ଚନ୍ଦନ, କେଶର, ଗୋଚରଣ, କସ୍ତୁରୀ ଏବଂ କର୍ପୁର ଦ୍ୱାରା ସ୍ନାନ କରାଯାଇ ଗଜାମୁଗ ଭୋଗ ଅର୍ପଣ କରାଯାଇଥିଲା।ଚଳିତ ବର୍ଷ ଏଠାରେ ରାୟପୁର ଓ ଏହାର ଆଖପାଖ ଇଲାକାରୁ ଆସିଥିବା ଲକ୍ଷାଧିକ ଓଡ଼ିଆ ଓ ଅଣ ଓଡ଼ିଆ ଭକ୍ତମାନଙ୍କର ସମାଗମ ଘଟିଥିବା ଦେଖାଯାଇଥିଲା। ଭକ୍ତ ଓ ଭଗବାନଙ୍କର ମହାମିଳନର ଏହି ମହାନ ପର୍ବକୁ କେନ୍ଦ୍ରକରି ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ପରିଲକ୍ଷିତ କରାଯାଇଥିଲା। 
                                                      
ଦିନ ୧୧ ଟା୪୫ ମିନିଟ ସମୟରେ ମନ୍ଦିର ସାମନାର ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଙ୍ଗାରଙ୍ଗ ରଥ ଉପରକୁ ଠାକୁର ମାନଙ୍କର ପହଣ୍ଡି ବିଜେ ଆରମ୍ଭ କରାଯାଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର ,ପରେ ପରେ ଦେବୀ ଶୁଭଦ୍ରା ଓ ସବାଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ରଥ ଉପରକୁ ନିଆ ଯାଇଥିଲା। ଉପସ୍ଥିତ ସେବାୟତ ଓ ଦର୍ଶକ ମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ,ହରିବୋଲ ,ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ ସମଗ୍ର ଗଗନ ପବନ ପ୍ରକମ୍ପିତ ହୋଇଉଠିଥିଲା। ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ମନ୍ଦିର ସେବା ସମିତିର ସଭାପତି ପୁରନ୍ଦର ମିଶ୍ର ଙ୍କର ତତ୍ୱାବଧାନରେ ସ୍ବେଚ୍ଛାସେବକମାନଙ୍କ ଦ୍ଵାରା ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ବ୍ୟାପକ ମାତ୍ରାରେ ପ୍ରସାଦ ବଣ୍ଟନର ବ୍ୟବସ୍ଥା କରାଯାଇଥିଲା
                                               
ଏଠାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛତିଶଗଡ଼ର ରାଜ୍ୟପାଳ ରମେନ ଡେକା ରଥ ଗୁଡିକ ସାମ୍ନାରେ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ । ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ତାଙ୍କୁ ସହଯୋଗ କରିଥିଲେ । ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନଙ୍କ ମଧ୍ଯରେ ରାଜ୍ୟପାଳଙ୍କ ସହଧର୍ମିଣୀ ରାଣୀ ଡେକା କାକୋତି, ରାଜ୍ୟ ରାଜସ୍ୱ ମନ୍ତ୍ରୀ ଟଙ୍କରାମ ବର୍ମା, ପୂର୍ବତନ ମନ୍ତ୍ରୀ ତଥା ସାଂସଦ ବ୍ରିଜମୋହନ ଅଗ୍ରୱାଲ, ମୁଖ୍ୟମନ୍ତ୍ରୀଙ୍କ କନ୍ୟା ସ୍ମୃତିସାଇ, ବିଧାୟକ ଗୁରୁ ଖୁସୱନ୍ତ ସାହାବ, ଧରମ ଲାଲ କୌଶିକ, ମୋତିଲାଲ ସାହୁ ଏବଂ ରାଜ୍ୟ ନାଗରିକ ଆପୂର୍ତ୍ତୀ ନିଗମ ଅଧ୍ୟକ୍ଷ ସଞ୍ଜୟ ଶ୍ରୀବାସ୍ତବ ପ୍ରମୁଖ ଉପସ୍ଥିତ ଥିଲେ।               

ଅପରାହ୍ନ ୩ଟା ସମୟରେ ତିନି ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା।ସୁନ୍ଦର ସୁଶୋଭିତ ରଥଗୁଡିକୁ ଗାୟତ୍ରୀ ନଗରରୁ ଟଣାଯାଇ ଏକ କିଲୋମିଟର ଦୂରବର୍ତ୍ତୀ ବି .ଟି. ଆଇ ମଇଦାନକୁ ନିଆଯାଇ ଶଙ୍କର ନଗର ଥାନା ରାସ୍ତା ଦେଇ ପୁଣି ମନ୍ଦିର ବେଢାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଦିବ୍ୟ ଦର୍ଶନ ଲାଭ କରି କୃତ କୃତ୍ୟ ଏବଂ ଭାବ ବିହ୍ଵଳ ହେଉଥିବାର ଦୃଶ୍ୟ ଅନୁପମ ଥିଲା।ସନ୍ଧ୍ୟା ୬.୩୦ମିନିଟ ସମୟରେ ଠାକୁରମାନଙ୍କୁ ତିନିରଥ ଉପରକୁ ପୁଣି ପହଣ୍ଡି କରାଯାଇ ମନ୍ଦିର ବେସମେଣ୍ଟରେ ଥିବା ମାଉସୀ ମା’ ଘରକୁ ନିଆ ଯାଇଥିଲା। ସେଠାରେ ଥିବା ସ୍ୱତନ୍ତ୍ର ସିଂହାସନରେ ଆସୀନ ହୋଇ ଚାରି ଦିଅଁ ଆସନ୍ତା ଜୁଲାଇ ୫ ତାରିଖର ବାହୁଡାଯାତ୍ରା ପର୍ଯ୍ୟନ୍ତ ସର୍ବସାଧାରଣଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି।                                

ସମଗ୍ର ଆୟୋଜନକୁ ସୁଚାରୁରୂପେ ସମ୍ପନ୍ନ କରିବାରେ ମନ୍ଦିର ପରିଚାଳନା କମିଟିର ସଂରକ୍ଷକ ବୃନ୍ଦ ଯଥା ସଭାପତି ପୁରନ୍ଦର ମିଶ୍ର, ସଦସ୍ୟ ମନ୍ମଥ କୁମାର ରାଉତ, ସୁବ୍ରତ ସାହୁ, ସୁବାସ ଅଗ୍ରୱାଲ, ଗୋପାଳ ଅଗ୍ରୱାଲ, ଦ୍ଵାରିକାଧୀଶ ମିଶ୍ର,ଗୁଣନିଧି ମିଶ୍ର,ଅଶୋକ ଦୁବେ, ଲଳିତ ପ୍ରଧାନ ଓ ପ୍ରକାଶ ଦାସ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।ଚଳିତ ଥର ରଥଯାତ୍ରାର ସଫଳତା ପାଇଁ ରାୟପୁର ନଗର ଉତ୍ତର ନିର୍ବାଚନ ମଣ୍ଡଳୀର ସମସ୍ତ ଭାଜପା ନେତା, କାର୍ଯ୍ୟକର୍ତ୍ତା ଓ କର୍ପୋରେଟର ବିଶେଷ କରି ଯୁବ ଓ ମହିଳା ସମ୍ପ୍ରଦାୟ ସବୁ ପ୍ରକାର   ସାହାଯ୍ୟ ସହଯୋଗ ଯୋଗାଇ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like